ରାଜ୍ୟରେ ଆଉ ୭୬୨ କରୋନା ସଂକ୍ରମିତ ଚିହ୍ନଟ
- ଗତ ୨୪ ଘଣ୍ଟାରେ ୦ରୁ ୧୮ ବର୍ଷର ୧୦୨ ଜଣ ପଜିଟିଭ ଚିହ୍ନଟ
ଭୁବନେଶ୍ୱର : ରାଜ୍ୟରେ ମହାମାରୀ କରୋନା ସଂକ୍ରମଣ ଜୁନ ପରେ ଜୁଲାଇ ଏବଂ ଏବେ ଗତ ୨୪ ଘଣ୍ଟାରେ ୦ରୁ ୧୮ ବର୍ଷର ୧୩୦ ଜଣ ପଜିଟିଭ ଚିହ୍ନଟ ମଧ୍ୟ ଆଣିଦେଉଛି ଆଶ୍ୱସ୍ତିକର ଖବର । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ତଳକୁ ଖସୁଛି । ଏହାରି ମଧ୍ୟରେ ବୁଧବାର ୩୦ଟି ଜିଲା ଏବଂ ରାଜ୍ୟ ପୁଲରୁ ଗତ ୨୪ ଘଣ୍ଟା ମଧ୍ୟରେ ୭୬୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୪୪୩ ଓ ସ୍ଥାନୀୟ ଅଞ୍ଚଳରୁ ୩୧୯ ଜଣ ଚିହ୍ନଟ ହୋଇଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୧୦୨ ଜଣ ପଜିଟିଭ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ଲକ୍ଷ ୧୩ହଜାର ୫୬୭କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲାରୁ ୨୦ ଜଣ ଥିବାବେଳେ ବାଲେଶ୍ୱରରୁ ୧୭ ଜଣ, ବରଗଡ଼ରୁ ୧୩ ଜଣ, ଭଦ୍ରକରୁ ୯ ଜଣ, ବାଲାଙ୍ଗୀର ୨ଜଣ, କଟକରୁ ୧୧୯ ଜଣ, ଦେବଗଡ଼ରୁ ଜଣେ, ଢେଙ୍କାନାଳରୁ ୯ ଜଣ, ଗଜପତିରୁ ଜଣେ, ଗଞ୍ଜାମରୁ ୪ ଜଣ, ଜଗତସିଂହପୁରରୁ ୨୪ ଜଣ, ଯାଜପୁରରୁ ୧୯ ଜଣ, ଝାରସୁଗୁଡ଼ାରୁ ୪ ଜଣ, କଳାହାଣ୍ଡିରୁ ଜଣେ, କନ୍ଧମାଳରୁ ଜଣେ, କେନ୍ଦ୍ରାପଡ଼ାରୁ ୨୧ ଜଣ, କେଉଁଝରରୁ ୭ଜଣ, ଖୋର୍ଦ୍ଧାରୁ ୩୧୪ ଜଣ, କୋରାପୁଟରୁ ୬ ଜଣ, ମାଲକାନଗିରିରୁ ଜଣେ, ମୟୁରଭଞ୍ଜରୁ ୨୯ ଜଣ, ନବରଙ୍ଗପୁରରୁ ୨ ଜଣ, ନୟାଗଡ଼ରୁ ୩ ଜଣ, ନୂଆପଡ଼ାରୁ ୩ଜଣ, ପୁରୀରୁ ୧୬ ଜଣ, ରାୟଗଡ଼ାରୁ ୬ ଜଣ, ସମ୍ୱଲପୁରରୁ ୭ ଜଣ, ସୋନପୁରରୁ ୩ ଜଣ, ସୁନ୍ଦରଗଡ଼ରୁ ୨୬ ଜଣ ଓ ରାଜ୍ୟ ପୁଲରୁ ୭୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସୂଚନା ଯେ, ରାଜ୍ୟରେ ବର୍ତମାନ ସୁଦ୍ଧା ମୋଟ୍ ୧୦,୧୩,୫୬୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୯,୯୮,୫୯୧ ଜଣ ସୁସ୍ଥ ହୋଇଥିବା ବେଳେ ୬,୮୫୩ ଜଣ ସକ୍ରିୟ ମାମଲା ରହିଛି । ସେହିପରି ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧,୮୫,୯୯,୦୩୭ ସାମ୍ପୁଲ ଟେଷ୍ଟ୍ ହୋଇଛି ।
