ରାଜ୍ୟରେ ଆଉ ୮୬୮ କରୋନା ସଂକ୍ରମିତ ଚିହ୍ନଟ
ଭୁବନେଶ୍ୱର : ରାଜ୍ୟରେ ମହାମାରୀ କରୋନା ସଂକ୍ରମଣ ଜୁନ ପରେ ଜୁଲାଇ ଏବଂ ଏବେ ଅଗଷ୍ଟ ମଧ୍ୟ ଆଣିଦେଉଛି ଆଶ୍ୱସ୍ତିକର ଖବର । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ତଳକୁ ଖସୁଛି । ଏହାରି ମଧ୍ୟରେ ସୋମବାର ୩୦ଟି ଜିଲା ଏବଂ ରାଜ୍ୟ ପୁଲରୁ ଗତ ୨୪ ଘଣ୍ଟା ମଧ୍ୟରେ ୮୬୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୫୦୭ ଓ ସ୍ଥାନୀୟ ଅଞ୍ଚଳରୁ ୩୬୧ ଜଣ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯ଲକ୍ଷ ୯୫ହଜାର ୪୩୩ରେକୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲାରୁ ୨୬ ଜଣ ଥିବାବେଳେ ବାଲେଶ୍ୱରରୁ ୫୨ଜଣ, ବରଗଡ଼ରୁ ୧୩ଜଣ, ଭଦ୍ରକରୁ ୧୯ଜଣ, ବଲାଙ୍ଗୀରରୁ ୮ଜଣ, ବୌଦ୍ଧରୁ ଜଣେ, କଟକରୁ ୧୫୪ଜଣ, ଦେଓଗଡ଼ରୁ ୬ଜଣ, ଢେଙ୍କାନାଳରୁ ୧୫ଜଣ, ଗଜପତିରୁ ଜଣେ, ଗଞ୍ଜାମରୁ ୩ଜଣ, ଜଗତସିଂହପୁରରୁ ୨୩ଜଣ, ଯାଜପୁରରୁ ୪୫ଜଣ, ଝାରସୁଗୁଡ଼ାରୁ ୬ଜଣ, କଳାହାଣ୍ଡିରୁ ୨ଜଣ, କନ୍ଧମାଳରୁ ୧୨ଜଣ, କେନ୍ଦ୍ରାପଡ଼ାରୁ ୨୬ଜଣ, କେନ୍ଦୁଝରରୁ ୧୦ଜଣ, ଖୋର୍ଦ୍ଧାରୁ ୨୫୬ଜଣ, ମାଲକାନାଗିରିରୁ ୬ଜଣ, ମୟୁରଭଞ୍ଜରୁ ୨୮ଜଣ, ନୟାଗଡ଼ରୁ ୨୧ଜଣ, ନୂଆପଡ଼ାରୁ ୬ଜଣ, ପୁରୀରୁ ୨୧ଜଣ, ରାୟଗଡ଼ାରୁ ୨ଜଣ, ସମ୍ବଲପୁରରୁ ୩୯ଜଣ, ସୁନ୍ଦରଗଡ଼ରୁ ୧୩ଜଣ ଓ ରାଜ୍ୟ ପୁଲରୁ ୫୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସୂଚନା ଯେ, ରାଜ୍ୟରେ ବର୍ତମାନ ସୁଦ୍ଧା ମୋଟ୍ ୯,୯୫,୪୩୩ ଜଣ କରୋ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୯,୭୮,୨୪୦ ଜଣ ସୁସ୍ଥ ହୋଇଥିବା ବେଳେ ୧୦,୧୮୭ ଜଣ ସକ୍ରିୟ ମାମଲା ରହିଛି । ସେହିପରି ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧,୭୦,୮୮୫୧୩ ସାମ୍ପୁଲ ଟେଷ୍ଟ୍ ହୋଇଛି ।
