ଆଜିର ଭାଗ୍ୟଫଳ (ମଙ୍ଗଳବାର,୧୨ /୧୦/୨୦୨୧), ମା’ ମଙ୍ଗଳାଙ୍କ କୃପାରୁ ଏହି ରାଶିଙ୍କୁ ମିଳିବ ଆକସ୍ମିକ ଧନ
ଆଜି ୨୦୨୧ ଅକ୍ଟୋବର ୧୨ ତାରିଖ । ମଙ୍ଗଳବାର । କନ୍ୟା ମାସ ୨୬ ଦିନ । ଆଶ୍ଵିନମାସ । ଶୁକ୍ଳ ପକ୍ଷ । ସପ୍ତମୀ ତିଥି । ମୂଳା ନକ୍ଷତ୍ର ଦିବା ୧୧ଟା ୨୬ମିନିଟ୍ ଗତେ ପୂର୍ବାଷାଢା ନକ୍ଷତ୍ର । ଧନୁରାଶିରେ ଚନ୍ଦ୍ର । ଶୋଭନ ଯୋଗ ସକାଳ ୮ଟା ୪୯ମିନିଟ୍ ଗତେ ଅତିଗଣ୍ଡ ଯୋଗ । ଗର କରଣ ଦିବା ୧୦ଟା ୪୬ମିନିଟ୍ ଗତେ ବାଣିଜ୍ୟ କରଣ । ମକର ରାଶିର ଘାତବାର । ତୁଳା, କୁମ୍ଭ ରାଶିର ଘାତଚନ୍ଦ୍ର । ତାଳ ନ ଖାଇଲେ ଭଲ । ଯୋଗିନୀ- ବାୟବ୍ୟେ ରାତି ୯ଟା ୪୭ମିନିଟ୍ ପରେ ଐଶାନ୍ୟେ ଯାତ୍ରା ନିଷେଧ । ଶ୍ରାଦ୍ଧ ତର୍ପଣ- ସପ୍ତମୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ ।
ଅଶୁଭସମୟ- ସକାଳ ୭ଟା ୧୧ମିନିଟ୍ ରୁ ୮ଟା ୩୮ମିନିଟ୍, ଦିବା ୧ଟା ରୁ ଦିବା ୨ଟା ୨୭ମିନିଟ୍, ସନ୍ଧ୍ୟା ୬ଟା ୫୪ମିନିଟ୍ ରୁ ରାତ୍ରି ୮ଟା ୨୭ମିନିଟ୍ । ଶୁଭସମୟ- ପ୍ରାତଃ ୫ଟା ୪୪ମିନିଟ୍ ରୁ ୬ଟା ୨୯ମିନିଟ୍, ସକାଳ ୮ଟା ୩୯ମିନିଟ୍ ରୁ ଦିବା ୧୧ଟା ୮ମିନିଟ୍, ସନ୍ଧ୍ୟା ୫ଟା ୨୩ମିନିଟ୍ ରୁ ୬ଟା ୫୩ମିନିଟ୍, ରାତ୍ର ୮ଟା ୨୮ମିନିଟ୍ ରୁ ରାତ୍ର ୮ଟା ୩୯ମିନିଟ୍, ରାତ୍ର ୯ଟା ୩୦ମିନିଟ୍ ରୁ ରାତ୍ର ୧୧ଟା ୫୬ମିନିଟ୍, ରାତ୍ର ୧ଟା ୩୭ମିନିଟ୍ ରୁ ରାତ୍ର ୩ଟା ୧୪ମିନିଟ୍, ରାତ୍ର ୪ଟା ୬ମିନିଟ୍ ରୁ ୫ଟା ୪୩ମିନିଟ୍ । ପର୍ବଦିନ-ପୀଠେ ଓ ମୃଣ୍ମୟୀ ଦେବୀଙ୍କ ତ୍ରିଦିନ ପୂଜାରମ୍ଭ, ଅର୍ଦ୍ଧରାତ୍ରରେ ପୀଠେ ମହାଷ୍ଟମୀ ପୂଜା, ଭାଇ ଜୀଉନ୍ତିଆ ।
ମେଷ:-
ସମସ୍ତଙ୍କ ପ୍ରତି ସକରାତ୍ମକ ଚିନ୍ତା ଆଗକୁ ବଢିବାରେ ସାହାଯ୍ୟ କରିବ । ଗୁରୁଜନମାନଙ୍କର ଆଦରଣୀୟ ହେବେ ପରିବାର ମଧ୍ୟରେ ମୁଖ୍ୟତା ଲାଭ କରିବେ । କର୍ମକ୍ଷେତ୍ରରେ ସମ୍ମାନ ଓ ପ୍ରତିଷ୍ଠା ପାଇ ଅସ୍ଥିରତା ସମ୍ପୂର୍ଣ୍ଣ ଦୂର ହେବ । କୋର୍ଟ କଚେରୀ ମାମଲାର ଶୁଣାଣି ସପକ୍ଷରେ ଯିବ । ବହୁତ ଦିନରୁ ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ । ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବା ଫଳରେ ପ୍ରତିଷ୍ଠା, ପ୍ରତିପତ୍ତି, ମାନସମ୍ମାନ ଓ କ୍ଷାତି ଅର୍ଜନ କରିବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।
