ଆଜିର ରାଶିଫଳ ଭାଗ୍ୟଫଳ (ବୁଧବାର, ୦୬/୧୦/୨୦୨୧), ପ୍ରଭୁ ଶ୍ରୀ ଗଣେଶଙ୍କ କୃପାରୁ ଏହି ସବୁ ରାଶିଙ୍କୁ ମିଳିବ ବଡ ଖବର
ଆଜି ୨୦୨୧ ଅକ୍ଟୋବର ୬ତାରିଖ । ବୁଧବାର । କନ୍ୟାମାସ ୨୦ ଦିନ । ଆଶ୍ଵିନମାସ । କୃଷ୍ଣପକ୍ଷ । ଅମାବାସ୍ୟା ତିଥି । ହସ୍ତା ନକ୍ଷତ୍ର । କନ୍ୟାରାଶିରେ ଚନ୍ଦ୍ର । ବ୍ରହ୍ମାଯୋଗ ସକାଳ ୮ଟା ୩୧ମିନିଟ୍ ଗତେ ଇନ୍ଦ୍ର ଯୋଗ । ଚତୁଷ୍ପଦ କରଣ ପ୍ରାତଃ ୫ଟା ୫୨ମିନିଟ୍ ଗତେ ନାଗ କରଣ । କର୍କଟ ରାଶିର ଘାତବାର । ବୃଷ ରାଶିର ଘାତଚନ୍ଦ୍ର । ଆମିଷ, ତୈଳ ନ ଖାଇଲେ ଭଲ, ଦିବା ୪ଟା ୩୫ମିନିଟ୍ ପରେ ପାଣିକଖାରୁ ନ ଖାଇଲେ ଭଲ । ଯୋଗିନୀ- ଐଶାନ୍ୟେ ଦିବା ୪ଟା ୩୫ମିନିଟ୍ ପରେ ପୂର୍ବେ ଯାତ୍ରା ନିଷେଧ ।
ଶ୍ରାଦ୍ଧ ତର୍ପଣ- ଅମାବାସ୍ୟାର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ସକାଳ ୮ଟା ୩୮ମିନିଟ୍ ରୁ ଦିବା ୧୦ଟା ୬ମିନିଟ୍, ଦିବା ୧୧ଟା ୩୪ମିନିଟ୍ ରୁ ଦିବା ୧ଟା ୨ମିନିଟ୍, ରାତ୍ରି ୨ଟା ୩୮ମିନିଟ୍ ରୁ ରାତ୍ରି ୪ଟା ୧୦ମିନିଟ୍ । ଶୁଭସମୟ- ପ୍ରାତଃ ୫ଟା ୪୩ମିନିଟ୍ ରୁ ୮ଟା ୨ମିନିଟ୍, ଦିବା ୧୦ଟା ୨୫ମିନିଟ୍ ରୁ ୧୧ଟା ୩୩ମିନିଟ୍, ଦିବା ୧ଟା ୩୩ମିନିଟ୍ ରୁ ୩ଟା ୫୨ମିନିଟ୍, ସନ୍ଧ୍ୟା ୬ଟା ୧୭ମିନିଟ୍ ରୁ ରାତ୍ର ୭ଟା ୪ମିନିଟ୍, ରାତ୍ର ୮ଟା ୪୪ମିନିଟ୍ ରୁ ରାତ୍ର ୨ଟା ୩୭ମିନିଟ୍, ରାତ୍ର ୪ଟା ୧୧ମିନିଟ୍ ରୁ ୫ଟା ୪୧ମିନିଟ୍ । ପର୍ବଦିନ- ମହାଳୟା ଶ୍ରାଦ୍ଧ, ପିତୃ ଅମାବାସ୍ୟା, ନବରାତ୍ର ବା ନବଦିନ ପକ୍ଷ ଆରମ୍ଭ ।
ମେଷ :
ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧିହେବ । ଶତୃ ଓ ବିରୋଧୀମାନଙ୍କ ମୁଣ୍ଡ ତଳକୁ ହେବ । ଉଚ୍ଚ ସମ୍ଭାବନାର ଆଶା ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ । ଆରମ୍ଭ କରିଥିବା କାର୍ଯ୍ୟ ଶେଷ କରି ପାରିବେ । ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ବିଜୟୀ ହେବେ । ଯେକୌଣସି ପ୍ରତିଯୋଗୀତାକୁ ସ୍ଵୀକାର କରିବା ପାଇଁ ପ୍ରସ୍ତୁତ ରହିବେ । ମାଲିମୋକଦ୍ଦମାରେ ମୁଣ୍ଡ ଉଚ୍ଚା ରହିବ । ପାରିବାରିକ ସୁଖ-ଶାନ୍ତି ବୃଦ୍ଧି ହେବ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।
ବୃଷ :
ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ । ବ୍ୟବସାୟରେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ । ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷକ ଓ ସହପାଠୀ ମାନଙ୍କ ମଧ୍ୟରେ ସମନ୍ଵୟ ରହି ବନ୍ଧୁତ୍ଵ ବୃଦ୍ଧି ପାଇବ । ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ରାଜନୀତି କ୍ଷେତ୍ରରେ ଜନ ସେବାରେ ପ୍ରଶଂସା ମିଳିବ । ରାସ୍ତା ଘାଟରେ ସତର୍କତା ସହ ଯାତାୟାତ କରିବା ଉଚିତ୍ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।
ମିଥୁନ :
