ରାଜ୍ୟରେ ଆଉ ୮୦୫ କରୋନା ସଂକ୍ରମିତ ଚିହ୍ନଟ
- ଗତ ୨୪ ଘଣ୍ଟାରେ ୦ରୁ ୧୮ ବର୍ଷର ୧୩୧ ଜଣ ପଜିଟିଭ ଚିହ୍ନଟ
ଭୁବନେଶ୍ୱର : ରାଜ୍ୟରେ ମହାମାରୀ କରୋନା ସଂକ୍ରମଣ ଜୁନ ପରେ ଜୁଲାଇ ଏବଂ ଏବେ ଗତ ୨୪ ଘଣ୍ଟାରେ ୦ରୁ ୧୮ ବର୍ଷର ୧୩୦ ଜଣ ପଜିଟିଭ ଚିହ୍ନଟ ମଧ୍ୟ ଆଣିଦେଉଛି ଆଶ୍ୱସ୍ତିକର ଖବର । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ତଳକୁ ଖସୁଛି । ଏହାରି ମଧ୍ୟରେ ରବିବାର ୩୦ଟି ଜିଲା ଏବଂ ରାଜ୍ୟ ପୁଲରୁ ଗତ ୨୪ ଘଣ୍ଟା ମଧ୍ୟରେ ୮୦୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୪୬୭ ଓ ସ୍ଥାନୀୟ ଅଞ୍ଚଳରୁ ୩୩୮ ଜଣ ଚିହ୍ନଟ ହୋଇଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୧୩୧ ଜଣ ପଜିଟିଭ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ଲକ୍ଷ ୧୧ହଜାର ୫୫୮କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲାରୁ ୧୩ ଜଣ ଥିବାବେଳେ ବାଲେଶ୍ୱରରୁ ୩୦ ଜଣ, ବରଗଡ଼ରୁ ୫ ଜଣ, ଭଦ୍ରକରୁ ୧୪ ଜଣ, ବୌଦ୍ଧରୁ ୩ ଜଣ, କଟକରୁ ୯୮ ଜଣ, ଦେବଗଡ଼ରୁ ୫ ଜଣ, ଢେଙ୍କାନାଳରୁ ୧୧ ଜଣ, ଗଜପତିରୁ ୧ ଜଣ, ଗଞ୍ଜାମରୁ ୬ ଜଣ, ଜଗତସିଂହପୁରରୁ ୧୭ ଜଣ, ଯାଜପୁରରୁ ୧୯ ଜଣ, ଝାରସୁଗୁଡ଼ାରୁ ୨ ଜଣ, କେନ୍ଦ୍ରାପଡ଼ାରୁ ୩୩ ଜଣ, କେଉଁଝରରୁ ୮ ଜଣ, ଖୋର୍ଦ୍ଧାରୁ ୩୪୬ ଜଣ, ମାଲକାନଗିରିରୁ ୨ ଜଣ, ମୟୁରଭଞ୍ଜରୁ ୩୭ ଜଣ, ନବରଙ୍ଗପୁରରୁ ୭ ଜଣ, ନୟାଗଡ଼ରୁ ୧୦ ଜଣ, ପୁରୀରୁ ୧୨ ଜଣ, ରାୟଗଡ଼ାରୁ ୨ ଜଣ, ସମ୍ୱଲପୁରରୁ ୨୧ ଜଣ, ସୁନ୍ଦରଗଡ଼ରୁ ୧୬ ଜଣ ଓ ରାଜ୍ୟ ପୁଲରୁ ୮୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସୂଚନା ଯେ, ରାଜ୍ୟରେ ବର୍ତମାନ ସୁଦ୍ଧା ମୋଟ୍ ୧୦,୧୧,୫୫୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୯,୯୬,୩୦୦ ଜଣ ସୁସ୍ଥ ହୋଇଥିବା ବେଳେ ୭,୧୫୮ ଜଣ ସକ୍ରିୟ ମାମଲା ରହିଛି । ସେହିପରି ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧,୮୪,୧୧,୮୬୪ ସାମ୍ପୁଲ ଟେଷ୍ଟ୍ ହୋଇଛି ।
