ଆଜିର ଭାଗ୍ୟଫଳ (ବୁଧବାର, ୨୯/୯/୨୦୨୧)
ଆଜି ବୁଧବାର, କନ୍ୟା ମାସ ୧୩ ଦିନ, ଆଶ୍ଵିନ ମାସ, କୃଷ୍ଣପକ୍ଷ, ଅଷ୍ଟମୀ ତିଥି, ଆର୍ଦ୍ରା ନକ୍ଷତ୍ର, ମିଥୁନ ରାଶିରେ ଚନ୍ଦ୍ର । ବରୀୟାନ ଯୋଗ । ବାଳବ କରଣ ସକାଳ ୭ଟା ୨୭ମିନିଟ୍ ଗତେ କୌଳବ କରଣ । କର୍କଟ ରାଶିର ଘାତବାର । କନ୍ୟା ରାଶିର ଘାତଚନ୍ଦ୍ର । ନଡିଆ, ଆମିଷ ନ ଖାଇଲେ ଭଲ ରାତି ୮ଟା ୩୦ମିନିଟ୍ ପରେ ଲାଉ ନ ଖାଇଲେ ଭଲ । ଯୋଗିନୀ- ଐଶାନ୍ୟେ ରାତି ୮ଟା ୩୦ମିନିଟ୍ ପରେ ପୂର୍ବେ ଯାତ୍ରା ନିଷେଧ ।
ଶ୍ରାଦ୍ଧ ତର୍ପଣ- ଅଷ୍ଟମୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ସକାଳ ୮ଟା ୩୮ମିନିଟ୍ ରୁ ଦିବା ୧୦ଟା ୭ମିନିଟ୍ । ଦିବା ୧୧ଟା ୩୬ମିନିଟ୍ ରୁ ଦିବା ୧ଟା ୫ମିନିଟ୍ । ରାତ୍ରି ୨ଟା ୩୮ମିନିଟ୍ ରୁ ରାତ୍ରି ୪ଟା ୯ମିନିଟ୍ । ଶୁଭସମୟ- ପ୍ରାତଃ ୫ଟା ୪୧ମିନିଟ୍ ରୁ ୮ଟା ୨ମିନିଟ୍, ଦିବା ୧୦ଟା ୨୬ମିନିଟ୍ ରୁ ୧୧ଟା ୩୫ମିନିଟ୍, ଦିବା ୧୧ଟା ୩୬ମିନିଟ୍ ରୁ ୩ଟା ୫୭ମିନିଟ୍, ସନ୍ଧ୍ୟା ୬ଟା ୨୨ମିନିଟ୍ ରୁ ରାତ୍ର ୭ଟା ୯ମିନିଟ୍, ରାତ୍ର ୮ଟା ୪୮ମିନିଟ୍ ରୁ ରାତ୍ର ୨ଟା ୩୭ମିନିଟ୍, ରାତ୍ର ୪ଟା ୧୦ମିନିଟ୍ ରୁ ୫ଟା ୩୯ମିନିଟ୍ । ପର୍ବଦିନ- ମୂଳାଷ୍ଟମୀ, ପୁଅ ଜୀଉନ୍ତିଆ, ଦ୍ଵିତୀୟା ଓଷା, ପୀଠଦେବୀଙ୍କର ଷୋଡଶ ଦିନାତ୍ମକ ପୂଜା ଆରମ୍ଭ ।
ମେଷ :-
ଶାରିରୀକ ଅସୁସ୍ଥତା ଦୂରହେବ । ପୁରୁଖା ନେତା ବା ଦଳର ମୁଖ୍ୟଙ୍କର ଅତ୍ୟନ୍ତ ପ୍ରିୟପାତ୍ର ହୋଇପାରିବେ । ଦୀର୍ଘଦିନ ଧରି ଚିନ୍ତା କରୁଥିବା ନୂତନ କାର୍ଯ୍ୟ ଏବଂ ନୂତନ ବ୍ୟବସାୟ ଅତି ସହଜରେ ଆରମ୍ଭ କରି ପାରିବେ । କର୍ମକ୍ଷେତ୍ରରେ ଉଚ୍ଚପଦ ପଦବୀରେ ଅଧିଷ୍ଠିତ ହୋଇ ପାରନ୍ତି । ପର ହାତରେ ଥିବା ଧନ ପ୍ରାପ୍ତି ହେବ । ଅଧା ହୋଇଥିବା କାର୍ଯ୍ୟ ସହଜରେ ପୂରଣ ହେବ । ଗଠନମୂଳକ ଯୋଜନା ପ୍ରସ୍ତୁତ କରି ଆଗେଇ ଯିବାର ରାସ୍ତା ଖୋଲିବେ । ପ୍ରତିକାର- ନାଲି ରୁମାଲ ଟିଏ ପାଖରେ ରଖନ୍ତୁ ।
ବୃଷ :-