ମିତ୍ରଙ୍କ ଦ୍ଵାରା ସହାୟତା ମିଳିବ । ବ୍ୟାପାର ଓ କାରବାରରେ ସୁଧାର ଆସିବ । ରାଜନୀତିରେ ଉନ୍ନତି ହେବ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ଶତୃମୁକ୍ତ ନିରୁପଦ୍ରବ ଜୀବନଚର୍ଯ୍ୟା କାଏମ୍ ରଖି ପାରିଲେ ଲାଭ ପାଇବେ । ପାରିବାରିକ ଜୀବନରେ ଶାନ୍ତି, ଭାଇ ଭଉଣୀ ମାନଙ୍କ ସହିତ ଉତ୍ତମ ସମ୍ପର୍କ ରହିବ । ବନ୍ଧୁବାନ୍ଧବଙ୍କ ଦିଗରୁ ସ୍ଵାର୍ଥ ପ୍ରବଣତାର ଅଭିବୃଦ୍ଧି ଘଟିବ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।
କର୍କଟ :
ବ୍ୟବସାୟୀମାନେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ । ଭୋଗ ବିଳାସକୁ ତୁଚ୍ଛ ମଣି କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବାଭଳି ମାନ୍ୟତା ଦେବେ । ରାଜନୀତିରେ ସ୍ୱାର୍ଥରକ୍ଷା କରିବାରେ ସମୟ ବିତିବ ଓ କଠିନ ପରିଶ୍ରମ କରିବେ । ପ୍ରେମ-ପ୍ରସଙ୍ଗରେ ନିଜର ଇଛା ପୂରଣ ପାଇଁ କୌଣସି କର୍ମକରି ପ୍ରଶଂସା ପାଇବେ । ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ କରିବା ପାଇଁ ଅଯଥା ଭ୍ରମଣ କରିବା ଫଳରେ ଦେହ ଅସୁସ୍ଥି ରହିବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।
ସିଂହ :
କମିଶନ କାର୍ଯ୍ୟରେ ବିଶେଷ ଲାଭ ହେବାର ସମ୍ଭାବନା ଅଛି । ପ୍ରେମିକ ପ୍ରେମିକାମାନେ ଆମୋଦ-ପ୍ରମୋଦ, କ୍ରିଡା, ମନୋରଞ୍ଜନ, ନୃତ୍ୟ ଗୀତ, କଳା ସଙ୍ଗୀତ, ଭୋଜିଭାତ, ମଉଜ ମଜିଲିସ୍ ରେ ମଜି ରହିପାରନ୍ତି । ରାଜନୀତିରେ ଲୋକସମ୍ପର୍କକୁ ଆଧାରକରି କର୍ତ୍ତବ୍ୟ ନିଷ୍ଠା ରକ୍ଷାକରି ସାଧୁ ଓ ସଚ୍ଚୋଟ ଭାବେ ଦାୟିତ୍ୱ ତୁଲାଇବେ ଏବଂ ଉପରିସ୍ଥଙ୍କ ଶ୍ରଦ୍ଧା ବା କୃପାଭାଜନ ହେବେ । ଭାବି ଚିନ୍ତି କାର୍ଯ୍ୟ ନ କଲେ ଠକାମିରେ ପଡିବେ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।
କନ୍ୟା :
ଶତୃମାନେ ଦୂରେଇ ଯିବେ ଓ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବା ଫଳରେ ମାନସିକ ଶାନ୍ତି ପାଇବେ । ନୂତନ ଦ୍ରବ୍ୟ କ୍ରୟ କରିବେ । ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ । ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ପ୍ରସ୍ତାବମାନ ସମାଧାନ ହୋଇଯିବ । ଆମୋଦ-ପ୍ରମୋଦ, କ୍ରିଡା, ମନୋରଞ୍ଜନ, ନୃତ୍ୟ ଗୀତ, କଳା ସଙ୍ଗୀତ, ଭୋଜିଭାତରେ ଉତ୍ସାହିତ ହେବେ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।
ତୁଳା :
ଦୀର୍ଘ ସମୟରୁ ପ୍ରତୀକ୍ଷା କରିଥିବା ଖବର ପାଇ ଖୁସି ହେବେ । ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତାପରୀକ୍ଷା ଓ ସାକ୍ଷାତକାରରେ ଉଚ୍ଚ ପ୍ରଶଂସିତ ହେବେ । ରାଜନୈତିକ କ୍ଷେତ୍ରରେ ଯଶ, ମାନ ପ୍ରତିଷ୍ଠାବୃଦ୍ଧି ହେବ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ । ଘରୋଇ କର୍ମଚାରୀମାନଙ୍କର କାର୍ଯ୍ୟ କ୍ଷେତ୍ରରେ ଶତୃମାନେ ପରାଜିତ ହେବା ସହ ମାନସିକ ଅଶାନ୍ତି ଦୂର ହେବ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।
