ରାଜ୍ୟରେ ଆଉ ୬୦୨ କରୋନା ସଂକ୍ରମିତ ଚିହ୍ନଟ
- ଗତ ୨୪ ଘଣ୍ଟାରେ ୦ରୁ ୧୮ ବର୍ଷର ୯୬ ଜଣ ପଜିଟିଭ ଚିହ୍ନଟ
ଭୁବନେଶ୍ୱର : ରାଜ୍ୟରେ ମହାମାରୀ କରୋନା ସଂକ୍ରମଣ ଜୁନ ପରେ ଜୁଲାଇ ଏବଂ ଅଗଷ୍ଟରେ ଆଣିଦେଉଛି ଆଶ୍ୱସ୍ତିକର ଖବର । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ତଳକୁ ଖସୁଛି । ଏହାରି ମଧ୍ୟରେ ଗୁରୁବାର ୨୫ଟି ଜିଲା ଏବଂ ରାଜ୍ୟ ପୁଲରୁ ଗତ ୨୪ ଘଣ୍ଟା ମଧ୍ୟରେ ୬୦୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୩୫୩ ଓ ସ୍ଥାନୀୟ ଅଞ୍ଚଳରୁ ୨୪୯ ଜଣ ଚିହ୍ନଟ ହୋଇଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୯୬ ଜଣ ପଜିଟିଭ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ଲକ୍ଷ ୨୬ହଜାର ୪୭୬କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲାରୁ ୧୧ ଜଣ ଥିବାବେଳେ ବାଲେଶ୍ୱରରୁ ୨୧ ଜଣ, ବରଗଡ଼ରୁ ୨ ଜଣ, ଭଦ୍ରକରୁ ୫ ଜଣ, କଟକରୁ ୫୪ ଜଣ, ଦେବଗଡ଼ରୁ ୧ ଜଣ, ଢେଙ୍କାନାଳରୁ ୧୪ ଜଣ, ଗଜପତିରୁ ୧ ଜଣ, ଗଞ୍ଜାମରୁ ୧ ଜଣ, ଜଗତସିଂହପୁରରୁ ୧୮ ଜଣ, ଯାଜପୁରରୁ ୨୪ ଜଣ, ଝାରସୁଗୁଡ଼ାରୁ ୨ ଜଣ, କନ୍ଧମାଳରୁ ୧ ଜଣ କେନ୍ଦ୍ରାପଡ଼ାରୁ ୬ ଜଣ, କେଉଁଝରରୁ ୭ ଜଣ, କୋରାପୁଟରୁ ୪ ଜଣ, ଖୋର୍ଦ୍ଧାରୁ ୨୮୩ ଜଣ, ମୟୁରଭଞ୍ଜରୁ ୨୪ ଜଣ, ନୟାଗଡ଼ରୁ ୧ ଜଣ, ନୂଆପଡ଼ାରୁ ୧ ଜଣ, ପୁରୀରୁ ୨୧ ଜଣ, ରାୟଗଡ଼ାରୁ ୪ ଜଣ, ସମ୍ୱଲପୁରରୁ ୧୩ ଜଣ, ସୋନପୁରରୁ ୧ ଜଣ, ସୁନ୍ଦରଗଡ଼ରୁ ୯ ଜଣ ଓ ରାଜ୍ୟ ପୁଲରୁ ୬୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସୂଚନା ଯେ, ରାଜ୍ୟରେ ବର୍ତମାନ ସୁଦ୍ଧା ମୋଟ୍ ୧୦,୨୬,୪୭୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୧୦,୧୨,୫୮୩ ଜଣ ସୁସ୍ଥ ହୋଇଥିବା ବେଳେ ୫,୬୪୨ ଜଣ ସକ୍ରିୟ ମାମଲା ରହିଛି । ଏବେ ସୁଦ୍ଧା ରାଜ୍ୟରେ ୧,୯୯,୬୮,୭୮୬ ସାମ୍ପୁଲ ଟେଷ୍ଟ୍ ହୋଇଛି ।
