ମୁଖ୍ୟମନ୍ତ୍ରୀଙ୍କ ଘୋଷଣା : ଜୁଲାଇ ୨୧ରୁ ମହଙ୍ଗା ଭତ୍ତାରେ ୧୧% ବୃଦ୍ଧି
- ଆକ୍ଟୋବର ଦରମାରେ ବର୍ଦ୍ଧିତ ଭତ୍ତା ମିଳିବ
ଭୁବନେଶ୍ୱର : ଜୁଲାଇ ୨୧ରୁ ମହଙ୍ଗା ଭତ୍ତାରେ ୧୧%ବୃଦ୍ଧି । ଆକ୍ଟୋବର ଦରମାରେ ବର୍ଦ୍ଧିତ ଭତ୍ତା ମିଳିବ । ପୂଜା ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟ ସରକାରୀ କର୍ମଚାରୀ ଓ ପେନସନ୍ ଭୋଗୀଙ୍କ ପାଇଁ ୧୧% ମହଙ୍ଗା ଭତ୍ତା ଓ dearness relief ଘୋଷଣା କରିଛନ୍ତି।
ଏହି ନିଷ୍ପତ୍ତି ଦ୍ଵାରା ରାଜ୍ୟର ଚାରି ଲକ୍ଷ କର୍ମଚାରୀ ଓ ସାଢେ ତିନି ଲକ୍ଷ ପେନସନ୍ ଭୋଗୀ ଉପକାର ପାଇବେ । ଏହା ଫଳରେ ବର୍ତ୍ତମାନ ମହଙ୍ଗା ଭତ୍ତା ୧୭%ରୁ ବଢ଼ି ୨୮%ରେ ପହଞ୍ଚିଲା । ରାଜ୍ୟ ସରକାରଙ୍କ ନିଷ୍ପତ୍ତି ଅନୁଯାୟୀ ୧/୭/୨୦୧୧ ରୁ ପିଛିଲା ଭାବରେ ୧୧%ମହଙ୍ଗା ଭତ୍ତା ଲାଗୁ ହେବ ଓ ଏହା ଅକ୍ଟୋବରରୁ ମିଳିବ । ବକେୟା ତିନି ମାସର ବର୍ଦ୍ଧିତ ଭତ୍ତା ମଧ୍ୟ ନଗଦ ଆକାରରେ ମିଳିବ ।
