ଦେଶରେ ଆଉ ୨୫,୪୦୪ କରୋନା ସଂକ୍ରମିତ ଚିହ୍ନଟ ଓ ୩୩୯ ମୃତ
ନୂଆଦିଲ୍ଲୀ : ଦେଶରେ ଦିନକୁ ଦିନ ଅଧିକ ନମୁନା ପରୀକ୍ଷଣ ସତ୍ତ୍ୱେ ସେହି ଅନୁସାରେ କମ୍ ସଂକ୍ରମିତ ଚିହ୍ନଟ ହେବା ମଧ୍ୟ ଆଶ୍ବସ୍ତିକର ବିଷୟ ହୋଇଛି । ଭାରତରେ କରୋନା ମହାମାରୀର ୨ୟ ଲହର ଦିନକୁ ଦିନ ଦୁର୍ବଳ ହେବାରେ ଲାଗିଛି । ଦେଶରେ ଗତ କିଛି ଦିନ ହେଲାଣି ସଂକ୍ରମଣ ୨୦ରୁ ୪୦ହଜାର ଭିତରେ ରହୁଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩୦ ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ମୃତ୍ୟୁ ସଂଖ୍ୟା ୩ ଶହରୁ କମ ରହିଛି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି । ଦୈନିକ ସଂକ୍ରମଣ ହାର ୧.୭୮% ଏବଂ ସାପ୍ତାହିକ ସଂକ୍ରମଣ ହାର ୨.୦୭% ରହିଛି। ଏଥିସହିତ କରୋନାରୁ ଆରୋଗ୍ୟ ହାର ୯୭.୫୮% ରହିଛି। ଇତିମଧ୍ୟରେ ଦେଶରେ ୩,୨୪,୮୪,୧୫୯ ଜଣ କରୋନାରୁ ସୁସ୍ଥ ହୋଇସାରିଲେଣି।
India reports 25,404 new #COVID19 cases, 37,127 recoveries, and 339 deaths in the last 24 hours, as per Health Ministry
— ANI (@ANI) September 14, 2021
Total cases: 3,32,89,579
Active cases: 3,62,207
Total recoveries: 3,24,84,159
Death toll: 4,43,213
Total Vaccination: 75,22,38,324 (78,66,950 in last 24 hrs) pic.twitter.com/sdbXdzYczu
ମଙ୍ଗଳବାର ଗତ ୨୪ଘଣ୍ଟାରେ ୨୫ହଜାର ୪୦୪ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୩୩୯ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି । ସେହିପରି ଦିନକରେ ୩୭ହଜାର ୧୨୭ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩କୋଟି ୩୨ଲକ୍ଷ ୮୯ହଜାର ୫୭୯କୁ ବୃଦ୍ଧି ପାଇ ଥିବାବେଳେ ମୋଟ ମୃତ୍ୟୁ ସଂଖ୍ୟା ୪ଲକ୍ଷ ୪୩ହଜାର ୨୧୩ରେ ପହଞ୍ଚିଛି । ଅନ୍ୟପକ୍ଷରେ ୩କୋଟି ୨୪ଲକ୍ଷ ୮୪ହଜାର ୧୫୯ ଜଣ ସୁସ୍ଥ ହୋଇଥିବା ବେଳେ ୩ଲକ୍ଷ ୬୨ହଜାର ୨୦୭ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ରହିଛନ୍ତି । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୭୫,୨୨,୩୮,୩୨୪ଜଣ ହିତାଧିକାରୀଙ୍କୁ ଟିକା ଦିଆଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ଦିଆଯାଇଛି ୭୮,୬୬,୯୫୦ ଡୋଜ୍ ଟିକା।
