ଦେଶରେ ଆଉ ୪୫,୩୫୨ କରୋନା ସଂକ୍ରମିତ ଚିହ୍ନଟ ଓ ୪୬୦ ମୃତ
ନୂଆଦିଲ୍ଲୀ : ଦେଶରେ ଦିନକୁ ଦିନ ଅଧିକ ନମୁନା ପରୀକ୍ଷଣ ସତ୍ତ୍ୱେ ସେହି ଅନୁସାରେ କମ୍ ସଂକ୍ରମିତ ଚିହ୍ନଟ ହେବା ମଧ୍ୟ ଆଶ୍ବସ୍ତିକର ବିଷୟ ହୋଇଛି। ଭାରତରେ କରୋନା ମହାମାରୀର ୨ୟ ଲହର ଦିନକୁ ଦିନ ଦୁର୍ବଳ ହେବାରେ ଲାଗିଛି । ଦେଶରେ ଗତ କିଛି ଦିନ ହେଲାଣି ସଂକ୍ରମଣ ୨୦ରୁ ୪୦ହଜାର ଭିତରେ ରହୁଥିବା ବେଳେ ଆଜି ପୁଣି ଏହା ପରି କରିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୪୫ହଜାରରୁ ଅଧିକ ଥିବା ବେଳେ ମୃତ୍ୟୁସଂଖ୍ୟା ମଧ୍ୟ ୩ ଶହରୁ ଅଧିକ ରହିଛି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି । ଦେଶରେ କରୋନାରୁ ଆରୋଗ୍ୟ ହାର ୯୭.୪୫% ରହିଛି। ସେହିଭଳି ଦୈନିକ ସଂକ୍ରମଣ ହାର ୨.୭୨% ଏବଂ ସାପ୍ତାହିକ ସଂକ୍ରମଣ ହାର ୨.୬୬% ରହିଥିବା ଜଣାଯାଇଛି। ଗୁରୁବାର ସନ୍ଧ୍ୟା ସୁଦ୍ଧା ଦେଶରେ ୫୨.୬୫ କୋଟି ନମୁନା ପରୀକ୍ଷା କରାଯାଇସାରିଛି। ଏଥିସହିତ ମୋଟ ୬୭.୦୯ କୋଟି ପାନ କୋଭିଡ ଟିକା ଦିଆଯାଇସାରିଛି।
India reports 45,352 new #COVID cases, 34,791 recoveries & 366 deaths in the last 24 hours, as per Health Ministry; recovery rate at 97.45%
— ANI (@ANI) September 3, 2021
Active cases: 3,99,778
Total recoveries: 3,20,63,616
Death toll: 4,39,895
Total vaccination: 67,09,59,968 pic.twitter.com/1p6womc7fI
ଶୁକ୍ରବାର ଗତ ୨୪ଘଣ୍ଟାରେ ୪୫ହଜାର ୩୫୨ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୩୬୬ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି । ସେହିପରି ଦିନକରେ ୩୪ ହଜାର ୭୯୧ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩,୨୮,୫୭,୯୩୭କୁ ବୃଦ୍ଧି ପାଇ ଥିବାବେଳେ ମୋଟ ମୃତ୍ୟୁ ସଂଖ୍ୟା ୪ଲକ୍ଷ ୩୯ହଜାର ୮୯୫ରେ ପହଞ୍ଚିଛି । ଅନ୍ୟପକ୍ଷରେ ୩କୋଟି ୨୦ଲକ୍ଷ ୬୩ହଜାର ୬୨୬ ଜଣ ସୁସ୍ଥ ହୋଇଥିବା ବେଳେ ୩ଲକ୍ଷ ୯ ହଜାର ୭୭୮ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ରହିଛନ୍ତି ।
