ଦେଶରେ ଗତ ୨୪ ଘଂଟାରେ ୩୫,୧୭୮ କରୋନା ସଂକ୍ରମିତ ଚିହ୍ନଟ ଓ ୪୪୦ ମୃତ
ନୂଆଦିଲ୍ଲୀ : ଦେଶରେ ଦିନକୁ ଦିନ ଅଧିକ ନମୁନା ପରୀକ୍ଷଣ ସତ୍ତ୍ୱେ ସେହି ଅନୁସାରେ କମ୍ ସଂକ୍ରମିତ ଚିହ୍ନଟ ହେବା ମଧ୍ୟ ଆଶ୍ବସ୍ତିକର ବିଷୟ ହୋଇଛି। ଭାରତରେ କରୋନା ମହାମାରୀର ୨ୟ ଲହର ଦିନକୁ ଦିନ ଦୁର୍ବଳ ହେବାରେ ଲାଗିଛି । ଦେଶରେ ଦୈନିକ ନୂଆ ସଂକ୍ରମିତଙ୍କ ସଂଖ୍ୟା ଦ୍ରୁତ ଗତିରେ କମୁଥିବାବେଳେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା କମିଚାଲିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩୦ ହଜାର ତଳକୁ କମ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଓ ମୃତ୍ୟୁସଂଖ୍ୟା ୪୦୦ ଟପିଛି । ଦେଶରେ ଦୈନିକ ସଂକ୍ରମଣ ହାର ୧.୯୬% ଏବଂ ସାପ୍ତାହିକ ସଂକ୍ରମଣ ହାର ୧.୯୫% ରହିଛି। ଗୁରୁବାର ସଂଧ୍ୟା ସୁଦ୍ଧା ମୋଟ ୪୯.୮୪ କୋଟି ନମୁନା ପରୀକ୍ଷା କରାଯାଇସାରିଛି। ଏଥିସହିତ ସେହି ସମୟ ମଧ୍ୟରେ ଦେଶବାସୀଙ୍କୁ ୫୬.୦୬ କୋଟି ପାନ କୋଭିଡ ଟିକା ଦିଆଯାଇଛି।
ବୁଧବାର ଗତ ୨୪ଘଣ୍ଟାରେ ୩୫ହଜାର ୧୭୮ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୪୪୦ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି । ସେହିପରି ଦିନକରେ ୩୭ହଜାର ୧୬୯ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩କୋଟି ୨୨ଲକ୍ଷ ୮୫ହଜାର ୮୫୭ କୁ ବୃଦ୍ଧି ପାଇ ଥିବାବେଳେ ମୋଟ ମୃତ୍ୟୁ ସଂଖ୍ୟା ୪ଲକ୍ଷ ୩୨ହଜାର ୫୧୯ରେ ପହଞ୍ଚିଛି । ଅନ୍ୟପକ୍ଷରେ ୩କୋଟି ୧୪ଲକ୍ଷ ୪୮ହଜାର ୭୫୪ଜଣ ସୁସ୍ଥ ହୋଇଥିବା ବେଳେ ୩ଲକ୍ଷ ୬୭ହଜାର ୪୧୫ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ରହିଛନ୍ତି ।
