ଆସନ୍ତା ୨୪ ଘଂଟା ମଧ୍ୟରେ ୨୦ ଜିଲାରେ କାଳବୈଶାଖୀ ସମ୍ଭାବନା
ଭୁବନେଶ୍ୱର : ଆସନ୍ତା ୨୪ ଘଂଟା ମଧ୍ୟରେ ରାଜ୍ୟର ୨୦ଟି ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ରହିଛି । ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର,ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, କନ୍ଧମାଳ, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ଼, ଅନୁଗୁଳ, ଢ଼େଙ୍କାନାଳ ଓ ବୌଦ୍ଧ ଆଦି ରହିଛି । ଏହି ଜିଲ୍ଲାଗୁଡ଼ିରେ ବଜ୍ରପାତ ସହ ବର୍ଷା ସମ୍ଭାବନା ରହଥିବାରୁ ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
ସେହିପରି ଅଗଷ୍ଟ୧୦ରୁ ୧୧ ତାରିଖ ମଧ୍ୟରେ ନବରଙ୍ଗପୁର, ନୂଆପଡ଼ା, କୋରାପୁଟ, ମାଲକାନଗିରି, କଳାହାଣ୍ଡି, ବଲାଙ୍ଗୀର, ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଓ ବାଲେଶ୍ୱର ଆଦି ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା ଥିବା ହେତୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏଥିସହିତ ୧୧ରୁ ୧୨ ତାରିଖ ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ,, ଅନୁଗୁଳ, ଢ଼େଙ୍କାନାଳ ଓ କନ୍ଧମାଳ ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ସମ୍ଭାବନା ରହିଥିବା ପାଣିପାଗ କେନ୍ଦ୍ର ସୂତରୁ ପ୍ରକାଶ ।
