ଜାମିନ ପାଇଁ ହାଇକୋର୍ଟରେ ଦ୍ୱାରସ୍ଥ ହେଲେ ବିଧାୟକ ପ୍ରଶାନ୍ତ ଜଗଦ୍ଦେବ
କଟକ : ବାଲୁଗାଁ ବିଜେପି ମଣ୍ଡଳ ସଭାପତିଙ୍କୁ ମାଡ ମାରିବା ମାମଲାରେ ଗିରଫ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି । ନିମ୍ନ ଅଦାଲତରେ ତାଙ୍କ ଜାମିନ ଆବେଦନ ଖାରଜ ହୋଇଯ୍ଧବଥିବାରୁ ସେ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି । ଏହି ମାମଲାରେ ଆଗୁଆ ଜାମିନ ପାଇଁ ଶ୍ରୀ ଜଗଦ୍ଦେବ ଗତ ୫ ତାରିଖରେ ହାଇକୋର୍ଟ ଯାଇଥିଲେ । ତେବେ ହାଇକୋର୍ଟ ଆଗୁଆ ଜାମିନ ଦେଇନଥିଲେ । ନିମ୍ନ ଅଦାଲତରେ ତାଙ୍କୁ ହାଜର ହୋଇ ଜାମିନ ଆବେଦନ କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଥିଲେ । ସେହି ନିର୍ଦ୍ଦେଶ ଅନୁସାରେ ଗତ ୮ ତାରିଖରେ ପ୍ରଶାନ୍ତ ଖୋର୍ଦ୍ଧା ଏଡିଜେଏମଙ୍କ ଅଦାଲତରେ ଜାମିନ ଆବେଦନ କରିଥିଲେ । ଏହା ପରେ ତାଙ୍କୁ ଜେଲ ଯିବାକୁ ପଡିଥିଲା ।
