ରାଜ୍ୟରେ ଆଉ ୫୨୯ କରୋନା ସଂକ୍ରମିତ ଚିହ୍ନଟ
- ଗତ ୨୪ ଘଣ୍ଟାରେ ୦ରୁ ୧୮ ବର୍ଷର ୬୨ ଜଣ ପଜିଟିଭ ଚିହ୍ନଟ
ଭୁବନେଶ୍ୱର : ରାଜ୍ୟରେ ଉପରତଳ ହେଉଛି ମହାମାରୀ କରୋନା ଗ୍ରାଫ୍ । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ତଳକୁ ଖସୁଛି । ସେପ୍ଟେମ୍ବର ପରେ ଅକ୍ଟୋବର ବି ଆଣିଦେଉଛି ଆଶ୍ୱସ୍ତିକର ଖବର । ଏହାରି ମଧ୍ୟରେ ମଙ୍ଗଳବାର ୨୪ଟି ଜିଲା ଏବଂ ରାଜ୍ୟ ପୁଲରୁ ଗତ ୨୪ ଘଣ୍ଟା ମଧ୍ୟରେ ୫୨୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୩୦୮ ଓ ସ୍ଥାନୀୟ ଅଞ୍ଚଳରୁ ୨୨୧ ଜଣ ଚିହ୍ନଟ ହୋଇଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୬୨ ଜଣ ପଜିଟିଭ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ଲକ୍ଷ ୩୨ହଜାର ୬୭୩କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲାରୁ ୩ଜଣ ଥିବାବେଳେ ବାଲେଶ୍ୱରରୁ ୨୦ଜଣ, ବରଗଡ଼ରୁ ଜଣେ, ଭଦ୍ରକରୁ ୩ଜଣ, ବଲାଙ୍ଗୀରରୁ ଜଣେ, କଟକରୁ ୩୭ଜଣ, ଦେଓଗଡ଼ରୁ ଜଣେ, ଢେଙ୍କାନାଳରୁ ଜଣେ, ଗଜପତିରୁ ୩ଜଣ, ଗଞ୍ଜାମରୁ ୬ଜଣ, ଜଗତସିଂହପୁରରୁ ୮ଜଣ, ଯାଜପୁରରୁ ୧୫ଜଣ, ଝାରସୁଗୁଡ଼ାରୁ ୨ଜଣ, କେନ୍ଦ୍ରାପଡ଼ାରୁ ୧୧ଜଣ, କେନ୍ଦୁଝରରୁ ୭ଜଣ, ଖୋର୍ଦ୍ଧାରୁ ୨୭୪ଜଣ, କୋରାପୁଟରୁ ୨ଜଣ, ମୟୁରଭଞ୍ଜରୁ ୨୩ଜଣ, ନୟାଗଡ଼ରୁ ୭ଜଣ, ନୂଆପଡ଼ାରୁ ୬ଜଣ, ପୁରୀରୁ ୧୩ଜଣ, ରାୟଗଡ଼ାରୁ ଜଣେ, ସମ୍ବଲପୁରରୁ ୧୧ଜଣ, ସୁନ୍ଦରଗଡ଼ରୁ ୧୦ଜଣ ଓ ରାଜ୍ୟ ପୁଲରୁ ୬୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସୂଚନା ଯେ, ରାଜ୍ୟରେ ବର୍ତମାନ ସୁଦ୍ଧା ମୋଟ୍ ୧୦ଲକ୍ଷ ୩୨ହଜାର ୬୭୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୧୦ଲକ୍ଷ ୧୯ହଜାର ୨୧୮ ଜଣ ସୁସ୍ଥ ହୋଇଥିବା ବେଳେ ୫ହଜାର ୧୪୧ ଜଣ ସକ୍ରିୟ ମାମଲା ରହିଛି । ଏବେ ସୁଦ୍ଧା ରାଜ୍ୟରେ ୨,୦୭,୬୫,୨୪୫ ସାମ୍ପୁଲ ଟେଷ୍ଟ୍ ହୋଇଛି ।
