ରାଜ୍ୟରେ ଆଉ ୬୬ କରୋନା ଆକ୍ରାନ୍ତ ମୃତ
ଭୁବନେଶ୍ୱର : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ କରୋନା ଜନିତ ମୃତ୍ୟୁସଂଖ୍ୟା କମିବାର ନାଁ ନେଉନି । ଶନିବାର ଗତ ୨୪ ଘଣ୍ଟା ମଧ୍ୟରେ ୯୧୧ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୬୬ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରେ ଜଗତସିଂହପୁର ଜିଲାରୁ ସର୍ବାଧିକ ୧୧ ଜଣ ଥିବାବେଳେ କଟକ ଜିଲାରୁ ୧୦ଜଣ, ଢେଙ୍କାନାଳ ଜିଲାରୁ ୮ଜଣ, କେନ୍ଦ୍ରାପଡ଼ା ଜିଲାରୁ ୭ଜଣ, ଅନୁଗୁଳ ଏବଂ ଯାଜପୁର ଜିଲାରୁ ୬ଜଣ ଲେଖାଏଁ ରହିଛନ୍ତି । ଭଦ୍ରକ ଜିଲାରୁ ୫ଜଣ, ବାଲେଶ୍ୱର ଜିଲାରୁ ୪ଜଣ, ଖୋର୍ଦ୍ଧା ଜିଲାରୁ ୩ଜଣ ରହିଛନ୍ତି । କେନ୍ଦୁଝର, ମୟୁରଭଞ୍ଜ, ନୟାଗଡ଼ ଜିଲାରୁ ୨ଜଣ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ମୃତ୍ୟୁ ସଂଖ୍ୟା ୭ହଜାର ୨୮୯ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ସୂଚନା ଯେ, ରାଜ୍ୟରେ ବର୍ତମାନ ସୁଦ୍ଧା ୧୦,୦୦୦,୮୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୯,୮୨,୩୪୫ ଜଣ ସୁସ୍ଥ ହୋଇଥିବା ବେଳେ ୯,୪୯୭ଜଣ ସକ୍ରିୟ ମାମଲା ରହିଛି । ସେହିପରି କରୋନାରେ ୭,୨୮୯ ଜଣଙ୍କର ମୃତ୍ୟୁ ହୋଇ ଥିବାବେଳେ ୫୩ଜଣଙ୍କ ଅନ୍ୟରୋଗ ଯୋଗୁଁ ମୃତ୍ୟୁ ହୋଇଛି ।