ସାଧାରଣ ଦିନଚର୍ଯ୍ୟ । ଅତୁଟ ରହିବ । ପରିବାରରେ ଆତ୍ମବିଶ୍ଵାସ ଓ ଦୃଢତା ଯୋଗେ ସମ୍ମାନର ଆଧିକାରୀ ହୋଇ ପାରିବେ । ରାଜନୈତିକ କ୍ଷେତ୍ରରେ ପ୍ରବଳ ଲୋକ ସମର୍ଥନ ମିଳିବ । ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀ ହେବେ । କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ । କର୍ମଚାରୀମାନେ ଗୁପ୍ତଶତୃଙ୍କ ଚକ୍ରାନ୍ତରେ ପଡ଼ିଲେ ମଧ୍ୟ ନିଜର ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ହେବ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।
ମିଥୁନ :-
ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ବ୍ୟବସାୟରେ ଉଧାର ଦେଇ ଫେରି ପାଇବା ସହଜ ହେବ । ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ । ଦାମ୍ପତ୍ୟ ଜୀବନ ଆନନ୍ଦରେ କଟିବ । ଦୂରଯାତ୍ରାରେ ସଫଳ ହେବେ । କର୍ମକ୍ଷେତ୍ରରେ ଅନେକ ପ୍ରକାର ସୁବିଧା ସୁଯୋଗ ପାଇଆଶା ପୂରଣ ହେବାର ରାସ୍ତା ଖୋଲିଯିବ । ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।
କର୍କଟ :-
ଶିକ୍ଷାର୍ଥୀମାନଙ୍କ ପାଇଁ ଅଧ୍ୟୟନରେ ଆତ୍ମସନ୍ତୋଷ ମିଳିବ । ବ୍ୟବସାୟରେ ଉନ୍ନତି ଓ ଲାଭପ୍ରାପ୍ତି ହେବ । ରାଜନୀତି କ୍ଷେତ୍ରରେ ଅଧିକ ପରିଶ୍ରମ କରିବା ଫଳରେ ଅନେକ କ୍ଷେତ୍ରରେ ସ୍ଵାଭିମାନ ରକ୍ଷା ହେବ । ପାରିବାରିକ ସମସ୍ୟା ଗୁଡିକୁ ସୁଧାରି ନେବେ । ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ଏକୁଟିଆ ବାହନରେ କୌଣସି ଜାଗାକୁ ଯାତ୍ରାକଲେ ସତର୍କତା ଅବଲମ୍ବନ କରିବା ଉଚିତ୍ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।
ସିଂହ :-
ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ । ମାନସିକ ଅଶାନ୍ତି ଦୂର ହେବ । ଭୋଗବିଳାସ ଓ ଆନନ୍ଦମୟ ମୂହୁର୍ତ୍ତ ସାଙ୍ଗକୁ ସ୍ଵାସ୍ଥ୍ୟକର ପରିବେଶ ଓ ସମ୍ମାନଜନକ ଘଟଣା ଘଟି ପାରେ । ହରାଇଥିବା ଧନ ପ୍ରାପ୍ତି ହେବ ଓ ଆର୍ଥୀକ ସ୍ୱଚ୍ଛଳତା ଦେଖା ଦେବ । କର୍ମଚାରୀମାନେ କର୍ମ କ୍ଷେତ୍ରରେ ପ୍ରଶଂସିତ ହେବେ । କାର୍ଯ୍ୟ କ୍ଷେତ୍ରରେ ଶତୃମାନେ ପରାଜିତ ହେବେ । ବସ୍ତ୍ରାଭୂଷଣ ବ୍ୟବସାୟୀମାନେ ବିଶେଷ ଲାଭବାନ ହେବେ । ଅଧାଥିବା କାର୍ଯ୍ୟ ପୂରଣ ହେବ । ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ ।
କନ୍ୟା :-
