ରାଜ୍ୟରେ ଚିହ୍ନଟ ହେଲେ ଆଉ ୯୮୬ କରୋନା ସଂକ୍ରମିତ
- ଗତ ୨୪ ଘଣ୍ଟାରେ ୦ରୁ ୧୮ ବର୍ଷର ୧୨୮ ଜଣ ପଜିଟିଭ ଚିହ୍ନଟ
ଭୁବନେଶ୍ୱର : ରାଜ୍ୟରେ ମହାମାରୀ କରୋନା ସଂକ୍ରମଣ ଜୁନ ପରେ ଜୁଲାଇ ଏବଂ ଏବେ ଅଗଷ୍ଟ ମଧ୍ୟ ଆଣିଦେଉଛି ଆଶ୍ୱସ୍ତିକର ଖବର । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ତଳକୁ ଖସୁଛି । ମାତ୍ର ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ଦୁଇଦିନ ୧ ହଜାର ତଳେ ରହିବା ପରେ ପୁଣି ହଜାରେ ପାର କରିଛି। ଏହାରି ମଧ୍ୟରେ ଶୁକ୍ରବାର ୩୦ଟି ଜିଲା ଏବଂ ରାଜ୍ୟ ପୁଲରୁ ଗତ ୨୪ ଘଣ୍ଟା ମଧ୍ୟରେ ୧,୦୪୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୫୭୪ ଓ ସ୍ଥାନୀୟ ଅଞ୍ଚଳରୁ ୪୧୨ ଜଣ ଚିହ୍ନଟ ହୋଇଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୧୨୮ଜଣ ପଜିଟିଭ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯ଲକ୍ଷ ୯୯ହଜାର ୧୭୩କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲାରୁ ୨୪ ଜଣ ଥିବାବେଳେ ବାଲେଶ୍ୱରରୁ ୨୫ ଜଣ, ବରଗଡ଼ରୁ ୧ ଜଣ, ଭଦ୍ରକରୁ ୧୪ ଜଣ, ବଲାଙ୍ଗୀରରୁ ୧୭ ଜଣ, କଟକରୁ ୧୩୯ ଜଣ, ଦେବଗଡ଼ରୁ ୯ ଜଣ, ଢେଙ୍କାନାଳରୁ ୧୫ ଜଣ, ଗଜପତିରୁ ୧ ଜଣ, ଗଞ୍ଜାମରୁ ୮ ଜଣ, ଜଗତସିଂହପୁରରୁ ୪୫ ଜଣ, ଯାଜପୁରରୁ ୪୯ ଜଣ, କଳାହାଣ୍ଡିରୁ ୬ ଜଣ, କନ୍ଧମାଳରୁ ୧୨ ଜଣ, କେନ୍ଦ୍ରାପଡ଼ାରୁ ୨୩ ଜଣ, କେଉଁଝରରୁ ୧୩ ଜଣ, ଖୋର୍ଦ୍ଧାରୁ ୩୭୩ ଜଣ, ମାଲକାନଗିରିରୁ ୧ ଜଣ, ମୟୁରଭଞ୍ଜରୁ ୩୨ ଜଣ, ନବରଙ୍ଗପୁରୁ ୬ ଜଣ, ନୟାଗଡ଼ରୁ ୨୦ ଜଣ, ପୁରୀରୁ ୩୨ ଜଣ, ରାୟଗଡ଼ାରୁ ୪ ଜଣ, ସମ୍ୱଲପୁରରୁ ୧୫ ଜଣ, ସୋନପୁରରୁ ୧ ଜଣ, ସୁନ୍ଦରଗଡ଼ରୁ ୧୩ ଓ ରାଜ୍ୟ ପୁଲରୁ ୮୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସୂଚନା ଯେ, ରାଜ୍ୟରେ ବର୍ତମାନ ସୁଦ୍ଧା ମୋଟ୍ ୯,୯୯,୧୭୩ ଜଣ କରୋ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୯,୮୨,୩୧୯ ଜଣ ସୁସ୍ଥ ହୋଇଥିବା ବେଳେ ୯,୫୭୮ ଜଣ ସକ୍ରିୟ ମାମଲା ରହିଛି । ସେହିପରି ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧,୭୩,୪୪,୬୦୮ ସାମ୍ପୁଲ ଟେଷ୍ଟ୍ ହୋଇଛି ।
