ଅସିତ ତ୍ରିପାଠୀ ଭୁବନେଶ୍ୱର କ୍ଲବ୍ ସଭାପତି
ଭୁୁବନେଶ୍ୱର : ପୂର୍ବତନ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ ଭୁବନେଶ୍ୱର କ୍ଲବ୍ ର ସଭାପତି ନିର୍ବାଚିତ ହୋଇଛନ୍ତି । ପୂର୍ବତନ ମୁଖ୍ୟ ଶାସନ ସଚିବ ବିଜୟ ପଟ୍ଟନାୟକଙ୍କୁ ୨୭୮ ଭୋଟ୍ ରେ ହରାଇଛନ୍ତି । ଏହି ନିର୍ବାଚନରେ ଅସିତ୍ ଙ୍କୁ ମୋଟ ୭୭୬ଟି ଭୋଟ୍ ମିଳିଥିଲା । ଅନ୍ୟପକ୍ଷରେ ବିଜୟଙ୍କୁ ୪୯୮ଟି ଭୋଟ୍ ମିଳିଥିଲା । ଗତ ବର୍ଷ ଡିସେମ୍ବର ୩୧ରେ ଅସିତ୍ ତ୍ରିପାଠୀ ମୁଖ୍ୟ ଶାସନ ସଚିବ ପଦରୁ ଅବସର ନେଇଥିଲେ । ଏହା ପରେ ସରକାର ତାଙ୍କୁ ପଶ୍ଚିମ ଓଡ଼ିଶା ବିକାଶ ପରିଷଦର ଅଧ୍ୟକ୍ଷ ଭାବେ ନିଯୁକ୍ତି ଦେଇଛନ୍ତି । ଏହା ସହିତ ମୁଖ୍ୟମନ୍ତ୍ରୀଙ୍କ ମୁଖ୍ୟ ପରାମର୍ଶଦାତା ଭାବେ ମଧ୍ୟ ସେ କାର୍ଯ୍ୟ କରୁଛନ୍ତି । ଭୁବନେଶ୍ୱର କ୍ଳବ୍ ୭୧ ବର୍ଷ ତଳେ ଗଠନ ହୋଇଥିଲା । ଏଥିରେ ରାଜନେତା, ଆଇଏଏସ୍ ଓ ଶିଳ୍ପପତିମାନେ ସଦସ୍ୟ ଅଛନ୍ତି ।
