ଆଜିର ଭାଗ୍ୟଫଳ (ମଙ୍ଗଳବାର, ୨୧/୯/୨୦୨୧), ମା’ ମଙ୍ଗଳାଙ୍କ କୃପାରୁ ଆଜି ଏହି ରାଶିଙ୍କୁ ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି !
୨୦୨୧ ମସିହା, ସେପ୍ଟେମ୍ବର ମାସ ୨୧ ତାରିଖ, ମଙ୍ଗଳବାର, କନ୍ୟା ମାସ ୫ ଦିନ, ଆଶ୍ଵିନ ମାସ, କୃଷ୍ଣପକ୍ଷ, ପ୍ରତିପଦା ତିଥି, ଉତ୍ତରଭାଦ୍ରପଦ ନକ୍ଷତ୍ର, ମୀନ ରାଶିରେ ଚନ୍ଦ୍ର । ଗଣ୍ଡ ଯୋଗ । ବାଳବ କରଣ । ମକର ରାଶିର ଘାତବାର । ଧନୁ ରାଶିର ଘାତଚନ୍ଦ୍ର । ପାଣିକଖାରୁ ନ ଖାଇଲେ ଭଲ । ଯୋଗିନୀ- ପୂର୍ବେ ଯାତ୍ରା ନିଷେଧ । ଶ୍ରାଦ୍ଧ ତର୍ପଣ- ପ୍ରତିପଦାର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ଦିବା ୧ଟା ୯ମିନିଟ୍ ରୁ ଦିବା ୨ଟା ୩୯ମିନିଟ୍ । ସକାଳ ୭ଟା ୯ମିନିଟ୍ ରୁ ୮ଟା ୩୯ମିନିଟ୍ ।
ସନ୍ଧ୍ୟା ୭ଟା ୧୦ମିନିଟ୍ ରୁ ରାତ୍ରି ୮ଟା ୪୦ମିନିଟ୍ । ଶୁଭସମୟ- ପ୍ରାତଃ ୫ଟା ୩୯ମିନିଟ୍ ରୁ ୬ଟା ୨୫ମିନିଟ୍, ସକାଳ ୮ଟା ୪୦ମିନିଟ୍ ରୁ ଦିବା୧୧ଟା ୧୪ମିନିଟ୍, ସନ୍ଧ୍ୟା ୫ଟା ୪୧ମିନିଟ୍ ରୁ ୭ଟା ୯ମିନିଟ୍, ରାତ୍ର ୮ଟା ୪୧ମିନିଟ୍ ରୁ ୮ଟା ୫୨ମିନିଟ୍, ରାତ୍ର ୯ଟା ୪୦ମିନିଟ୍ ରୁ ୧୨ଟା ୨ମିନିଟ୍, ରାତ୍ର ୧ଟା ୪୦ମିନିଟ୍ ରୁ ରାତ୍ର ୩ଟା ୧୪ମିନିଟ୍ । ପର୍ବଦିନ- ଅପରପକ୍ଷ ଓ ପିତୃତର୍ପଣ ଆରମ୍ଭ, ଜହ୍ନି ଓଷା ଆରମ୍ଭ ।
ମେଷ :-
ସରକାରୀ କ୍ଷେତ୍ରରେ ସଫଳତା ମିଳିବ । ପରିବାର ଓ ମିତ୍ରଙ୍କ ସହିତ ସମୟ ବିତେଇବେ । ମନରେଥିବା କାମନା ପୂର୍ଣ୍ଣ ହେବ । ଅଧୁରା କାର୍ଯ୍ୟ ପୂରଣ ହେବ । ନୂଆ ଜ୍ଞାନର ବୃଦ୍ଧି ହେବ । ପ୍ରେମୀକ ପ୍ରେମିକାଙ୍କ ମିଳନ ହେବ । ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ସ୍ଥିର ହେବ । ପ୍ରପର୍ଟୀ ସମ୍ବନ୍ଧିୟ ମାମଲା କାହାର ମଧ୍ୟସ୍ଥତା ଦ୍ଵାରା ଦୂର ହେବ । କିନ୍ତୁ ଅହଂକାରକୁ ତ୍ୟାଗ କରିବାକୁ ହେବ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।
ବୃଷ :-
ସମସ୍ତ କ୍ଷେତ୍ରରେ ଖୁସି ମିଳିବ । ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ । ସନ୍ତାନ ସମ୍ବନ୍ଧିୟ କୌଣସି ମହତ୍ଵପୂର୍ଣ୍ଣ କାମ ଆପଣଙ୍କ ଦ୍ଵାରା ହୋଇପାରେ । ସମ୍ପତ୍ତି ସମ୍ବନ୍ଧିୟ ମାମଲାରେ ବିଜୟ ହେବ । ସ୍ଵାସ୍ଥ୍ୟରେ ପରିବର୍ତ୍ତନ ଅନୁଭବ କରିବେ । ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ଅଧା-ଅଧୁରାଥିବା କାର୍ଯ୍ୟ ପୂରଣ ହୋଇଯିବ । କୌଣସି ବନ୍ଧୁଙ୍କ ଦ୍ଵାରା ପରିବାର ସମ୍ବନ୍ଧିତ ଶୁଭ ସମାଚାର ଶୁଣିବେ । ପ୍ରତିକାର- ଶ୍ଵେତଚନ୍ଦନରେ କର୍ପୁରମିଶେଇ ମସ୍ତକରେ ଧାରଣ କରନ୍ତୁ ।
ମିଥୁନ :-
ଶାରୀରିକ କଷ୍ଟ ଦୂର ହେବ । ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ । ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ । ସବୁ କିଛି ସୁନ୍ଦର ହିଁ ସୁନ୍ଦର ଦେଖା ଦେବ । ବ୍ୟାପାର ଓ କାମକାର୍ଯ୍ୟର ସ୍ଥିତି ବହୁତ ସନ୍ତୋଷ ଜନକ ହେବ । ନୂଆ ଚାକିରୀ ହେବାର ଅଫର୍ ମିଳିବ । କୌଣସି ଶୁଭକାର୍ଯ୍ୟ କରିବାକୁ ଆୟୋଜନ ମଧ୍ୟ କରିବେ । ନୂଆଲକ୍ଷ ପୂରଣ କରିବା ପାଇଁ ସମୟ ନିର୍ଦ୍ଧାରିତ କରିବେ । ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ ।