ବୃଷ:-
ସମସ୍ତ ବାଧାକୁ ସଂଘର୍ଷ କରି ଆଗକୁ ବଢି ପାରିବେ । ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ । ଗୁରୁଜନଙ୍କ ସହାନୁଭୁତି ଉପଲବ୍ଧ ହେବ । ପାରିବାରିକ ଜୀବନରେ ସୁବିଧା ବାଦକୁ ଆପଣେଇ ନେଇ ସଫଳ ହେବେ । ବନ୍ଧୁମିଳନ ତୀର୍ଥ ଭ୍ରମଣ ଓ ସଂସ୍କୃତିକ ତଥା ସାମାଜିକ କାର୍ଯ୍ୟରେ ଭାଗନେବେ । ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ସଫଳ ହେବେ । ଅତୀତ କଥାକୁ ଚିନ୍ତା କରି ଭାବପ୍ରବଣତା ବୃଦ୍ଧି ହେବ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।
ମିଥୁନ:-
ସ୍ୱାସ୍ଥ୍ୟ ଠିକ୍ ରହି ପାରେ । ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ । ନୂତନ କାର୍ଯ୍ୟଆରମ୍ଭ କରିପାରିବେ । ପୁଞ୍ଜି ଲଗାଣ, ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ବିଶେଷ ଲାଭବାନ୍ ହେବେ । କର୍ମକ୍ଷେତ୍ରରେ ଆତ୍ମନିର୍ଭର ଶୀଳ ହେବେ । ଦୂରଯାତ୍ରାରେ ବିବାଦମୁକ୍ତ ନିରୁପଦ୍ରବ ଜୀବନଚର୍ଯ୍ୟା ମଧ୍ୟେ ସମୟ ବିତିବ ଓ ଅର୍ଥାଗମ ଦିଗ ଖୋଲା ରହିବ । ମୋଟାମୋଟି ଭାବେ ସୁଖରେ ଦିନଟି କାଟିବେ । ପ୍ରତିକାର- ସବୁଜ ରଙ୍ଗର ବସ୍ତ୍ର ପରିଧାନ କରନ୍ତୁ । ନତୁବା ସବୁଜ ରୁମାଲ ଟିଏ ପାଖରେ ରଖନ୍ତୁ ।
କର୍କଟ:-
ଅଚାନକ ଧନ ପ୍ରାପ୍ତି ହେବ ଓ ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେସ କରିବେ । ରୋମାନ୍ସ ଓ ପ୍ରେମରେ ପ୍ରସନ୍ନତାର ଅନୁଭୂତି ହେବ ଓ ଜୀବନରେ ଭରପୁର ଆନନ୍ଦ ପାଇଲାଭଳି ଫାଇଦା ଉଠେଇବେ । କୌଣସି କାମରେ ବିଶେଷଜ୍ଞତା ହାସିଲ କରିବେ । ଅଫିସରେ କରିଥିବା କାମର ଶୁଭ ସୂଚନା ପାଇବେ । କୌଣସି ନୂତନ କର୍ମ କରିବାକୁ ଚାହୁଁଥିଲେ ସେଥିରେ ଧନର ଆଗମନ ହୋଇପାରେ । ପ୍ରତିକାର- ତୁଲସୀ ମୂଳ ମାଟି ମୁଣ୍ଡରେ ଧାରଣ କରନ୍ତୁ ।
ସିଂହ:-
ସାମ୍ବାଦିକ, ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ । ପିଲାମାନଙ୍କ ପ୍ରତି ସତର୍କ ରହି ଆନନ୍ଦିତ ହେବେ ଓ ଘର ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ । ବନ୍ଧୁଙ୍କ ନିମନ୍ତ୍ରଣ ପାଇ ଦୂରଯାତ୍ରା କରିବାକୁ ପଡ଼ିବ । ରାଜନୀତି କ୍ଷେତ୍ରରେ ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ । ବିଦ୍ୟାକ୍ଷେତ୍ରରେ ପ୍ରତିଭାର ବିକାଶ ହେବ । ଛାତ୍ରଛାତ୍ରୀମାନେ ପ୍ରତିଯୋଗିତା ମୂଳକ କାର୍ଯ୍ୟରେ କୃତିତ୍ଵ ଲାଭ କରିବେ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।
