ରାଜ୍ୟରେ ଆଉ ୪୪୪ କରୋନା ସଂକ୍ରମିତ ଚିହ୍ନଟ
- ଗତ ୨୪ ଘଣ୍ଟାରେ ୦ରୁ ୧୮ ବର୍ଷର ୫୯ ଜଣ ପଜିଟିଭ ଚିହ୍ନଟ
ଭୁବନେଶ୍ୱର : ରାଜ୍ୟରେ ମହାମାରୀ କରୋନା ସଂକ୍ରମଣ ଜୁନ ପରେ ଜୁଲାଇ ଏବଂ ଅଗଷ୍ଟରେ ଆଣିଦେଉଛି ଆଶ୍ୱସ୍ତିକର ଖବର । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ତଳକୁ ଖସୁଛି । ଏହାରି ମଧ୍ୟରେ ସୋମବାର ୨୩ଟି ଜିଲା ଏବଂ ରାଜ୍ୟ ପୁଲରୁ ଗତ ୨୪ ଘଣ୍ଟା ମଧ୍ୟରେ ୪୪୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୨୫୮ ଓ ସ୍ଥାନୀୟ ଅଞ୍ଚଳରୁ ୧୮୬ ଜଣ ଚିହ୍ନଟ ହୋଇଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୫୯ ଜଣ ପଜିଟିଭ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ଲକ୍ଷ ୨୪ହଜାର ୭୬୪କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲାରୁ ୮ ଜଣ ଥିବାବେଳେ ବାଲେଶ୍ୱରରୁ ୧୬ଜଣ, ବରଗଡ଼ରୁ ୧ ଜଣ, ଭଦ୍ରକରୁ ୪ ଜଣ, ବଲାଙ୍ଗୀରରୁ ୩, କଟକରୁ ୭୩ ଜଣ, ଦେବଗଡ଼ରୁ ୧ଜଣ, ଢେଙ୍କାନାଳରୁ ୩ ଜଣ, ଗଞ୍ଜାମରୁ ୬ ଜଣ, ଜଗତସିଂହପୁରରୁ ୧୩ ଜଣ, ଯାଜପୁରରୁ ୨୨ ଜଣ, ଝାରସୁଗୁଡ଼ାରୁ ୩ ଜଣ, କେନ୍ଦ୍ରାପଡ଼ାରୁ ୫ ଜଣ, କେଉଁଝରରୁ ୩ ଜଣ, ଖୋର୍ଦ୍ଧାରୁ ୧୭୦ ଜଣ, ମୟୁରଭଞ୍ଜରୁ ୩୭ ଜଣ, ନୟାଗଡ଼ରୁ ୮ ଜଣ, ନୂଆପଡ଼ାରୁ ୧ ଜଣ, ପୁରୀରୁ ୭ ଜଣ, ରାୟଗଡ଼ାରୁ ୯ ଜଣ, ସମ୍ୱଲପୁରରୁ ୭ ଜଣ, ସୋନପୁରରୁ ୨ ଜଣ, ସୁନ୍ଦରଗଡ଼ରୁ ୭ ଜଣ ଓ ରାଜ୍ୟ ପୁଲରୁ ୩୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସୂଚନା ଯେ, ରାଜ୍ୟରେ ବର୍ତମାନ ସୁଦ୍ଧା ମୋଟ୍ ୧୦,୨୪,୭୬୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୧୦,୧୦,୮୨୯ ଜଣ ସୁସ୍ଥ ହୋଇଥିବା ବେଳେ ୫,୭୦୨ ଜଣ ସକ୍ରିୟ ମାମଲା ରହିଛି । ଏବେ ସୁଦ୍ଧା ରାଜ୍ୟରେ ୧,୯୭,୮୯,୨୨୨ ସାମ୍ପୁଲ ଟେଷ୍ଟ୍ ହୋଇଛି ।
