ରାଜ୍ୟରେ ଆଉ ୮୪୯ କରୋନା ସଂକ୍ରମିତ ଚିହ୍ନଟ
- ଗତ ୨୪ ଘଣ୍ଟାରେ ୦ରୁ ୧୮ ବର୍ଷର ୧୩୦ ଜଣ ପଜିଟିଭ ଚିହ୍ନଟ
ଭୁବନେଶ୍ୱର : ରାଜ୍ୟରେ ମହାମାରୀ କରୋନା ସଂକ୍ରମଣ ଜୁନ ପରେ ଜୁଲାଇ ଏବଂ ଏବେ ଅଗଷ୍ଟ ମଧ୍ୟ ଆଣିଦେଉଛି ଆଶ୍ୱସ୍ତିକର ଖବର । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ତଳକୁ ଖସୁଛି । ଏହାରି ମଧ୍ୟରେ ଗୁରୁବାର ୩୦ଟି ଜିଲା ଏବଂ ରାଜ୍ୟ ପୁଲରୁ ଗତ ୨୪ ଘଣ୍ଟା ମଧ୍ୟରେ ୮୪୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୪୯୨ ଓ ସ୍ଥାନୀୟ ଅଞ୍ଚଳରୁ ୩୫୭ ଜଣ ଚିହ୍ନଟ ହୋଇଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୧୩୦ ଜଣ ପଜିଟିଭ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ଲକ୍ଷ ୪ହଜାର ୫୯କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲାରୁ ୧୯ ଜଣ ଥିବାବେଳେ ବାଲେଶ୍ୱରରୁ ୪୮ଜଣ, ବରଗଡ଼ରୁ ୧୫ଜଣ, ଭଦ୍ରକରୁ ୯ଜଣ, ବୌଦ୍ଧରୁ ଜଣେ, କଟକରୁ ୧୧୫ଜଣ, ଦେବଗଡ଼ରୁ ୯ଜଣ, ଢେଙ୍କାନାଳରୁ ୧୪ଜଣ, ଗଜପତିରୁ ଜଣେ, ଗଞ୍ଜାମରୁ ୬ଜଣ, ଜଗତସିଂହପୁରରୁ ୪୨ଜଣ, ଯାଜପୁରରୁ ୪୨ଜଣ, ଝାରସୁଗୁଡ଼ାରୁ ଜଣେ, କଳାହାଣ୍ଡିରୁ ୩ଜଣ, କନ୍ଧମାଳରୁ ଜଣେ, କେନ୍ଦ୍ରାପଡ଼ାରୁ ୨୪ଜଣ, କେନ୍ଦୁଝରରୁ ୮ଜଣ, ଖୋର୍ଦ୍ଧାରୁ ୩୧୩ଜଣ, କୋରାପୁଟରୁ ୫ଜଣ, ମାଲକାନଗିରିରୁ ୨ଜଣ, ନୟୁରଭଞ୍ଜରୁ ୨୬ଜଣ, ନୟାଗଡ଼ରୁ ୧୯ଜଣ, ନୂଆପଡ଼ାରୁ ଜଣେ, ପୁରୀରୁ ୨୨ଜଣ, ରାୟଗଡ଼ାରୁ ୨ଜଣ, ସମ୍ବଲପୁରରୁ ୨୦ଜଣ, ସୋନପୁରରୁ ଜଣେ, ସୁନ୍ଦରଗଡ଼ରୁ ୧୫ଜଣ ଓ ରାଜ୍ୟ ପୁଲରୁ ୬୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସୂଚନା ଯେ, ରାଜ୍ୟରେ ବର୍ତମାନ ସୁଦ୍ଧା ମୋଟ୍ ୧୦,୦୪,୦୫୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୯,୮୮,୦୯୦ ଜଣ ସୁସ୍ଥ ହୋଇଥିବା ବେଳେ ୮,୨୮୮ ଜଣ ସକ୍ରିୟ ମାମଲା ରହିଛି । ସେହିପରି ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧,୭୭,୩୭,୯୭୨ ସାମ୍ପୁଲ ଟେଷ୍ଟ୍ ହୋଇଛି ।