ସ୍ୱାସ୍ଥ୍ୟ ଅନେକାଂଶରେ ଭଲ ରହିବ । ଆତ୍ମବିଶ୍ଵାସ ଓ ଦୃଢତା ଯୋଗେ ସମ୍ମାନର ଆଧିକାରି ହୋଇ ପାରିବେ । ବ୍ୟବସାୟରେ ଉନ୍ନତି ଓ ଲାଭପ୍ରାପ୍ତି ହେବ । ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ । ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ବାଦବିବାଦ, ମାଲିମକଦ୍ଦମାରେ ବିଜୟି ହେବେ । ପ୍ରେମପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।
ତୁଳା :-
ସାମାଜିକ ପ୍ରତିଷ୍ଠା ବୃଦ୍ଧି ପାଇବ । ବନ୍ଧୁ ମିତ୍ର ଓ ସହକର୍ମୀଙ୍କ ଠାରୁ ଆଶାତୀତ ସହଯୋଗ ମିଳିବ । ବ୍ୟବସାୟରେ ନୂତନ ଯୋଜନା ପ୍ରସ୍ତୁତ କରି ଲାଭବାନ ହେବେ । ବାକିଥିବା ଅର୍ଥପ୍ରାପ୍ତି ହେବ । କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । ଉଚ୍ଚ ଶିକ୍ଷା ଅଧ୍ୟୟନ ପାଇଁ ବିଦେଶ ଯାତ୍ରା କରିବେ । ପରୀକ୍ଷା, ପ୍ରତି ଯୋଗୀତା, ସାକ୍ଷାତକାରରେ ବିଜୟୀ ହେବେ । ପରିବାରରେ କ୍ରୋଧକୁ ଦମନ କରି ହସଖୁସିର ବାତାବରଣ ସୃଷ୍ଟି ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।
ବିଚ୍ଛା :-
କର୍ମକ୍ଷେତ୍ରରେ ପରିବେଶ ଭଲ ରହିବା ସହ ଉଚ୍ଚଅଧିକାରୀମାନେ ଯୁକ୍ତି ଦ୍ୱାରା ପ୍ରଭାବିତ ହେବେ । ପରିବାର ତଥା କୁଟୁମ୍ବରେ ମାଙ୍ଗଳିକ କାର୍ଯ୍ୟ ଓ ଧାର୍ମିକ କାର୍ଯ୍ୟରେ ଯୋଗ ଦେଇ ଖର୍ଚ୍ଚାନ୍ତ ହେବେ । ରାଜନେତାମାନଙ୍କର ସାମାଜିକ ପ୍ରତିଷ୍ଠା ମାନସମ୍ମାନ ବୃଦ୍ଧି ହେବ । ଯୁବକ ଯୁବତୀମାନେ ଉତ୍ସାହବର୍ଦ୍ଧକ ସମାଚାର ପାଇବେ । ବନ୍ଧୁ ବାନ୍ଧବମାନଙ୍କର ସମାଗମ ହେବ । ବିରୋଧୀମାନେ ଆପଣଙ୍କ ବିରୁଦ୍ଧରେ ଷଡଯନ୍ତ୍ର କରିପାରନ୍ତି । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।
ଧନୁ :-
ଶିକ୍ଷାର୍ଥୀମାନେ ଉଚ୍ଚଶିକ୍ଷା କ୍ଷେତ୍ରକୁ ମୁହଁ । ଇ ପାରିବେ । ବ୍ୟବସାୟରେ ସବୁ କିଛି ସୁନ୍ଦର ହିଁ ସୁନ୍ଦର ଦେଖା ଦେବ । ଭୌତିକ ସୁଖ ସୁବିଧା ପ୍ରାପ୍ତିହେବ । ନିଜ ଆଚାର ବ୍ୟବହାର ଦ୍ଵାରା ଗୁରୁଜନଙ୍କ ସନ୍ତୋଷ ଭାଜନ ହେବେ । ପ୍ରେମିକ ପ୍ରେମିକାମାନଙ୍କର ପ୍ରେମପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ । ପରିବାରର ଉନ୍ନତି ପାଇଁ ପ୍ରୟାସରତ ହେବେ । ବନ୍ଧୁ ବାନ୍ଧବଙ୍କ ସହ ମନୋମାଳିନ୍ୟ ଦୂର ହେବ । ଦାମ୍ପତ୍ୟ ସୁଖରେ ଆଶାତୀତ ଲାଭ ପାଇବେ । ପ୍ରତିକାର- ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ ।
