ଦେଶରେ ଆଉ ୨୬,୧୧୫ କରୋନା ସଂକ୍ରମିତ ଚିହ୍ନଟ ଓ ୪୬୦ ମୃତ
ନୂଆଦିଲ୍ଲୀ : ଦେଶରେ ଦିନକୁ ଦିନ ଅଧିକ ନମୁନା ପରୀକ୍ଷଣ ସତ୍ତ୍ୱେ ସେହି ଅନୁସାରେ କମ୍ ସଂକ୍ରମିତ ଚିହ୍ନଟ ହେବା ମଧ୍ୟ ଆଶ୍ବସ୍ତିକର ବିଷୟ ହୋଇଛି । ଭାରତରେ କରୋନା ମହାମାରୀର ୨ୟ ଲହର ଦିନକୁ ଦିନ ଦୁର୍ବଳ ହେବାରେ ଲାଗିଛି । ଦେଶରେ ଗତ କିଛି ଦିନ ହେଲାଣି ସଂକ୍ରମଣ ୨୦ରୁ ୪୦ହଜାର ଭିତରେ ରହୁଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩୦ ହଜାରରୁ କମ୍ ଥିବା ବେଳେ ମୃତ୍ୟୁସଂଖ୍ୟା ୩ ଶହରୁ କମ୍ ରହିଛି। .ଦେଶରେ ଦୈନିକ ସଂକ୍ରମଣ ହାର ୧.୮୫% ଏବଂ ସାପ୍ତାହିକ ସଂକ୍ରମଣ ହାର ୨.୦୮% ରହିଛି। ଏଥିସହିତ କରୋନାରୁ ଆରୋଗ୍ୟହାର ୯୭.୭୫% ରହିଥିବା କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ସୂତ୍ରରୁ ଜଣାଯାଇଛି।
India reports 26,115 new #COVID19 cases, 252 deaths & 34,469 recoveries in last 24 hrs, says Health Ministry
— ANI (@ANI) September 21, 2021
Total Cases: 3,35,04,534
Total Active cases: 3,09,575
Total Recoveries: 3,27,49,574
Total Death toll: 4,45,385
Total vaccination: 81,85,13,827 (96,46,778 in 24 hrs) pic.twitter.com/CzL8Ugj7lq
ମଙ୍ଗଳବାର ଗତ ୨୪ଘଣ୍ଟାରେ ୨୬ହଜାର ୧୧୫ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୨୫୨ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି । ସେହିପରି ଦିନକରେ ୩୪ହଜାର ୪୬୯ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩କୋଟି ୩୫ଲକ୍ଷ ୦୪ହଜାର ୫୩୪କୁ ବୃଦ୍ଧି ପାଇ ଥିବାବେଳେ ମୋଟ ମୃତ୍ୟୁ ସଂଖ୍ୟା ୪ଲକ୍ଷ ୪୫ହଜାର ୩୮୫ରେ ପହଞ୍ଚିଛି । ଅନ୍ୟପକ୍ଷରେ ୩କୋଟି ୨୭ଲକ୍ଷ ୪୯ହଜାର ୫୭୪ଜଣ ସୁସ୍ଥ ହୋଇଥିବା ବେଳେ ୩ଲକ୍ଷ ୦୯ହଜାର ୫୭୫ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ରହିଛନ୍ତି । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ ସୋମବାର ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୮୧,୮୫,୧୩,୮୨୭ଜଣ ହିତାଧିକାରୀଙ୍କୁ ଟିକା ଦିଆଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ଦିଆଯାଇଛି ୯୬,୪୬,୭୭୮ଡୋଜ୍ ଟିକା।
