ପରଲୋକରେ ବିଶିଷ୍ଟ ସାହିତ୍ୟିକ ପ୍ରଫେସର ରାଜକିଶୋର ମିଶ୍ର
ଭୁବନେଶ୍ୱର : ବିଶିଷ୍ଟ ସାହିତ୍ୟିକ ପ୍ରଫେସର ରାଜକିଶୋର ମିଶ୍ରଙ୍କ ପରଲୋକ ହୋଇଛି । ଭୁବନେଶ୍ୱର ଆଇଆରସି ଭିଲେଜସ୍ଥିତ ନିଜ ବାସଭବନରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି । ମୃତ୍ୟୁ ବେଳକୁ ତାଙ୍କୁ ୮୧ ବର୍ଷ ହୋଇଥିଲା । ଶୁକ୍ରବାର ସକାଳେ ସେ ହଠାତ୍ ଅସୁସ୍ଥ ଅନୁଭବ କରିବାରୁ ପୁଅ, ବୋହୂ ତାଙ୍କୁ ଏକ ଘରୋଇ ହସ୍ପିଟାଲରେ ଭର୍ତି କରିଥିଲେ । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣ କରିଥିଲେ । ବହୁ ବିଶିଷ୍ଟ ବ୍ୟକ୍ତିଙ୍କ ତାଙ୍କ ବାସଭବନକୁ ଯାଇ ତାଙ୍କର ଅନ୍ତିମ ଦର୍ଶନ କରିଛନ୍ତି ।
ବିଶିଷ୍ଟ ସାହିତ୍ୟିକ ରାଜକିଶୋର ମିଶ୍ରଙ୍କ ବିୟୋଗରେ ରାଜ୍ୟପାଳ ଗଣେଶୀ ଲାଲ୍, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ , ବିଧାନସଭା ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ଶୋକ ପ୍ରକାଶ କରିଛନ୍ତି ।
