ରାଜ୍ୟରେ ଆଉ ୬୦୯ କରୋନା ସଂକ୍ରମିତ ଚିହ୍ନଟ
- ଗତ ୨୪ ଘଣ୍ଟାରେ ୦ରୁ ୧୮ ବର୍ଷର ୧୨୨ ଜଣ ପଜିଟିଭ ଚିହ୍ନଟ
ଭୁବନେଶ୍ୱର : ରାଜ୍ୟରେ ମହାମାରୀ କରୋନା ସଂକ୍ରମଣ ଜୁନ ପରେ ଜୁଲାଇ ଏବଂ ଏବେ ଗତ ୨୪ ଘଣ୍ଟାରେ ୦ରୁ ୧୮ ବର୍ଷର ୧୩୦ ଜଣ ପଜିଟିଭ ଚିହ୍ନଟ ମଧ୍ୟ ଆଣିଦେଉଛି ଆଶ୍ୱସ୍ତିକର ଖବର । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ତଳକୁ ଖସୁଛି । ଏହାରି ମଧ୍ୟରେ ସୋମବାର ୩୦ଟି ଜିଲା ଏବଂ ରାଜ୍ୟ ପୁଲରୁ ଗତ ୨୪ ଘଣ୍ଟା ମଧ୍ୟରେ ୬୦୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୩୫୪ ଓ ସ୍ଥାନୀୟ ଅଞ୍ଚଳରୁ ୨୫୫ ଜଣ ଚିହ୍ନଟ ହୋଇଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୧୨୨ ଜଣ ପଜିଟିଭ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ଲକ୍ଷ ୧୨ହଜାର ୧୬୭କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲାରୁ ୧୩ ଜଣ ଥିବାବେଳେ ବାଲେଶ୍ୱରରୁ ୩୧ ଜଣ, ବରଗଡ଼ରୁ ୯ ଜଣ, ଭଦ୍ରକରୁ ୧୮ ଜଣ, କଟକରୁ ୧୧୩ ଜଣ, ଦେବଗଡ଼ରୁ ୪ ଜଣ, ଢେଙ୍କାନାଳରୁ ୮ ଜଣ, ଗଜପତିରୁ ୧ ଜଣ, ଗଞ୍ଜାମରୁ ୫ ଜଣ, ଜଗତସିଂହପୁରରୁ ୨୨ ଜଣ, ଯାଜପୁରରୁ ୩୧ ଜଣ, ଝାରସୁଗୁଡ଼ାରୁ ୫ ଜଣ, କେନ୍ଦ୍ରାପଡ଼ାରୁ ୧୩ ଜଣ, କେଉଁଝରରୁ ୮ ଜଣ, ଖୋର୍ଦ୍ଧାରୁ ୧୮୮ ଜଣ, ମାଲକାନଗିରିରୁ ୧ ଜଣ, ମୟୁରଭଞ୍ଜରୁ ୨୧ ଜଣ, ନବରଙ୍ଗପୁରରୁ ୭ ଜଣ, ନୟାଗଡ଼ରୁ ୫ ଜଣ, ପୁରୀରୁ ୨୦ ଜଣ, ରାୟଗଡ଼ାରୁ ୭ ଜଣ, ସମ୍ୱଲପୁରରୁ ୧୬ ଜଣ, ସୋନପୁରରୁ ୨ ଜଣ, ସୁନ୍ଦରଗଡ଼ରୁ ୯ ଜଣ ଓ ଷ୍ଟେଟ ପୁଲରୁ ୪୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସୂଚନା ଯେ, ରାଜ୍ୟରେ ବର୍ତମାନ ସୁଦ୍ଧା ମୋଟ୍ ୧୦,୧୨,୧୬୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୯,୯୭,୦୬୩ ଜଣ ସୁସ୍ଥ ହୋଇଥିବା ବେଳେ ୬,୯୯୬ ଜଣ ସକ୍ରିୟ ମାମଲା ରହିଛି । ସେହିପରି ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧,୮୪,୭୭,୧୩୨ ସାମ୍ପୁଲ ଟେଷ୍ଟ୍ ହୋଇଛି ।
