ରାଜ୍ୟରେ ଆଉ ୬୮୧ କରୋନା ସଂକ୍ରମିତ ଚିହ୍ନଟ
- ଗତ ୨୪ ଘଣ୍ଟାରେ ୦ରୁ ୧୮ ବର୍ଷର ୧୩୦ ଜଣ ପଜିଟିଭ ଚିହ୍ନଟ
ଭୁବନେଶ୍ୱର : ରାଜ୍ୟରେ ମହାମାରୀ କରୋନା ସଂକ୍ରମଣ ଜୁନ ପରେ ଜୁଲାଇ ଏବଂ ଏବେ ଗତ ୨୪ ଘଣ୍ଟାରେ ୦ରୁ ୧୮ ବର୍ଷର ୧୩୦ ଜଣ ପଜିଟିଭ ଚିହ୍ନଟ ମଧ୍ୟ ଆଣିଦେଉଛି ଆଶ୍ୱସ୍ତିକର ଖବର । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ତଳକୁ ଖସୁଛି । ଏହାରି ମଧ୍ୟରେ ଶନିବାର ୩୦ଟି ଜିଲା ଏବଂ ରାଜ୍ୟ ପୁଲରୁ ଗତ ୨୪ ଘଣ୍ଟା ମଧ୍ୟରେ ୬୮୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୩୯୮ ଓ ସ୍ଥାନୀୟ ଅଞ୍ଚଳରୁ ୨୮୩ ଜଣ ଚିହ୍ନଟ ହୋଇଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୧୧୮ ଜଣ ପଜିଟିଭ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ଲକ୍ଷ ୧୦ହଜାର ୭୫୩କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲାରୁ ୧୮ ଜଣ ଥିବାବେଳେ ବାଲେଶ୍ୱରରୁ ୩୪ ଜଣ, ବରଗଡ଼ରୁ ୧୪ ଜଣ, ଭଦ୍ରକରୁ ୯ ଜଣ, ବୌଦ୍ଧରୁ ୩ ଜଣ, କଟକରୁ ୧୦୧ ଜଣ, ଦେବଗଡ଼ରୁ ୯ ଜଣ, ଢେଙ୍କାନାଳରୁ ୧୯ ଜଣ, ଗଞ୍ଜାମରୁ ୧୩ ଜଣ, ଜଗତସିଂହପୁରରୁ ୧୯ ଜଣ, ଯାଜପୁରରୁ ୩୩ ଜଣ, ଝାରସୁଗୁଡ଼ାରୁ ୫ ଜଣ, କଳାହାଣ୍ଡିରୁ ୪ ଜଣ, କେନ୍ଦ୍ରାପଡ଼ାରୁ ୯ ଜଣ, କେଉଁଝରରୁ ୧୦ ଜଣ, ଖୋର୍ଦ୍ଧାରୁ ୨୨୨ ଜଣ, ମାଲକାନଗିରିରୁ ୩ ଜଣ, ମୟୁରଭଞ୍ଜରୁ ୨୭ ଜଣ, ନବରଙ୍ଗପୁରରୁ ୧ ଜଣ, ନୟାଗଡ଼ରୁ ୧୦ ଜଣ, ପୁରୀରୁ ୨୬ ଜଣ, ରାୟଗଡ଼ାରୁ ୫ ଜଣ, ସମ୍ୱଲପୁରରୁ ୧୦ ଜଣ, ସୋନପୁରରୁ ୬ ଜଣ, ସୁନ୍ଦରଗଡ଼ରୁ ୨୦ ଜଣ ଓ ରାଜ୍ୟ ପୁଲରୁ ୪୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସୂଚନା ଯେ, ରାଜ୍ୟରେ ବର୍ତମାନ ସୁଦ୍ଧା ମୋଟ୍ ୧୦,୧୦, ୭୫୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୯,୯୫,୪୭୪ ଜଣ ସୁସ୍ଥ ହୋଇଥିବା ବେଳେ ୭,୧୮୬ ଜଣ ସକ୍ରିୟ ମାମଲା ରହିଛି । ସେହିପରି ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧,୮୩,୩୯,୪୫୨ ସାମ୍ପୁଲ ଟେଷ୍ଟ୍ ହୋଇଛି ।