କର୍କଟ :-
ଶତ୍ରୁ ବା ବିରୋଧୀ କିଛି କ୍ଷତି କରିପାରିବେ ନାହିଁ । କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ । କମିଶନ ସମ୍ବନ୍ଧିତ କାର୍ଯ୍ୟରେ ଲାଭ ମିଳିବ । ବନ୍ଧୁ ମିତ୍ରଙ୍କ ସହଯୋଗ ଦ୍ଵାରା ପ୍ରେମ ସମ୍ବନ୍ଧ ଆଗକୁ ବଢିପାରିବେ । ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ । ଦାମ୍ପତ୍ୟ ସୁଖରେ ମଧୁରତା ଆସିବ । ଗୁରୁଜନ ଓ ବୃଦ୍ଧଜନଙ୍କ ସେବା କଲେ ଅନେକ ଆଶୀର୍ବାଦ ପାଇବେ । ଆଧ୍ୟାତ୍ମିକ କ୍ଷେତ୍ରରେ ଉନ୍ନତି ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।
ସିଂହ :-
ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ସମସ୍ୟାକୁ ସୁଧାରିବା ପାଇଁ ଚେଷ୍ଟା କରି କୌଶଳକ୍ରମେ ସମାଧାନ କରିବେ । ଧାର୍ମିକ କାର୍ଯ୍ୟରେ ରୁଚି ବଢିବା ସହିତ ସମୟ ମଧ୍ୟ ଆନନ୍ଦମୟ ହେବ । ବ୍ୟବସାୟ କ୍ଷେତ୍ରରେ ଚତୁରତାସହ ଗତିକରି କାମ ହାସଲ କରିବେ । ପରିଶ୍ରମ ଓ ମେହନତର ପରିଣାମ ମିଳିବ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଅନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ଦୁଃଖୀ ଲୋକଙ୍କୁ ସାହାରା ହେବେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।
କନ୍ୟା :-
ସ୍ୱାସ୍ଥ୍ୟ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ । ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ନିଜର ଚତୁରତା ଓ ବିବେକ ହେତୁ ସମସ୍ତ ବିପରୀତ ପରିସ୍ଥିତିର ସାମ୍ନା କରିପାରିବେ । ପରିବାର ବା ଘର ସମ୍ବନ୍ଧୀୟ କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ । ନୂତନ ବନ୍ଧୁମିଳନ ହେତୁ ମନଖୁସୀ ରହିବ । ଦୂରଯାତ୍ରାର ସୁଯୋଗ ପାଇ ସଫଳତା ମିଳିବ ଓ ପ୍ରତିଷ୍ଠା, ପ୍ରତିପତ୍ତି ମାନସମ୍ମାନ କ୍ଷାତି ବଢିବ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।
ତୁଳା :-
ସ୍ୱାସ୍ଥ୍ୟସମସ୍ୟା ଦୂର ହୋଇଯିବ । କର୍ମକ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧିହେବ । ନୂତନ କର୍ମ ନିଯୁକ୍ତିରେ ସଫଳ ହେବେ । ନୂତନ ବ୍ୟବସାୟର ସୁଯୋଗ ପାଇବେ । ବାଣିଜ୍ୟ, ନିର୍ମାଣ ଓ ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ । ଋଣ ଭରଣାରେ ସହଜ ହେବ । ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହୋଇ ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ । ବହୁତ ଦିନରୁ ଚିନ୍ତା କରୁଥିଲେ ଯେଉଁ କାମ ତାହା ଅଳ୍ପ ପ୍ରୟାସରେ ପୂର୍ଣ ହୋଇଯିବ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।
ବିଚ୍ଛା :-
