ଭୁବନେଶ୍ୱର : ୧୧୮ ପଜିଟିଭ୍ ଓ ୧୯୪ ସୁସ୍ଥ
ଭୁବନେଶ୍ୱର : ଭୁବନେଶ୍ୱର ମହାନଗର ନିଗମ(ବିଏମ୍ସି) ଅଂଚଳରୁ ସୋମବାର ଦିନ ଆଉ ୧୧୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେଥିରୁ ୧୬ ଜଣ କ୍ୱାରେଂଟାଇନ୍ ରୁ ରହିଥିବା ବେଳେ ୧୦୨ ଲୋକାଲ୍ କେସ୍ ରହିଛନ୍ତି । ଅପରପକ୍ଷରେ ୨୪ ଘଂଟାରେ ୧୯୪ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି । ଏନେଇ ବିଏମ୍ସି ପକ୍ଷରୁ ଟ୍ୱିଟ୍ କରି ସୂଚନା ଦିଆଯାଇଛି ।
ବିଏମସିର ସୂଚନା ଅନୁଯାୟୀ ଭୁବନେଶ୍ୱରରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୧୩୪୮୮ କୁ ବୃଦ୍ଧି ପାଇଛି । ସେହିପରି ସୁସ୍ଥଙ୍କ ସଂଖ୍ୟା ୧୦୯୦୦୯ କୁ ବୃଦ୍ଧି ପାଇଛି । ଭୁବନେଶ୍ୱରରେ ଏବେ ୩୪୩୨ ଜଣ ସକ୍ରିୟ ଆକ୍ରାନ୍ତଙ୍କର ଚିକିତ୍ସା ଜାରି ଥିବା ବେଳେ ମୃତକଙ୍କ ସଂଖ୍ୟା ୧୦୨୬ କୁ ବୃଦ୍ଧି ପାଇଛି ।