ବିଚ୍ଛା :
ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ସବୁଥିରେ ସଫଳତା ମିଳିବା ଫଳରେ ସମୟ ହସ ଖୁସିରେ ବିତିବ । ଉଚ୍ଚ ବିଦ୍ୟା ଅଧ୍ୟୟନ ପାଇଁ ସୁଯୋଗ ପାଇବେ । ବାଣିଜ୍ୟ କ୍ଷେତ୍ରରେ ଉନ୍ନତମାନର ଫଳପାଇବେ । ଆର୍ଥିକ ଦିଗରୁ ବେଶ୍ ଅନୁକୂଳ ଥିବାରୁ କିଛି ନୂତନ ପଦାର୍ଥ ସଂଗ୍ରହ କରି ପାରନ୍ତି । ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।
ଧନୁ :
ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନ ସନ୍ତୁଷ୍ଟ ରହି ପାରେ । ନୂଆ ନିଯୁକ୍ତିର ସୁଯୋଗ ପାଇବେ । ଶିକ୍ଷାକ୍ଷେତ୍ରରେ ସଫଳତା ଲାଭ କରିବେ । ପାରିବାରିକ କ୍ଷେତ୍ରରେ ବୁଝାମଣା ଠିକ୍ ରହିବା ସହ ନୂତନ ଦ୍ରବ୍ୟ କ୍ରୟ କରିବେ । ବାଣିଜ୍ୟ ଓ ବ୍ୟବସାୟରେ ନିଜର ଯୋଜନା ମୁତାବକ କାମ କରିବେ । ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ । ଅଟକି ରହିଥିବା କାମ ଗୁଡିକ ସୁରୁଖୁରୁରେ ସମ୍ପନ୍ନ ହେବ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।
ମକର :
ଧାର୍ମିକ କାର୍ଯ୍ୟରେ ରୁଚି ବଢିବା ସହିତ ସମୟ ମଧ୍ୟ ଆନନ୍ଦମୟ ହେବ । ବିଦ୍ୟାରେ ଉନ୍ନତିଯୋଗେ ମାନସିକ ଶାନ୍ତି ଅନୁଭବ କରିବେ । ବ୍ୟବସାୟୀମାନେ ବିଶେଷ ଲାଭବାନ ହେବେ । ଆମୋଦ-ପ୍ରମୋଦ, କ୍ରିଡା, ମନୋରଞ୍ଜନ, ନୃତ୍ୟଗୀତ, କଳାସଙ୍ଗୀତ, ଭୋଜିଭାତ, ମଉଜ ମଜିଲିସ୍, ଆଡମ୍ବରରେ ଆନନ୍ଦିତ ହେବେ । ଅଳ୍ପ ପରିଶ୍ରମରେ ବହୁତ ଧନ ଲାଭ ହେବା ଫଳରେ ଶତ୍ରୁମାନେ କ୍ଷତି କରିବା ପାଇଁ ଚେଷ୍ଟା କରିବେ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।
କୁମ୍ଭ :
ବ୍ୟବସାୟ ପରିବର୍ତ୍ତନ କରିବାର ଇଚ୍ଛା ଜାଗ୍ରତ ହେବ । ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ । ରାଜନୀତି କ୍ଷେତ୍ରରେ ଜନ ସେବାରେ ପ୍ରଶଂସା ମିଳିବ । ସାମାଜିକ ପତିଆରା ଅମଳିନ ରହିବ । ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ । ତଳୁ ଉପର ସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ । ଅଯଥା ଭ୍ରମଣ କରିବା ଫଳରେ ଦେହ ଅସୁସ୍ଥି ରହିବ । ଭାବି ଚିନ୍ତି କାର୍ଯ୍ୟ ନ କଲେ ଠକାମିରେ ପଡିବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।
ମୀନ :
ଶାରିରୀକ ଅସୁସ୍ଥତା ଦୂରହେବ । ବ୍ୟବସାୟୀମାନେ ଆପଣା ଲୋକଙ୍କ ସାହାଯ୍ୟ ପାଇ ଧନଲାଭ କରିବାର ସୁଯୋଗ ପାଇବେ । ନୂତନ କାର୍ଯ୍ୟ ପାଇଁ ଆଶାୟୀ ହେବେ । ଶତୃମାନେ ମିତ୍ରଭାବ ଆଚରଣ କରିବେ । ପିଲାମାନଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ହେବେ । ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳହେବେ । ରାଜନୀତି କ୍ଷେତ୍ରରେ ଉନ୍ନତିମୂଳକ ପଦକ୍ଷେପ ନେଇ ଆର୍ଥିକସ୍ଥିତି ସନ୍ତୋଷପ୍ରଦ ହେବ । ପ୍ରତିକାର- ମହୁଟିକେ ଖାଇ ଘରୁ ବାହାରନ୍ତୁ ।