ସାମ୍ବାଦିକମାନେ ଶୁଭ ସମ୍ବାଦ ପାଇ ଶୀଘ୍ର ଯାତ୍ରା କରିବାକୁ ବାଧ୍ୟ ହେବେ । ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ । ବରିଷ୍ଠ ଅଧିକାରୀଙ୍କ ସହ ଦୂର ଯାତ୍ରା କରିବାକୁ ପଡ଼ିବ । ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ସ୍ଥିର ହେବ । କାମଟି ସମ୍ପନ୍ନ କରିପାରିବେ । ନୂଆ କୌଶଳ ଶିଖିବାର ସୁଯୋଗ ପାଇବେ । ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ପ୍ରତିକାର- ଆମିଷ ସେବନ କରନ୍ତୁ ନାହିଁ ।
ଧନୁ :-
ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ । ଧୈର୍ଯ୍ୟ ସାହସ ଦ୍ଵାରା ହୋଇପାରୁ ନଥିବା କାମକୁ କରି ଦେଖାଇବେ । ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ । ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ । ପ୍ରେମୀକ ପ୍ରେମିକାଙ୍କ ସାମଞ୍ଜସ୍ୟ ବୃଦ୍ଧି ହେବ ଓ ସମସ୍ତ କ୍ଷେତ୍ରରେ ସଫଳତା ମିଳିବ । ନୂତନ ବନ୍ଧୁଙ୍କ ସହିତ ଭେଟ ହେବା ଫଳରେ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।
ମକର :-
ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବା ଫଳରେ ପ୍ରବଳ ଶତୃମାନେ ଦୁର୍ବଳ ହେବେ । ରାଜନୀତି କ୍ଷେତ୍ରରେ ମାନସମ୍ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ । କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ପ୍ରଶଂସିତ ହେବେ । ନିଜର ଇଛା ପୂରଣ ପାଇଁ କୌଣସି କର୍ମକରି ପ୍ରଶଂସା ପାଇବେ । ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ । ରାସ୍ତାରେ ଯିବା ସମୟରେ ସତର୍କ ରହିବା ଆବଶ୍ୟକ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।
କୁମ୍ଭ :-
ସ୍ୱାସ୍ଥ୍ୟସମସ୍ୟା ସୁଧୁରିଯିବ ଓ ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ପାରିବାରିକ ସୁଖଶାନ୍ତି ବୃଦ୍ଧି ହେବ । ବିଭିନ୍ନ ଦିଗରୁ ସାହାଯ୍ୟ ସହଯୋଗ ମିଳିବ । ସହକର୍ମୀମାନଙ୍କ ସହ ବାଦବିବାଦର ଅବସାନ ଘଟିବ । ଲକ୍ଷ୍ୟ ପୂରଣ ହେବାରେ କୌଣସି ବାଧା ଦେଖା ଦେବ ନାହିଁ । କର୍ମ କ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ ଓ ଶୁଭ ସୂଚନା ମଧ୍ୟ ପାଇବେ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।
ମୀନ :-
ସମସ୍ତ ଚିନ୍ତାରୁ ମୁକ୍ତି ମିଳିବା ସହ ମାନସିକ ଶାନ୍ତି ମିଳିବ । ଶତୃମାନେ ଦୂରେଇ ଯିବେ । ଉଚ୍ଚଶିକ୍ଷା ଅଧ୍ୟୟନ ପାଇଁ ବିଦେଶ ଯାତ୍ରା ଯୋଗ ଅଛି । କୌଣସି ପ୍ରକାରେ ଉଚ୍ଚମାନ୍ୟତା ରକ୍ଷା କରି ଆର୍ଥିକ ସ୍ଥିତିକୁ ସୁଦୃଢ କରିପାରିବେ । ନୂତନ ବ୍ୟବସାୟ ଯୋଜନାର ଶିଳାନ୍ୟାସ କଲେ, ତାହା ଦୀର୍ଘ ସ୍ଥାୟୀହେବ ଓ ବହୁବିଧ ଲାଭ ମିଳିବ । ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ । ପ୍ରତିକାର- ମହୁଟିକେ ଖାଇ ଘରୁ ବାହାରନ୍ତୁ ।
