ରାଜ୍ୟରେ ଆଉ ୫୬୫ କରୋନା ସଂକ୍ରମିତ ଚିହ୍ନଟ
- ଗତ ୨୪ ଘଣ୍ଟାରେ ୦ରୁ ୧୮ ବର୍ଷର ୬୩ ଜଣ ପଜିଟିଭ ଚିହ୍ନଟ
ଭୁବନେଶ୍ୱର : ରାଜ୍ୟରେ ମହାମାରୀ କରୋନା ସଂକ୍ରମଣ ଜୁନ ପରେ ଜୁଲାଇ ଏବଂ ଅଗଷ୍ଟରେ ଆଣିଦେଉଛି ଆଶ୍ୱସ୍ତିକର ଖବର । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ତଳକୁ ଖସୁଛି । ଏହାରି ମଧ୍ୟରେ ବୁଧବାର ୨୬ଟି ଜିଲା ଏବଂ ରାଜ୍ୟ ପୁଲରୁ ଗତ ୨୪ ଘଣ୍ଟା ମଧ୍ୟରେ ୫୬୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୩୨୮ ଓ ସ୍ଥାନୀୟ ଅଞ୍ଚଳରୁ ୨୩୭ ଜଣ ଚିହ୍ନଟ ହୋଇଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୬୩ ଜଣ ପଜିଟିଭ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ଲକ୍ଷ ୨୫ହଜାର ୮୭୪କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲାରୁ ୮ ଜଣ ଥିବାବେଳେ ବାଲେଶ୍ୱରରୁ ୨୮ ଜଣ, ବରଗଡ଼ରୁ ୨ ଜଣ, ଭଦ୍ରକରୁ ୬ ଜଣ, କଟକରୁ ୬୧ ଜଣ, ଦେବଗଡ଼ରୁ ୩ ଜଣ, ଢେଙ୍କାନାଳରୁ ୫ ଜଣ, ଗଞ୍ଜାମରୁ ୪, ଜଗତସିଂହପୁରରୁ ୨୦ ଜଣ, ଯାଜପୁରରୁ ୨୮ ଜଣ, ଝାରସୁଗୁଡ଼ାରୁ ୨ ଜଣ, କନ୍ଧମାଳରୁ ୫ ଜଣ, କେନ୍ଦ୍ରାପଡ଼ାରୁ ୪ ଜଣ, କେନ୍ଦୁଝରରୁ ୪ ଜଣ, ଖୋର୍ଦ୍ଧାରୁ ୨୫୬ ଜଣ, କୋରାପୁଟରୁ ୪, ମୟୁରଭଞ୍ଜରୁ ୨୬ ଜଣ, ନୟାଗଡ଼ରୁ ୨ ଜଣ, ନୂଆପଡ଼ାରୁ ୩, ପୁରୀରୁ ୧୨ ଜଣ, ରାୟଗଡ଼ାରୁ ୨ ଜଣ, ସମ୍ୱଲପୁରରୁ ୧୧ ଜଣ, ସୁନ୍ଦରଗଡ଼ରୁ ୬ ଜଣ ଓ ରାଜ୍ୟ ପୁଲରୁ ୫୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସୂଚନା ଯେ, ରାଜ୍ୟରେ ବର୍ତମାନ ସୁଦ୍ଧା ମୋଟ୍ ୧୦,୨୫,୮୭୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୧୦,୨୨,୧୧୬ ଜଣ ସୁସ୍ଥ ହୋଇଥିବା ବେଳେ ୫,୫୧୩ ଜଣ ସକ୍ରିୟ ମାମଲା ରହିଛି । ଏବେ ସୁଦ୍ଧା ରାଜ୍ୟରେ ୧,୯୯,୦୦,୫୩୨ ସାମ୍ପୁଲ ଟେଷ୍ଟ୍ ହୋଇଛି ।
