ରାଜ୍ୟରେ କରୋନାରୁ ସୁସ୍ଥ ହେଲେ ଆଉ ୫୭୯ ଆକ୍ରାନ୍ତ
ଭୁବନେଶ୍ୱର : ରାଜ୍ୟରେ ଶନିବାର ଆଉ ୫୭୯ ଆକ୍ରାନ୍ତ କରୋନାରୁ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୦ଲକ୍ଷ ୧୪ହଜାର ୪୧୨ରେ ପହଂଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁସାରେ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୨୮୩ ଜଣ ଥିବାବେଳେ କଟକରୁ ୪୧, ବାଲେଶ୍ୱରରୁ ୨୯, ଜଗତସିଂହପୁରରୁ ୨୮, ସମ୍ବଲପୁରରୁ ୨୩, ଯାଜପୁରରୁ ୧୯, ଅନୁଗୁଳ, ମୟୂରଭଂଜରୁ ୧୩, ପୁରୀରୁ ୧୨, ଭଦ୍ରକ ଓ ସୁନ୍ଦରଗଡ଼ରୁ ୧୦-୧୦, ଢେଙ୍କାନାଳ ଓ ସୁବର୍ଣ୍ଣପୁରରୁ ୫-୫ ଜଣ, ଗଂଜାମ, ନୟାଗଡ଼, ରାୟଗଡ଼ାରୁ ୩ ଜଣ ଲେଖାଏଁ, ଦେବଗଡ଼, ଗଜପତି, ଝାରସୁଗୁଡ଼ା, କୋରାପୁଟରୁ ୨-୨ ଜଣ କନ୍ଧମାଳ, କେନ୍ଦ୍ରାପଡ଼ା, କେନ୍ଦୁଝର, ମାଲକାନଗିରିରୁ ଜଣେ ଲେଖାଏଁ ଓ ରାଜ୍ୟ ପୁଲରୁ ୬୭ ଜଣ ଆକ୍ରାନ୍ତ କରୋନାରୁ ସୁସ୍ଥ ହୋଇଛନ୍ତି।
