ଦେଶରେ ଆଉ ୨୭,୨୫୪ କରୋନା ସଂକ୍ରମିତ ଚିହ୍ନଟ ଓ ୪୬୦ ମୃତ
ନୂଆଦିଲ୍ଲୀ : ଦେଶରେ ଦିନକୁ ଦିନ ଅଧିକ ନମୁନା ପରୀକ୍ଷଣ ସତ୍ତ୍ୱେ ସେହି ଅନୁସାରେ କମ୍ ସଂକ୍ରମିତ ଚିହ୍ନଟ ହେବା ମଧ୍ୟ ଆଶ୍ବସ୍ତିକର ବିଷୟ ହୋଇଛି । ଭାରତରେ କରୋନା ମହାମାରୀର ୨ୟ ଲହର ଦିନକୁ ଦିନ ଦୁର୍ବଳ ହେବାରେ ଲାଗିଛି । ଦେଶରେ ଗତ କିଛି ଦିନ ହେଲାଣି ସଂକ୍ରମଣ ୨୦ରୁ ୪୦ହଜାର ଭିତରେ ରହୁଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩୦ ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ମୃତ୍ୟୁ ସଂଖ୍ୟା ୩ ଶହରୁ କମ ରହିଛି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି ।
India reports 27,254 new #COVID19 cases, 37,687 recoveries and 219 deaths in last 24 hours, as per Health Ministry.
— ANI (@ANI) September 13, 2021
Total cases: 3,32,64,175
Active cases: 3,74,269
Total recoveries: 3,24,47,032
Death toll: 4,42,874
Total Vaccination : 74,38,37,643 (53,38,945 in last 24 hours) pic.twitter.com/XYgrQdIr0t
ସୋମବାର ଗତ ୨୪ଘଣ୍ଟାରେ ୨୭ହଜାର ୨୫୪ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ୨୧୯ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି । ସେହିପରି ଦିନକରେ ୩୭ହଜାର ୬୮୭ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩କୋଟି ୩୨ଲକ୍ଷ ୬୪ହଜାର ୧୭୫କୁ ବୃଦ୍ଧି ପାଇ ଥିବାବେଳେ ମୋଟ ମୃତ୍ୟୁ ସଂଖ୍ୟା ୪ଲକ୍ଷ ୪୨ହଜାର ୮୭୪ରେ ପହଞ୍ଚିଛି । ଅନ୍ୟପକ୍ଷରେ ୩କୋଟି ୨୪ଲକ୍ଷ ୪୭ହଜାର ୦୩୨ ଜଣ ସୁସ୍ଥ ହୋଇଥିବା ବେଳେ ୩ଲକ୍ଷ ୭୪ହଜାର ୨୬୯ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ରହିଛନ୍ତି ।
