ରାଜ୍ୟରେ ଆଉ ୧,୦୫୮ କରୋନା ସଂକ୍ରମିତ ଚିହ୍ନଟ
ଭୁବନେଶ୍ୱର : ରାଜ୍ୟରେ ମହାମାରୀ କରୋନା ସଂକ୍ରମଣ ଜୁନ ପରେ ଜୁଲାଇ ଏବଂ ଏବେ ଅଗଷ୍ଟ ମଧ୍ୟ ଆଣିଦେଉଛି ଆଶ୍ୱସ୍ତିକର ଖବର । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ତଳକୁ ଖସୁଛି । ଏହାରି ମଧ୍ୟରେ ରବିବାର ୩୦ଟି ଜିଲା ଏବଂ ରାଜ୍ୟ ପୁଲରୁ ଗତ ୨୪ ଘଣ୍ଟା ମଧ୍ୟରେ ୧,୦୫୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୬୧୬ ଓ ସ୍ଥାନୀୟ ଅଞ୍ଚଳରୁ ୪୪୨ ଜଣ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯ଲକ୍ଷ ୯୪ହଜାର ୫୬୫କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲାରୁ ୩୨ ଜଣ ଥିବାବେଳେ ବାଲେଶ୍ୱରରୁ ୩୮ଜଣ, ବରଗଡ଼ରୁ ୧୧ଜଣ, ଭଦ୍ରକରୁ ୩୨ଜଣ, ବଲାଙ୍ଗୀରରୁ ୩ଜଣ, କଟକରୁ ୧୬୨ଜଣ, ଦେଓଗଡ଼ରୁ ୫ଜଣ, ଢେଙ୍କାନାଳରୁ ୧୮ଜଣ, ଗଞ୍ଜାମରୁ ୫ଜଣ, ଜଗତସିଂହପୁରରୁ ୩୭ଜଣ, ଯାଜପୁରରୁ ୭୭ଜଣ, ଝାରସୁଗୁଡ଼ାରୁ ୫ଜଣ, କଳାହାଣ୍ଡିରୁ ୮ଜଣ, କନ୍ଧମାଳରୁ ୪ଜଣ, କେନ୍ଦ୍ରାପଡ଼ାରୁ ୩୨ଜଣ, କେନ୍ଦୁଝରରୁ ୪ଜଣ, ଖୋର୍ଦ୍ଧାରୁ ୩୭୬ଜଣ, କୋରାପୁଟରୁ ୪ଜଣ, ମାଲକାନଗିରିରୁ ୫ଜଣ, ମୟୁରଭଞ୍ଜରୁ ୩୭ଜଣ, ନବରଙ୍ଗପୁରରୁ ଜଣେ, ନୟାଗଡ଼ରୁ ୧୭ଜଣ, ନୂଆପଡ଼ାରୁ ୫ଜଣ, ପୁରୀରୁ ୨୬ଜଣ, ରାୟଗଡ଼ାରୁ ୪ଜଣ, ସମ୍ବଲପୁରରୁ ୬ଜଣ, ସୋନପୁରରୁ ୩ଜଣ, ସୁନ୍ଦରଗଡ଼ରୁ ୧୭ଜଣ ଓ ରାଜ୍ୟ ପୁଲରୁ ୮୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସୂଚନା ଯେ, ରାଜ୍ୟରେ ବର୍ତମାନ ସୁଦ୍ଧା ମୋଟ୍ ୯,୯୪,୫୬୫ ଜଣ କରୋ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୯,୭୭,୧୯୭ ଜଣ ସୁସ୍ଥ ହୋଇଥିବା ବେଳେ ୧୦,୪୨୮ ଜଣ ସକ୍ରିୟ ମାମଲା ରହିଛି । ସେହିପରି ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧,୭୦,୨୬,୩୯୪ ସାମ୍ପୁଲ ଟେଷ୍ଟ୍ ହୋଇଛି ।
