ରାଜ୍ୟରେ କରୋନା ଆକ୍ରାନ୍ତ ଆଉ ୬୦ ମୃତ
ଭୁବନେଶ୍ୱର : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ କରୋନା ଜନିତ ମୃତ୍ୟୁସଂଖ୍ୟା କମିବାର ନାଁ ନେଉନି । ଶୁକ୍ରବାର ଗତ ୨୪ ଘଣ୍ଟା ମଧ୍ୟରେ ୧,୧୯୩ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୬୦ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରେ ବରଗଡ ଜିଲାରୁ ସର୍ବାଧିକ ୧୩ ଜଣ ଥିବାବେଳେ କଟକରୁ ୧୧ଜଣ, ବଲାଙ୍ଗୀରରୁ ୬ଜଣ ରହିଛନ୍ତି । ଅନୁଗୁଳ, ଜଗତସିଂହପୁର ଓ ସମ୍ୱଲପୁରରୁ ୫ ଜଣ ଲେଖାଏଁ, ଦେବଗଡରୁ ୪ ଜଣ, ଢେଙ୍କାନାଳ ଓ ଯାଜପୁରରୁ ୩ ଜଣ ଲେଖାଏଁ ରହିଛନ୍ତି । ସେହିପରି ବାଲେଶ୍ୱରରୁ ଓ ଝାରସୁଗୁଡାରୁ ୨ଜଣ ଲେଖାଏଁ, ଭଦ୍ରକରୁ ଜଣେ ରହିଛନ୍ତି ।ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ମୃତ୍ୟୁ ସଂଖ୍ୟା ୬ହଜାର ୭୫୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ସୂଚନା ଯେ, ରାଜ୍ୟରେ ବର୍ତମାନ ସୁଦ୍ଧା ୯,୯୨,୩୭୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୯,୭୪,୭୫୬ ଜଣ ସୁସ୍ଥ ହୋଇଥିବା ବେଳେ ୧୦,୮୦୯ ଜଣ ସକ୍ରିୟ ମାମଲା ରହିଛି । ସେହିପରି କରୋନାରେ ୬,୭୫୭ ଜଣଙ୍କର ମୃତ୍ୟୁ ହୋଇ ଥିବାବେଳେ ୫୩ଜଣଙ୍କ ଅନ୍ୟରୋଗ ଯୋଗୁଁ ମୃତ୍ୟୁ ହୋଇଛି ।
