ରାଜ୍ୟରେ ଆଉ ୫୧୦ କରୋନା ସଂକ୍ରମିତ ଚିହ୍ନଟ
- ଗତ ୨୪ ଘଣ୍ଟାରେ ୦ରୁ ୧୮ ବର୍ଷର ୭୯ ଜଣ ପଜିଟିଭ ଚିହ୍ନଟ
ଭୁବନେଶ୍ୱର : ରାଜ୍ୟରେ ମହାମାରୀ କରୋନା ସଂକ୍ରମଣ ଜୁନ ପରେ ଜୁଲାଇ ଏବଂ ଏବେ ଗତ ୨୪ ଘଣ୍ଟାରେ ୦ରୁ ୧୮ ବର୍ଷର ୧୩୦ ଜଣ ପଜିଟିଭ ଚିହ୍ନଟ ମଧ୍ୟ ଆଣିଦେଉଛି ଆଶ୍ୱସ୍ତିକର ଖବର । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ତଳକୁ ଖସୁଛି । ଏହାରି ମଧ୍ୟରେ ସୋମବାର ୨୪ ଟି ଜିଲା ଏବଂ ରାଜ୍ୟ ପୁଲରୁ ଗତ ୨୪ ଘଣ୍ଟା ମଧ୍ୟରେ ୫୧୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୨୯୭ ଓ ସ୍ଥାନୀୟ ଅଞ୍ଚଳରୁ ୨୩୧ ଜଣ ଚିହ୍ନଟ ହୋଇଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୭୯ ଜଣ ପଜିଟିଭ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ଲକ୍ଷ ୨୦ହଜାର ୭୫୪କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲାରୁ ୩ ଜଣ ଥିବାବେଳେ ବାଲେଶ୍ୱରରୁ ୩୩ ଜଣ, ଭଦ୍ରକରୁ ୯ ଜଣ, ବଲାଙ୍ଗୀରରୁ ୧, ବୌଦ୍ଧରୁ୧ ଜଣ, କଟକରୁ ୭୮ ଜଣ, ଗଜପତିରୁ ୭ ଜଣ, ଗଞ୍ଜାମରୁ ୧୨ ଜଣ, ଜଗତସିଂହପୁରରୁ ୨୨ ଜଣ, ଯାଜପୁରରୁ ୨୨ ଜଣ, ଝାରସୁଗୁଡ଼ାରୁ ୮ ଜଣ, କଳାହାଣ୍ଡିରୁ ୧ ଜଣ, କନ୍ଧମାଳରୁ ୪ ଜଣ, କେନ୍ଦ୍ରାପଡ଼ାରୁ ୭ ଜଣ, କେଉଁଝରରୁ ୧ ଜଣ, ଖୋର୍ଦ୍ଧାରୁ ୧୯୭ ଜଣ, କୋରାପୁଟରୁ ୩ ଜଣ, ମୟୁରଭଞ୍ଜରୁ ୧୪ ଜଣ, ନୟାଗଡ଼ରୁ ୧ ଜଣ, ପୁରୀରୁ ୨୦ ଜଣ, ରାୟଗଡ଼ାରୁ ୩ ଜଣ, ସମ୍ୱଲପୁରରୁ ୯ ଜଣ, , ସୁନ୍ଦରଗଡ଼ରୁ ୩ ଜଣ ଓ ରାଜ୍ୟ ପୁଲରୁ ୪୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସୂଚନା ଯେ, ରାଜ୍ୟରେ ବର୍ତମାନ ସୁଦ୍ଧା ମୋଟ୍ ୧୦,୨୦,୨୪୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୧୦,୦୭,୦୬୬ ଜଣ ସୁସ୍ଥ ହୋଇଥିବା ବେଳେ ୫,୪୯୪ ଜଣ ସକ୍ରିୟ ମାମଲା ରହିଛି । ଏବେ ସୁଦ୍ଧା ରାଜ୍ୟରେ ୧,୯୩,୧୯,୧୯୧ ସାମ୍ପୁଲ ଟେଷ୍ଟ୍ ହୋଇଛି ।
