ରାଜ୍ୟରେ ଆଉ ୮ କରୋନା ଆକ୍ରାନ୍ତ ମୃତ
ଭୁବନେଶ୍ୱର : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ କରୋନା ଜନିତ ମୃତ୍ୟୁସଂଖ୍ୟା କମିବାର ନାଁ ନେଉନି । ରାଜ୍ୟରେ କିଛି ଦିନ ତଳେ ଦୈନିକ କରୋନା ଜନିତ ମୃତ୍ୟୁ ସଂଖ୍ୟା ୬୦ ଅତିକ୍ରମ କରୁଥିବା ସମୟରେ ଏବେ ଏହା ୧୦ ମଧ୍ୟରେ ସୀମିତ ରହୁଥିବା ଦେଖାଯାଉଛି । ବୁଧବାର ଗତ ୨୪ ଘଣ୍ଟା ମଧ୍ୟରେ ୭୬୨ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୮ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଓ ଢେଙ୍କାନାଳ ଜିଲାରୁ ୨ଜଣ ଲେଖାଏଁ ରହିଥିବା ବେଳେ ଅନୁଗୁଳ, ବାଲେଶ୍ୱର, କେନ୍ଦୁଝର, କୋରାପୁଟ ଜିଲାରୁ ଜଣେ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ମୃତ୍ୟୁ ସଂଖ୍ୟା ୮ହଜାର ୦୭୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ସୂଚନା ଯେ, ରାଜ୍ୟରେ ବର୍ତମାନ ସୁଦ୍ଧା ୧୦,୧୩,୫୬୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୯,୯୮,୫୯୧ ଜଣ ସୁସ୍ଥ ହୋଇଥିବା ବେଳେ ୬,୮୫୩ ଜଣ ସକ୍ରିୟ ମାମଲା ରହିଛି । ସେହିପରି କରୋନାରେ ୮,୦୭୦ ଜଣଙ୍କର ମୃତ୍ୟୁ ହୋଇ ଥିବାବେଳେ ୫୩ଜଣଙ୍କ ଅନ୍ୟରୋଗ ଯୋଗୁଁ ମୃତ୍ୟୁ ହୋଇଛି ।
