ବିଶ୍ୱବିଦ୍ୟାଳୟ ତାଲିକାରେ ଅନ୍ତର୍ଭୁକ୍ତ ହେଲା କଳାହାଣ୍ଡି ବିଶ୍ୱବିଦ୍ୟାଳୟ
- ମିଳିଲା ୟୁଜିସି ମାନ୍ୟତା
କଳାହାଣ୍ଡି : ବିଶ୍ୱବିଦ୍ୟାଳୟ ତାଲିକାରେ ସାମିଲ ହେଲା କଳାହାଣ୍ଡି ବିଶ୍ୱବିଦ୍ୟାଳୟ। ଏଥିସହ ୟୁଜିସି ମାନ୍ୟତା ମଧ୍ୟ ମିଳିଛି । ଏନେଇ ୟୁଜିସି ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପରେ ସୂଚନା ଦେଇଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।
ୟୁଜିସି ଅଧିନିୟମ-୧୯୫୬, ଧାରା ୨ (ଏଫ୍) ଅନୁଯାୟୀ, ୟୁନିଭର୍ସିଟି ଗ୍ରାଣ୍ଟ କମିଶନ ବିଶ୍ୱବିଦ୍ୟାଳୟର ମାନ୍ୟତା ଦେବା ସହ ବିଶ୍ୱବିଦ୍ୟାଳୟ ତାଲିକାରେ ଅନ୍ତର୍ଭୁକ୍ତ କରିଛନ୍ତି । କେନ୍ଦ୍ର ଶିକ୍ଷାମନ୍ତ୍ରୀ କହିଛନ୍ତି, ଏହି ନିଷ୍ପତ୍ତି ଦ୍ୱାରା ଜନଜାତି ବହୁଳ କଳାହାଣ୍ଡି ଜିଲ୍ଲା ସମେତ ଆଖପାଖ ଜିଲ୍ଲାର ଛାତ୍ରଛାତ୍ରୀଙ୍କ ଆଶା ଓ ଆକାଂକ୍ଷା ପୂରଣ ହେବ । ପ୍ରଧାନମନ୍ତ୍ରୀଙ୍କ ଜାତୀୟ ଶିକ୍ଷା ନୀତି ଜରିଆରେ ଏହି ବିଶ୍ୱବିଦ୍ୟାଳୟ ଜରିଆରେ ଗୁଣାତ୍ମକ ଶିକ୍ଷା ଉପଲବ୍ଧ କରାଯିବ ।
