ରାଜ୍ୟରେ ଆଉ ୭୨୦ କରୋନା ସଂକ୍ରମିତ ଚିହ୍ନଟ
ଭୁବନେଶ୍ୱର : ରାଜ୍ୟରେ ମହାମାରୀ କରୋନା ସଂକ୍ରମଣ ଜୁନ ପରେ ଜୁଲାଇ ଏବଂ ଏବେ ଅଗଷ୍ଟ ମଧ୍ୟ ଆଣିଦେଉଛି ଆଶ୍ୱସ୍ତିକର ଖବର । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ତଳକୁ ଖସୁଛି । ଏହାରି ମଧ୍ୟରେ ମଙ୍ଗଳବାର ୩୦ଟି ଜିଲା ଏବଂ ରାଜ୍ୟ ପୁଲରୁ ଗତ ୨୪ ଘଣ୍ଟା ମଧ୍ୟରେ ୭୨୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୪୨୧ ଓ ସ୍ଥାନୀୟ ଅଞ୍ଚଳରୁ ୨୯୯ ଜଣ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯ଲକ୍ଷ ୯୬ହଜାର ୧୫୩ରେକୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲାରୁ ୧୫ ଜଣ ଥିବାବେଳେ ବାଲେଶ୍ୱରରୁ ୧୯ ଜଣ, ବରଗଡ଼ରୁ ୨ ଜଣ, ଭଦ୍ରକରୁ ୨୨ ଜଣ, ବଲାଙ୍ଗୀରରୁ ୪ ଜଣ,ବୌଦ୍ଧରୁ ୧, କଟକରୁ ୯୧ ଜଣ, ଦେବଗଡ଼ରୁ ୫ ଜଣ, ଢେଙ୍କାନାଳରୁ ୧୫ ଜଣ, ଗଞ୍ଜାମରୁ ୫ ଜଣ, ଜଗତସିଂହପୁରରୁ ୩୩ ଜଣ, ଯାଜପୁରରୁ ୨୮ ଜଣ, ଝାରସୁଗୁଡ଼ାରୁ ୩ ଜଣ, କଳାହାଣ୍ଡିରୁ ୫ ଜଣ, କନ୍ଧମାଳରୁ ୯ ଜଣ, କେନ୍ଦ୍ରାପଡ଼ାରୁ ୧୨ ଜଣ, କେଉଁଝରରୁ ୧୧ ଜଣ, ଖୋର୍ଦ୍ଧାରୁ ୨୭୯ ଜଣ, କୋରାପୁଟରୁ ୩ ଜଣ, ମାଲକାନଗିରିରୁ ୪ ଜଣ, ମୟୁରଭଞ୍ଜରୁ ୨୯ ଜଣ, ନବରଙ୍ଗପୁରୁ ୧, ନୟାଗଡ଼ରୁ ୧୮ ଜଣ, ନୂଆପଡ଼ାରୁ ୨, ପୁରୀରୁ ୧୬ ଜଣ, ରାୟଗଡ଼ାରୁ ୮ ଜଣ, ସମ୍ୱଲପୁରରୁ ୬ ଜଣ, ସୋନପୁରରୁ ୩, ସୁନ୍ଦରଗଡ଼ରୁ ୧୧ ଓ ରାଜ୍ୟ ପୁଲରୁ ୬୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସୂଚନା ଯେ, ରାଜ୍ୟରେ ବର୍ତମାନ ସୁଦ୍ଧା ମୋଟ୍ ୯,୯୬,୧୫୩ ଜଣ କରୋ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୯,୭୯,୪୦୭ ଜଣ ସୁସ୍ଥ ହୋଇଥିବା ବେଳେ ୯,୬୭୨ ଜଣ ସକ୍ରିୟ ମାମଲା ରହିଛି । ସେହିପରି ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧,୭୧,୩୯,୨୪୦ ସାମ୍ପୁଲ ଟେଷ୍ଟ୍ ହୋଇଛି ।
