ପଞ୍ଜାବର ନୂଆ ମୁଖ୍ୟମନ୍ତ୍ରୀ ଚରଣଜିତ୍ ସିଂହ ଚନ୍ନି
ଚଣ୍ଡିଗଡ : ପଞ୍ଜାବକୁ ମିଳିଲା ନୂଆ ମୁଖ୍ୟମନ୍ତ୍ରୀ । ଚରଣଜିତ୍ ସିଂହ ଚନ୍ନି ହେଲେ ପଞ୍ଜାବର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ । ଶନିବାର କ୍ୟାପଟେନ୍ ଅମରିନ୍ଦର ସିଂହ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବାପରେ କିଏ ଧରିବ ମଙ୍ଗ ସେ ନେଇ ଚର୍ଚ୍ଚା ଜୋର ଧରିଥିଲା । ତେବେ ରବିବାର ଚରଣଜିତ୍ ସିଂହ ଚନ୍ନିଙ୍କ ନାଁ ରେ ମୋହର ମାରିଛନ୍ତି କଂଗ୍ରେସ ହାଇକମାଣ୍ଡ ।
ଚରଣଜିତ୍ ସିଂହ ଚନ୍ନି ପଞ୍ଜାବର ନୂଆ ମୁଖ୍ୟମନ୍ତ୍ରୀ ହେବାନେଇ ଘୋଷଣା କରିଛନ୍ତି ବରିଷ୍ଠ କଂଗ୍ରେସ ନେତା ତଥା ପଞ୍ଜାବ କଂଗ୍ରେସ ପ୍ରଭାରୀ ହରିଶ୍ ରାଓ୍ବତ । ଟ୍ବିଟ୍ କରି ହରିଶ୍ ରାଓ୍ବତ କହିଛନ୍ତି, ‘ଚରଣଜିତ୍ ସିଂହ ଚନ୍ନି ପଞ୍ଜାବର ନୂଆ ମୁଖ୍ୟମନ୍ତ୍ରୀ ହେବାକୁ ଯାଉଛନ୍ତି । ବିଧାୟକ ଦଳ ବୈଠକ ପରେ ଚନ୍ନିଙ୍କୁ ବିଧାୟକ ଦଳ ନେତା ଭାବେ ନିର୍ବାଚିତ କରାଯାଇଥିଲା । ଏହା ସହିତ ମୁଖ୍ୟମନ୍ତ୍ରୀ ଭାବେ ତାଙ୍କ ନାଁ ଘୋଷଣା କରାଯାଇଛି ।’
