ଆଜିର ଭାଗ୍ୟଫଳ (ରବିବାର, ୦୩/୧୦/୨୦୨୧) ! ସୂର୍ଯ୍ୟଦେବଙ୍କ କୃପାରୁ ଆଜି ଏହି ରାଶିଙ୍କୁ ମିଳିବ ସବୁ କାର୍ଯ୍ୟରେ ସଫଳତା
ଆଜି ୨୦୨୧ ଅକ୍ଟୋବର ୩ ତାରିଖ । ରବିବାର । କନ୍ୟା ମାସ ୧୭ ଦିନ । ଆଶ୍ଵିନମାସ । କୃଷ୍ଣପକ୍ଷ। ଦ୍ଵାଦଶୀତିଥି । ମଘା ନକ୍ଷତ୍ର । ସିଂହରାଶିରେ ଚନ୍ଦ୍ର । ସାଧ୍ୟ ଯୋଗ । କୌଳବ କରଣ ଦିବା ୧୦ଟା ୫୬ମିନିଟ୍ ଗତେ ତୈତିଳ କରଣ । ମେଷ ରାଶିର ଘାତବାର । କର୍କଟ, ମକର ରାଶିର ଘାତଚନ୍ଦ୍ର । ପୋଇ, ମସୁରଡାଲି ନ ଖାଇଲେ ଭଲ, ରାତି ୧୦ଟା ୩୦ମିନିଟ୍ ପରେ ବାଇଗଣ ନ ଖାଇଲେ ଭଲ । ଯୋଗିନୀ- ନୈଋତେ ରାତି ୧୦ଟା ୩୦ମିନିଟ୍ ପରେ ଦକ୍ଷିଣେ ଯାତ୍ରା ନିଷେଧ । ଶ୍ରାଦ୍ଧ ତର୍ପଣ- ଦ୍ଵାଦଶୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ ।
ଅଶୁଭସମୟ- ଦିବା ୧୦ଟା ୭ମିନିଟ୍ ରୁ ଦିବା ୧୧ଟା ୩୫ମିନିଟ୍, ଦିବା ୧୧ଟା ୩୫ମିନିଟ୍ ରୁ ଦିବା ୧ଟା ୪ମିନିଟ୍, ରାତ୍ରି ୧ଟା ୭ମିନିଟ୍ ରୁ ରାତ୍ରି ୨ଟା ୩୮ମିନିଟ୍ । ଶୁଭସମୟ- ସକାଳ ୬ଟା ୨୯ମିନିଟ୍ ରୁ ୮ଟା ୪୯ମିନିଟ୍, ଦିବା ୧ଟା ୫ମିନିଟ୍ ରୁ ୩ଟା ୬ମିନିଟ୍, ଦିବା ୩ଟା ୫୬ମିନିଟ୍ ରୁ ୪ଟା, ରାତ୍ର ୭ଟା ୫୭ମିନିଟ୍ ରୁ ରାତ୍ର ୯ଟା ୩୨ମିନିଟ୍, ରାତ୍ର ୧୨ଟା ୧ମିନିଟ୍ ରୁ ୧ଟା ୬ମିନିଟ୍, ରାତ୍ର ୨ଟା ୩୯ମିନିଟ୍ ରୁ ୫ଟା ୪୦ମିନିଟ୍ ।
ମେଷ:-
ସନ୍ତାନଙ୍କ ପାଇଁ ଶୁଭସମ୍ବାଦ ପାଇବେ । ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବାପାଇଁ ସମର୍ଥ ହେବେ । ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ । ଆଶା କରୁଥିବା କାମଟି ବନ୍ଧୁଙ୍କ ଦ୍ଵାରା ସହଜ ସୁବିଧାରେ ହୋଇଯିବ । ବ୍ୟବସାୟରେ ପ୍ରତିଦ୍ଵନ୍ଦିତା ଯୋଗେ ଆୟ ବଢିବା ସହ ଶ୍ରମ ସାର୍ଥକ ହେବ । କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଆଗ୍ରହ ବଢିବ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।
ବୃଷ:-
ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ । ଗୃହୋପକରଣ କ୍ରୟ କରି ପାରନ୍ତି । ଅନେକ ସମସ୍ୟାର ସମାଧାନ ହୋଇ ପରିବାରରେ ହସ ଖୁସିର ବାତାବରଣ ଖେଳିଯିବ । ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ । କୁଟୁମ୍ବରେ ବାଦବିବାଦ ମେଣ୍ଟିଯିବ । ସ୍ଥଗିତ ଥିବା ଧନ ମିଳିବାରୁ ଖୁସି ହେବେ । ଉଚ୍ଚଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତି ହେବ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।
ମିଥୁନ:-
ସ୍ୱାସ୍ଥ୍ୟ ଠିକ୍ ରହିବା ସହ ଆକସ୍ମିକ ଅର୍ଥଲାଭ ଓ ଯାତ୍ରାଫଳରେ ଉତ୍ସାହିତ ହେବେ । ନୂଆ ଚାକିରୀରେ ଯୋଗ ଦେଇ ପାରନ୍ତି । ବ୍ୟବସାୟୀମାନେ କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବାଭଳି ମାନ୍ୟତା ଦେବେ । ଆର୍ଥିକ କ୍ଷେତ୍ରରେ ଉନ୍ନତିହେବା ସହ ପୁରାତନ ରୋଗର ସାମାନ୍ୟ ଉନ୍ନତି ପରିଲକ୍ଷିତ ହେବ । କର୍ମକ୍ଷେତ୍ରରେ ଅପ୍ରିତିକର ପରିସ୍ଥିତିକୁ ସମାଧାନ କରି ପାରିବେ । ନିଜର ଲୋକମାନେ ସାହାଯ୍ୟ ସହଯୋଗର ହାତ ବଢେଇବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।
