ଦେଶରେ ଆଉ ୪୧,୯୬୫ କରୋନା ସଂକ୍ରମିତ ଚିହ୍ନଟ ଓ ୩୩୦ ମୃତ
ନୂଆଦିଲ୍ଲୀ : ଦେଶରେ ଦିନକୁ ଦିନ ଅଧିକ ନମୁନା ପରୀକ୍ଷଣ ସତ୍ତ୍ୱେ ସେହି ଅନୁସାରେ କମ୍ ସଂକ୍ରମିତ ଚିହ୍ନଟ ହେବା ମଧ୍ୟ ଆଶ୍ବସ୍ତିକର ବିଷୟ ହୋଇଛି। ଭାରତରେ କରୋନା ମହାମାରୀର ୨ୟ ଲହର ଦିନକୁ ଦିନ ଦୁର୍ବଳ ହେବାରେ ଲାଗିଛି । ଦେଶରେ ଗତ କିଛି ଦିନ ହେଲାଣି ସଂକ୍ରମଣ ୨୦ରୁ ୪୦ହଜାର ଭିତରେ ରହୁଥିବା ବେଳେ ଆଜି ପୁଣି ଏହା ପରି କରିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୫୦ ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୩୦୦ ଟପିଛି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି । ଦେଶରେ କରୋନାରୁ ଆରୋଗ୍ୟ ହାର ୯୭.୪୫% ରହିଛି। ସେହିଭଳି ଦୈନିକ ସଂକ୍ରମଣ ହାର ୨.୭୨% ଏବଂ ସାପ୍ତାହିକ ସଂକ୍ରମଣ ହାର ୨.୬୬% ରହିଥିବା ଜଣାଯାଇଛି। ଗୁରୁବାର ସନ୍ଧ୍ୟା ସୁଦ୍ଧା ଦେଶରେ ୫୨.୬୫ କୋଟି ନମୁନା ପରୀକ୍ଷା କରାଯାଇସାରିଛି। ଏଥିସହିତ ମୋଟ ୬୭.୦୯ କୋଟି ପାନ କୋଭିଡ ଟିକା ଦିଆଯାଇସାରିଛି।
India reports 42,618 new #COVID19 cases, 36,385 recoveries and 330 deaths in last 24 hours, as per Health Ministry
— ANI (@ANI) September 4, 2021
Total cases: 3,29,45,907
Active cases: 4,05,681
Total recoveries: 3,21,00,001
Death toll: 4,40,225
Total vaccination: 67,72,11,205 (58,85,687 in last 24 hours) pic.twitter.com/k71PJO1isU
ଶନିବାର ଗତ ୨୪ଘଣ୍ଟାରେ ୪୨ହଜାର ୬୧୮ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୩୩୦ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି । ସେହିପରି ଦିନକରେ ୩୬ ହଜାର ୩୮୫ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩କୋଟି ୨୯ଲକ୍ଷ ୪୫ହଜାର ୯୦୭କୁ ବୃଦ୍ଧି ପାଇ ଥିବାବେଳେ ମୋଟ ମୃତ୍ୟୁ ସଂଖ୍ୟା ୪ଲକ୍ଷ ୪୦ହଜାର ୨୨୫ରେ ପହଞ୍ଚିଛି । ଅନ୍ୟପକ୍ଷରେ ୩କୋଟି ୨୧ଲକ୍ଷ ୧ଜଣ ସୁସ୍ଥ ହୋଇଥିବା ବେଳେ ୪ଲକ୍ଷ ୫ହଜାର ୬୮୧ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ରହିଛନ୍ତି ।
