ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୧୦ରୁ ଉର୍ଦ୍ଧ୍ୱ ଜିଲାରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି
ଭୁବନେଶ୍ୱର : ରାଜ୍ୟରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୧୦ରୁ ଉର୍ଦ୍ଧ୍ୱ ଜିଲାରେ ପ୍ରବଳ ବର୍ଷା ନେଇ ସମ୍ଭାବନା ରହିଛି। ଏହି ଜିଲାଗୁଡ଼ିକ ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ଢ଼େଙ୍କାନାଳ, ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼ ରହିଛି । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଉକ୍ତ ଯିଏଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ସେହିପରି ୧୯ରୁ ୨୦ ତାରିଖ ମଧ୍ୟରେ ପ୍ରବଳ ବର୍ଷା ସମ୍ଭାବନା ଥିବା ଜିଲ୍ଲାଗୁଡ଼ିକ ମଧ୍ୟରେ ସୁନ୍ଦରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ଭଦ୍ରକ, ସୁବର୍ଣ୍ଣପୁର, ନୂଆପଡ଼ା, ବଲାଙ୍ଗୀର ଓ ଦେବଗଡ଼ ରହିଛି। ଏଥିସହିତ ୨୦ରୁ ୨୧ ତାରିଖ ମଧ୍ୟରେ ନବରଙ୍ଗପୁର, ନୂଆପଡ଼ା ଓ ବଲାଙ୍ଗୀର ଆଦି ଜିଲ୍ଲାରେ ବି ପ୍ରବଳ ବର୍ଷା ସମ୍ଭାବନା ଦୃଷ୍ଟିରେ ରଖି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏଯାବତ ଚାନ୍ଦବାଲି ଓ ତାଳଚେରରେ ୩୪.୮ ଡିଗ୍ରି ସେଲସିୟସ ସର୍ବାଧିକ ତାପମାତ୍ରା ରହିଥିବା ବେଳେ ସୁନ୍ଦରଗଡ଼ରେ ୨୧.୦ ଡିଗ୍ରି ସେଲସିୟସ ସର୍ବନିମ୍ନ ତାପମାତ୍ରା ରହିଛି।