କର୍କଟ:-
ବନ୍ଧୁ ମିତ୍ରଙ୍କର ସହଯୋଗ ପାଇ ମାନସିକ ସୁସ୍ଥତା ଅନୁଭବ କରିବେ । ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବ ନାହିଁ । ବ୍ୟବସାୟରେ ସଫଳତା ଅର୍ଜନ କରିବେ । ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ । ପାରିବାରିକ ତିକ୍ତତା ଦୂରହେବା ସହ ପରିବାର ହିତ ପାଇଁ ଅଧିକ ଖର୍ଚ୍ଚାନ୍ତ ହେବେ । କର୍ତ୍ତବ୍ୟ ପରାୟଣତାକୁ ମୁଖ୍ୟକରି ଚାଲିବା ହିତକର ହେବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।
ସିଂହ:-
ଶୁଭ ସମାଚାର ମିଳିବ ଓ ନିଜଲୋକମାନେ ସାହାଯ୍ୟ କରିବେ । ବ୍ୟବସାୟ କ୍ଷେତ୍ରରେ ନୂଆ ଯୋଜନା ଉପରେ କାର୍ଯ୍ୟ କରିବେ । ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୁତ ହେବ । ଦକ୍ଷତାକୁ କେନ୍ଦ୍ରକରି ଉଚ୍ଚମାନ୍ୟତାରେ ବୃଦ୍ଧିହେବ । ଦୂରଯାତ୍ରାର ସୁଯୋଗ ପାଇ ଆଶା କରିଥିବା କାର୍ଯ୍ୟଟି ପୂରଣ ହେବ । ପାରିବାରିକ ଜୀବନ ସୁଖ ଶାନ୍ତିରେ କଟିବ । ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ କାର୍ଯ୍ୟ ହାତକୁ ନେବେ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।
କନ୍ୟା:-
ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ । ଶୁଭ ସମାଚାର ପାଇ ଖୁସି ହେବେ । ଦୂରଯାତ୍ରାର ସୁଯୋଗ ପାଇବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ସାକ୍ଷାତ୍କାରରେ ସଫଳହେବେ । ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବା ସହ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ତଳୁ ଉପର ସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ । ମିତ୍ରଙ୍କ ଦ୍ଵାରା ସହାୟତା ପାଇ ଆୟ ଉପାର୍ଜନ ବୃଦ୍ଧି ହେବ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।
ତୁଳା:-
ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ । ପରିବହନ କ୍ଷେତ୍ରରେ ବିଶେଷ ଲାଭବାନ ହେବେ । ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ । ଅର୍ଥ ସଂଗ୍ରହ ଅଭିଯାନ କରି ସଫଳତା ପାଇବେ । ଅପେକ୍ଷା କରିଥିବା କାମର ଶୁଭସୂଚନା ମିଳିବ । ମନରେ ଭୟ ଆଶଙ୍କା, ଶାରୀରିକ ଅସୁସ୍ଥତା ଦୂରେଇଯିବ । ନିଜ ପରିଶ୍ରମରେ ସଫଳତା ପାଇବେ । ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ, ପଦମର୍ଯ୍ୟାଦା ବୃଦ୍ଧି ପାଇବ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।
ବିଚ୍ଛା:-
