୨୫ରୁ ବଢିବ ବର୍ଷା
ଭୁବନେଶ୍ୱର : ଆସନ୍ତା ଦୁଇଦିନ ମଧ୍ୟରେ ଓଡ଼ିଶାର କିଛି ସ୍ଥାନରେ ହାଲୁକା ବର୍ଷା ସହିତ କାଳବୈଶାଖୀ ସମ୍ଭାବନା ରହିଛି । ସେହିପରି ୨୫ ତାରିଖ ଠାରୁ ବର୍ଷାର ପରିମାଣ ବୃଦ୍ଧି ପାଇବା ନେଇ ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି ।
ଭୁବନେଶ୍ୱର ଆଂଚଳିକ ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ଅଗଷ୍ଟ ୨୫ରୁ ୨୬ ତାରିଖ ମଧ୍ୟରେ ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, ବଲାଙ୍ଗୀର, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ସହିତ ବଜ୍ରପାତର ସମ୍ଭାବନା ରହିଛି । ଏହି ସମୟ ମଧ୍ୟରେ ନବରଙ୍ଗପୁର, କଳାହାଣ୍ଡି ଓ ସୁନ୍ଦରଗଡ଼ ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏଥିପାଇଁ ଉକ୍ତ ଜିଲ୍ଲାଗୁଡ଼ିକୁ ଆଂଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୨୬ରୁ ୨୮ ତାରିଖ ମଧ୍ୟରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବଷା ସହ କାଳବୈଶାଖୀ ସମ୍ଭାବନା ଥିବା ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।