ମକର :-
ଶତୃମାନେ ତଳମୁହାଁ ହେବେ । ଆର୍ଥୀକ କ୍ଷେତ୍ରରେ ଉନ୍ନତି ଦେଖାଦେବ । ମାନସିକ ଦୁଃଶ୍ଚିନ୍ତା ଦୂର ହେବ । ନୂତନକର୍ମ ନିଯୁକ୍ତି ପାଇଁ ଚେଷ୍ଟା ସଫଳ ହେବ । ଇଲୋକ୍ଟ୍ରୋନିକ୍ ଉପକରଣ, ଉଚ୍ଚସ୍ତରୀୟ ବାହନ କ୍ରୟ କରି ପାରନ୍ତି । ପ୍ରମୋଶନ, ବେତନ ବୃଦ୍ଧି, ଇଚ୍ଛିତ ସ୍ଥାନକୁ ସ୍ଥାନାନ୍ତରଣ, ଅଟକି ଥିବା ଧନ ମିଳିଯିବ । ପୈତୃକ ସମ୍ପତ୍ତି ନେଇ ବିବାଦର ସମାଧାନ ହେବ । ଆତ୍ମୀୟ ମିତ୍ରଙ୍କ ସାହାଯ୍ୟରେ ବନ୍ଦ ଥିବା କାର୍ଯ୍ୟ ପୂରଣ ହେବ । ପ୍ରତିକାର- ମହୁଟିକେ ଖାଇ ଘରୁ ବାହାରନ୍ତୁ ।
କୁମ୍ଭ :-
ସନ୍ତାନମାନେ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ଉଚ୍ଚଶିକ୍ଷାରେ ଶ୍ରେଷ୍ଠସ୍ଥାନ ଲାଭ କରିବେ । ଜାଗା, ଜମି, ସ୍ଥାବର ସମ୍ପତ୍ତି ସମ୍ବନ୍ଧୀୟ ସମସ୍ୟା ଦୂର ହୋଇଯିବ । ହର୍ସୋଲ୍ଲାସ ବାତାବରଣ ପରିବାରରେ ଖେଳିଯିବ । ଅଟକି ଥିବା କାର୍ଯ୍ୟ ଚାଲୁ ହେବ, ବନ୍ଧୁଙ୍କୁ ଦେଇଥିବା ପ୍ରତିଶୃତି ରକ୍ଷାକରିବା ଫଳରେ ମନ ଭଲ ରହିବ । ବ୍ୟବସାୟରେ ଉନ୍ନତି ଫଳରେ ଅଶାତୀତ ଲାଭବାନ୍ ହେବେ । ପ୍ରେମ ପ୍ରସଙ୍ଗରେ ମଧୁରତା ଆସିବ । ପ୍ରତିଯୋଗି ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ପାରନ୍ତି । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।
ମୀନ :-
ଶରୀର ସୁସ୍ଥ ରହିବ । ସହକର୍ମୀ ମାନଙ୍କଠାରୁ ସାହାଯ୍ୟ ସହଯୋଗ ପାଇ କର୍ମକ୍ଷେତ୍ରରେ ସମ୍ମାନ ଲାଭ ସହ ନୂଆ ଯୋଜନା ପ୍ରସ୍ତୁତ କରିବେ । ବ୍ୟବସାୟ କ୍ଷେତ୍ରରେ ସହଯୋଗୀ ମାନଙ୍କର ପୂର୍ଣ୍ଣ ସାହାଯ୍ୟ ପାଇବେ । ବନ୍ଧୁ ମିତ୍ରଙ୍କ ସାହାଯ୍ୟରେ ବାକି ପଡ଼ିଥିବା ଅର୍ଥ ପ୍ରାପ୍ତି ହେବ । ପାରିବାରିକ କ୍ଷେତ୍ରରେ ସୁଖ ଶାନ୍ତି ପ୍ରାପ୍ତି ହେବ । ପ୍ରତିଯୋଗୀ ପରୀକ୍ଷାରେ ପରିଣାମ ଅନୁକୂଳ ହେବାଦ୍ୱାରା ଚାରିଗୁଣ ଖୁସି ବଢ଼ିଯିବ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।