ବ୍ୟବସାୟରେ ଆଶାତୀତ ଲାଭ ମିଳିବ । ପରିବାରରେ ସୁସ୍ଥ ବାତାବରଣ ଜାରିରହିବ । ଦୂରଯାତ୍ରାର ସୁଯୋଗ ପାଇବେ । ଆୟ ଉପାର୍ଜନରେ ବାଧା ନାହିଁ । ପ୍ରମୋଶନ ସୂଚନାପାଇ ଖୁସି ହେବେ । କର୍ମସନ୍ଦିତ୍ସୁ ମାନେ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ସହ ମନୋମାଳିନ୍ୟ ଦୂରେଇ ଯିବ । ରାଜନୈତିକ କ୍ଷେତ୍ରରେ ପୁରୁଣା ସମସ୍ୟା ସମାଧାନ କରି ବିଜୟୀ ହେବେ । ଜାଗା, ଜମି, ଗୃହପୋକରଣ କ୍ରୟ କରିବେ । ପ୍ରତିକାର- ନାଲିବସ୍ତ୍ର ପରିଧାନ କରନ୍ତୁ । ନତୁବା ନାଲି ରୁମାଲ ଟିଏ ପାଖରେ ରଖନ୍ତୁ ।
ଧନୁ:-
ସନ୍ତାନମାନଙ୍କ ଉନ୍ନତି ପାଇଁ ଖୁସି ରହିବେ । ଧାର୍ମିକ ସାହିତ୍ୟ ପଢିବା ପାଇଁ ରୁଚି ବୃଦ୍ଧି ହେବ । ଶୁଭ ସୂଚନା ପାଇ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ । ପାରିବାରିକ କ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ । ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର କରି ସାମାନ୍ୟ ଲାଭ ପାଇବେ । ବାସଗୃହ ଓ ଯାନବାହାନ ନେଇ କେତେ ସମସ୍ୟାର ସମ୍ମୁଖୀନ ହେବାକୁ ପଡ଼ିପାରେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।
ମକର:-
ଭ୍ରାତୃ ବିବାଦ ଦୂର ହୋଇ ପାରିବାରିକ ସମ୍ପର୍କରେ ଉନ୍ନତି ହେବ । ପିଲାଙ୍କ ସହ ଖୁସିଗପ କରିବାରେ ମଉକା ଜୁଟିବ । ବିଦ୍ୟାର୍ଥିମାନେ ବ୍ୟସ୍ତତା ଭିତରେ କାର୍ଯ୍ୟ ସାଧନ କରିବେ । ବନ୍ଧୁବିରୋଧ, ପ୍ରତିବେଶୀଙ୍କ ସହ କଳହର ଅବସାନ ହେବ । ରାଜନୀତିରେ ଉଚ୍ଚପ୍ରଶଂସିତ ହେବେ । କୋର୍ଟ କଚେରୀ ମାମଲାରେ ଜିଦରୁ ନିବୃତ ହେବା ଶ୍ରେୟସ୍କର ହେବ । ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳିବା ଉଚିତ୍ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।
କୁମ୍ଭ:-
ସ୍ୱାସ୍ଥ୍ୟ ଦିଗରୁ ଶୁଭଫଳ ପ୍ରାପ୍ତିହେବ । ବ୍ୟବସାୟରେ ନାନାପ୍ରକାର ସୁବିଧା ସୁଯୋଗ ମିଳିବ ଓ ପୁରୁଣା ପ୍ରାପ୍ୟ ମଧ୍ୟ ଆଦାୟ ହୋଇ ପାରେ । ପରୀକ୍ଷା ପ୍ରତିଯୋଗିତା କ୍ଷେତ୍ରରେ ବିଜୟୀ ହେବେ । ପରିବାରରେ ଯେତେ ସମସ୍ୟା ଥିଲେ ମଧ୍ୟ ଶାନ୍ତି ଅନୁଭବ କରିବେ । ଘରୋଇ ଚାକିରୀ କ୍ଷେତ୍ରରେ ପଦୋନ୍ନତି ହୋଇପାରେ । ପ୍ରେମିକ ପ୍ରେମିକା ମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ଅନୁଭବ କରିବେ । ପ୍ରତିକାର- ମହୁଟିକେ ଖାଇ ଘରୁ ବାହାରନ୍ତୁ ।
ମୀନ:-
ଆର୍ଥିକ ଦିଗରୁ ବେଶ୍ ଅନୁକୂଳ ଥିବାରୁ କିଛି ନୂତନ ପଦାର୍ଥ ସଂଗ୍ରହ କରିବା ସହ ବ୍ୟାଙ୍କ ବାଲାନ୍ସ ବୃଦ୍ଧି ପାଇବ । ଲକ୍ଷ୍ୟ ହାସଲ କରିବାରେ ସମର୍ଥ ହେବେ । ବନ୍ଧୁଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ । ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ । ପାରିବାରିକ କ୍ଷେତ୍ରରେ ବୁଝାମଣା ଠିକ୍ ରହିବ । ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ । ସାମାଜିକ ପତିଆରା ଅମଳିନ ରହିବ । ପ୍ରତିକାର:- ହଳଦୀ ଟିକେ ପାଣିରେ ମିଶେଇ ଗାଧାନ୍ତୁ ।