କନ୍ୟା:-
ପାଖରେ ଥିବା ସାଥୀ ଓ ପ୍ରିୟଜନଙ୍କୁ ଆର୍ଥିକ ଏବଂ ଭାବନାତ୍ମକ ସାହାଯ୍ୟ ସହଯୋଗ କରିବାକୁ ବାଧ୍ୟ ହେବେ । ପଢିବା, ପଢେଇବା ବା ଅଧ୍ୟାପନା ମାମଲାରେ ଆଗକୁ ଗତି କରିବେ । ଆୟ ଊତ୍ତମ ସ୍ଥଳେ କେତେକ ବାଧା ପ୍ରତିବନ୍ଧକର ସାମ୍ନା କରିବାକୁ ପଡିବ । ଶତୃଙ୍କଠାରୁ ଦୂରେଇ ରହିବା ଉଚିତ୍ । ସବୁ ଭଲ ଥିଲେ ମଧ୍ୟ ସ୍ୱାସ୍ଥ୍ୟ ସମସ୍ୟା ଦେଖାଦେବ । କର୍ମକ୍ଷେତ୍ରରେ ଅପ୍ରିୟ ସତ୍ୟ ପ୍ରକାଶ କରି ବିବାଦୀୟ ହେବେ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।
ତୁଳା:-
ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ ଓ ମାନସିକ ଏକାଗ୍ରତା ବଜାୟ ରହିବ । କର୍ମକ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ । କଠିନ ପରିଶ୍ରମ କରିବା ଦ୍ଵାରା ଯଶମାନ ସମ୍ମାନ ମିଳିବ । ଆଇନ ଅଦାଲତ ତଥା ଲେଖାପଢାରୁ ଶୁଭଫଳ ମିଳିବ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ଗୃହାରମ୍ଭ, ଦୁରଯାତ୍ରା, ଯାନବାହାନ କିଣନ୍ତୁ ନାହିଁ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।
ବିଚ୍ଛା:-
ସନ୍ତାନଙ୍କ ସମ୍ବନ୍ଧିତ କୌଣସି ଶୁଭ ସମାଚାର ଶୁଣିବାକୁ ମିଳିବ । ପାରିବାରିକ ସୁଖ ସମୃଦ୍ଧିରେ ମୁଖ୍ୟଭୂମିକା ତୁଲାଇବେ । ଧାର୍ମିକ କାର୍ଯ୍ୟରେ ସଫଳତା ପାଇବା ସହ ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସ ରତ ହେବେ । ପ୍ରେମୀକ ପ୍ରେମିକାଙ୍କ ମିଳନ ହେବ ଓ ସଫଳତା ମିଳିବ । କୌଣସି ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ । ବିରୋଧୀମାନେ ଆପଣଙ୍କ ସାମ୍ନା କରିପାରିବେ ନାହିଁ । ରାଜନୀତି ମାମଲାରେ ସଫଳତା ମିଳିବ । ପ୍ରତିକାର- ମହୁଟିକେ ଖାଇ ଘରୁ ବାହାରନ୍ତୁ ।
ଧନୁ:-
ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୁତ ହେବ । ନୂଆ ନୂଆ ବ୍ୟବସାୟିକ ସଂପର୍କସ୍ଥାପନ ଭାଗିଦାର ବ୍ୟବସାୟ ପାଇଁ ସାହାଯ୍ୟ ସହଯୋଗ ଅଚାନକ ମିଳିବ । କୌଣସି ନୂତନ କର୍ମ କରିବାକୁ ଚାହୁଁଥିଲେ ସେଥିରେ ବିଜୟୀ ହେବେ । ରାଜନୀତିରେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ ଓ ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ । ବାଦବିବାଦ ଓ ମାଲିମୋକଦ୍ଦମାରେ ସଫଳତା ମିଳିବ । ପ୍ରତିକାର- ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ ।
ମକର:-
ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାମ ହୋଇପାରେ । ଲୋକସମ୍ପର୍କ, ସମାଜସେବା, ଧାର୍ମିକ ଅନୁଷ୍ଠାନରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ । ଦାମ୍ପତ୍ୟ ସ୍ତରରେ ଶାନ୍ତି ଶୃଙ୍ଖଳା ବଜାୟ ରହିବ । ପାରିବାରିକ ସମସ୍ୟା ଗୁଡ଼ିକୁ ସୁଧାରି ନେବା ଉଚିତ୍ । ସ୍ୱାସ୍ଥ୍ୟ ଦିଗରୁ ବିଶେଷ ସତର୍କ ରହିବା ଉଚିତ୍ । ସରକାରୀ ଚାପ ପଡିଲେ ମଧ୍ୟ କର୍ମକ୍ଷେତ୍ରରେ ଉନ୍ନତି ବା ପ୍ରଶଂସା ମିଳିପାରେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।
କୁମ୍ଭ:-
ସୁଖ ସମ୍ପଦ ପ୍ରାପ୍ତି ହେବ । ବନ୍ଧୁ, ମିତ୍ର ଏବଂ ସହକର୍ମୀ ମାନଙ୍କ ଦ୍ଵାରା ଲାଭବାନ ହେବେ ତତ୍ ସଙ୍ଗେ ଗଠନମୂଳକ ଯୋଜନା ପ୍ରସ୍ତୁତ କରି ଆଗେଇ ଯିବାର ରାସ୍ତା ଖୋଲିଯିବ । ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବା ସହ ପ୍ରତିଷ୍ଠିତ ହୋଇ ପାରିବେ । ବରିଷ୍ଠ ବ୍ୟକ୍ତିଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ । ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।
ମୀନ:-
ସେୟାର ବଜାର ଓ ପୁଞ୍ଜି ନିବେଶ କରିଲେ ବହୁତ ଧନ ପ୍ରାପ୍ତ ହେବ । ଜମିବାଡି ଜନିତ କେତେକ ସମସ୍ୟା ସମାଧାନ ହେବ । ଭାଇ ଭଉଣୀ ବନ୍ଧୁବାନ୍ଧବଙ୍କ ସହ ଉତ୍ତମ ସମ୍ପର୍କ ରହିବା ଫଳରେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ପାଇବେ । ଶତୃ ବିରୋଧୀମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ । ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ । ନୂଆ ଜ୍ଞାନର ବୃଦ୍ଧି ହେବ । ପ୍ରତିକାର- ହଳଦୀରଙ୍ଗର ବସ୍ତ୍ର ପରିଧାନ କରନ୍ତୁ । ନତୁବା ହଳଦୀରଙ୍ଗର ରୁମାଲ ଟିଏ ପାଖରେ ରଖନ୍ତୁ ।
