ଦେଶରେ ଆଉ ୩୬,୦୮୩ କରୋନା ସଂକ୍ରମିତ ଚିହ୍ନଟ ଓ ୪୯୩ ମୃତ
ନୂଆଦିଲ୍ଲୀ : ଦେଶରେ ଦିନକୁ ଦିନ ଅଧିକ ନମୁନା ପରୀକ୍ଷଣ ସତ୍ତ୍ୱେ ସେହି ଅନୁସାରେ କମ୍ ସଂକ୍ରମିତ ଚିହ୍ନଟ ହେବା ମଧ୍ୟ ଆଶ୍ବସ୍ତିକର ବିଷୟ ହୋଇଛି। ଭାରତରେ କରୋନା ମହାମାରୀର ୨ୟ ଲହର ଦିନକୁ ଦିନ ଦୁର୍ବଳ ହେବାରେ ଲାଗିଛି । ଦେଶରେ ଦୈନିକ ନୂଆ ସଂକ୍ରମିତଙ୍କ ସଂଖ୍ୟା ଦ୍ରୁତ ଗତିରେ କମୁଥିବାବେଳେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା କମିଚାଲିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୫୦ ହଜାର ତଳକୁ କମ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଓ ମୃତ୍ୟୁସଂଖ୍ୟା ୪୦୦ ଟପିଛି ।
ରବିବାର ଗତ ୨୪ଘଣ୍ଟାରେ ୩୬ହଜାର ୦୮୩ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୪୯୩ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି । ସେହିପରି ଦିନକରେ ୩୭ହଜାର ୯୨୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩କୋଟି ୨୧ଲକ୍ଷ ୯୨ହଜାର ୫୭୬କୁ ବୃଦ୍ଧି ପାଇ ଥିବାବେଳେ ମୋଟ ମୃତ୍ୟୁ ସଂଖ୍ୟା ୪ଲକ୍ଷ ୩୧ହଜାର ୨୨୫ରେ ପହଞ୍ଚିଛି । ଅନ୍ୟପକ୍ଷରେ ୩କୋଟି ୧୩ଲକ୍ଷ ୭୬ହଜାର ୦୧୫ଜଣ ସୁସ୍ଥ ହୋଇଥିବା ବେଳେ ୩ଲକ୍ଷ ୮୫ହଜାର ୩୩୬ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ରହିଛନ୍ତି ।
