ହାତୀ ଆକ୍ରମଣରେ ମହିଳା ମୃତ
ଖୋର୍ଦ୍ଧା : ଖୋର୍ଦ୍ଧା ଜିଲା ଜଙ୍କିଆ ଥାନା ଗୋଳବାଇ ପଞ୍ଚାୟତ ସୁବଳ ପାଟଣାରେ ହାତୀ ଆକ୍ରମଣରେ ଜଣେ ମହିଳା ମୃତ । ମୃତକ ଜଣକ ହେଲେ ରଙ୍ଗ ବେହେରା ।
ସୂଚନା ଯେ, ରଙ୍ଗ ଫୁଲ ତୋଳୁଥିବା ବେଳେ ତାଙ୍କୁ ହାତୀ ଆକ୍ରମଣ କରିଥିଲା। ଗୁରୁତର ଅବସ୍ଥାରେ ତାଙ୍କୁ ଖୋର୍ଦ୍ଧା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି। ଖବର ପାଇ ବନ ବିଭାଗର ଅଧିକାରୀ ଖୋର୍ଦ୍ଧା ମୁଖ୍ୟ ଚିକିତ୍ସାଳୟକୁ ଯାଇ ମୃତକଙ୍କ ପରିବାରବର୍ଗଙ୍କୁ ଭେଟିଛନ୍ତି । ମୃତକଙ୍କ ପରିବାରବର୍ଗଙ୍କୁ ସରକାରୀ ସହାୟତା ଅର୍ଥ ପ୍ରଦାନ କରାଯିବା ନେଇ ବନ ବିଭାଗ ପକ୍ଷରୁ ସୂଚନା ମିଳିଛି।
