କୋର୍ଟରେ ଆତ୍ମ ସମର୍ପଣ କରି ଜାମିନ ପାଇଁ ଆବେଦନ କଲେ ଚିଲିକା ବିଧାୟକ
ଖୋର୍ଦ୍ଧା : ଅତିରିକ୍ତ ଜିଲା ଦୌରା ଜଜ ଖୋର୍ଦ୍ଧାଙ୍କ କୋର୍ଟରେ ଆତ୍ମ ସମର୍ପଣ କରି ଜାମିନ ପାଇଁ ଆବେଦନ କଲେ ଚିଲିକା ବିଧାୟକ ପ୍ରଶାନ୍ତ କୁମାର ଜଗଦେବ ।
ଗତ ସେପ୍ଟେମ୍ବର ୮ ତାରିଖରେ ବାଲୁଗାଁ ଥାନାରେ ବିଧାୟକ ଜଗଦେବଙ୍କ ନାମରେ ଏକ ମାମଲା ରୁଜ୍ଜୁ ହୋଇଥିଲା । ବିଧାୟକ ହାଇକୋର୍ଟରେ ଆଗୁଆ ଜାମିନ ପାଇଁ ଆବେଦନ କରିଥିଲେ । ହାଇକୋର୍ଟ ପରାମର୍ଶ କ୍ରମେ ଶୁକ୍ରବାର ଖୋର୍ଦ୍ଧା ଅତିରିକ୍ତ ଜିଲା ଦୌରାଜଜ୍ କୋର୍ଟରେ ଆବେଦନ କରିଥିଲେ। ବର୍ତ୍ତମାନ ବିଚାର ଚାଲିଛି। ବିଧାୟକଙ୍କ ସମର୍ଥକମାନେ କୋର୍ଟ ପରିସରରେ ପହଞ୍ଚିଛନ୍ତି ।
