ଆଜିର ଭାଗ୍ୟଫଳ (ବୁଧବାର,୧୩ /୧୦/୨୦୨୧), ଶ୍ରୀ ଗଣେଶଙ୍କ କୃପାରୁ ଏହି ରାଶିଙ୍କୁ ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି
ଆଜି ୨୦୨୧ଅକ୍ଟୋବର ୧୩ ତାରିଖ । ବୁଧବାର । କନ୍ୟାମାସ ୨୭ ଦିନ । ଆଶ୍ଵିନମାସ । ଶୁକ୍ଳପକ୍ଷ । ଅଷ୍ଟମୀତିଥି । ପୂର୍ବାଷାଢା ନକ୍ଷତ୍ର । ଦିବା ୧୦ଟା ୧୯ମିନିଟ୍ ଗତେ ଉତ୍ତରାଷାଢା ନକ୍ଷତ୍ର । ଧନୁ ରାଶିରେ ଚନ୍ଦ୍ର । ଅତିଗଣ୍ଡ ଯୋଗ ସକାଳ ୬ଟା ୮ମିନିଟ୍ ଗତେ ସୁକର୍ମା ଯୋଗ । ବିଷ୍ଟି କରଣ ସକାଳ ୮ଟା ୫୫ମିନିଟ୍ ଗତେ ବବ କରଣ । କର୍କଟ ରାଶିର ଘାତବାର । ତୁଳା, କୁମ୍ଭ ରାଶିର ଘାତଚନ୍ଦ୍ର । ନଡିଆ, ଆମିଷ ନ ଖାଇଲେ ଭଲ, ରାତି ୮ଟା ୮ମିନିଟ୍ ପରେ ଲାଉ ନ ଖାଇଲେ ଭଲ ।
ଯୋଗିନୀ- ଐଶାନ୍ୟେ ରାତି ୮ଟା ୮ମିନିଟ୍ ପରେ ପୂର୍ବେ ଯାତ୍ରା ନିଷେଧ । ଶ୍ରାଦ୍ଧ ତର୍ପଣ- ଅଷ୍ଟମୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ସକାଳ ୮ଟା ୩୮ମିନିଟ୍ ରୁ ଦିବା ୧୦ଟା ୫ମିନିଟ୍, ଦିବା ୧୧ଟା ୩୨ମିନିଟ୍ ରୁ ଦିବା୧୨ଟା ୫୯ମିନିଟ୍, ରାତ୍ରି ୨ଟା ୩୮ମିନିଟ୍ ରୁ ରାତ୍ରି ୪ଟା ୧୧ମିନିଟ୍ । ଶୁଭସମୟ- ପ୍ରାତଃ ୫ଟା ୪୫ମିନିଟ୍ ରୁ ୮ଟା ୨ମିନିଟ୍, ଦିବା ୧୦ଟା ୨୪ମିନିଟ୍ ରୁ ୧୧ଟା ୩୧ମିନିଟ୍, ଦିବା ୧ଟା ୨୯ମିନିଟ୍ ରୁ ୩ଟା ୪୭ମିନିଟ୍, ସନ୍ଧ୍ୟା ୬ଟା ୧୧ମିନିଟ୍ ରୁ ୬ଟା ୫୯ମିନିଟ୍, ରାତ୍ର ୮ଟା ୪୦ମିନିଟ୍ ରୁ ରାତ୍ର ୨ଟା ୩୭ମିନିଟ୍, ରାତ୍ର ୪ଟା ୧୨ମିନିଟ୍ ରୁ ୫ଟା ୪୩ମିନିଟ୍ । ପର୍ବଦିନ- ମଣ୍ଡଳ ପୂଜା ଓ ଫଳଥୁଆ, ମୃଣ୍ମୟୀ ଦେବୀଙ୍କ ମହାଷ୍ଟମୀ ପୂଜା, ସନ୍ଧିପୂଜା ।
ମେଷ:-
ଶୁଭକାମ କରି ପ୍ରଶଂସିତ ହେବେ । ପୁରାତନ ରୋଗର ଉପସମ ଓ ବନ୍ଧୁ ସମାଗମ ହେବ । ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ । ପ୍ରେମ କ୍ଷେତ୍ରରେ ମିତ୍ରମାନଙ୍କ ଦ୍ଵାରା ଲାଭ ପାଇବେ । ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । କଳକାରଖାନା ଓ ଶିଳ୍ପ ପ୍ରଭୃତିର ମାଲିକମାନେ ଏବଂ କଣ୍ଟ୍ରାକ୍ଟରମାନେ ଆନନ୍ଦିତହେବେ । ଅଧ୍ୟୟନ, ଅଧ୍ୟାପନ, ଓ ଅନୁସନ୍ଧାନପରି କାର୍ଯ୍ୟରେ ସଫଳତା ଅର୍ଜନ କରି ଆନନ୍ଦିତ ହେବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।
ବୃଷ:-
ସଭାସମିତି, କଳା, କ୍ରୀଡ଼ା, ସଙ୍ଗୀତ ତଥା ନୂତନବନ୍ଧୁ ସମ୍ପର୍କ ସ୍ଥାପନ କ୍ଷେତ୍ରରେ ଆଶାନୁଯାୟୀ ଫଳ ପାଇବେ । କେତେକ ସାଧାରଣ ଘଟଣାକୁ କେନ୍ଦ୍ରକରି କର୍ମକ୍ଷେତ୍ରରେ ଉପୁଜିଥିବା ବିବାଦ ମେଣ୍ଟିଯିବ । କଳେବଳେ କୌଶଳରେ ଅର୍ଥ ସଂଗ୍ରହ କରି ମଉଜ ମଜଲିସ୍ କରିବା ପାଇଁ ସମୟ ପାଇବେ । ରାଜନୀତିରେ ବିବେକ ବୁଦ୍ଧି ଖଟେଇ ଉଚିତ୍ମାର୍ଗରେ ଗତିକରିବାର କ୍ଷମତା ଜନ୍ମହେବ । ବିଳାସ ବ୍ୟସନ ଖାଦ୍ୟ ପେୟ ପାଇଁ ଖର୍ଚ୍ଚାନ୍ତ ହେବେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।
ମିଥୁନ:-
ଶତୃମାନେ ମଥାନତ କରିବେ । ଧନ, ଧାନ୍ୟ, ଐଶ୍ଚର୍ଯ୍ୟ, ମାନସମ୍ମାନ ତଥା ପରାକ୍ରମର ବୃଦ୍ଧି ହେବ । ବିଦ୍ୟୁତ୍ ଓ ଯନ୍ତ୍ରଚାଳନା, ଯାନବାହନ ତଥା ଖଣି ଓ ଜଙ୍ଗଲ କ୍ଷେତ୍ରରେ କର୍ମରତ ବ୍ୟକ୍ତିମାନେ ବିଶେଷ ଲାଭବାନ ହେବେ । ମାଲିମକଦ୍ଦମା, ପରୀକ୍ଷା ପ୍ରତିଯୋଗିତାରେ ଜୟଯୁକ୍ତ ହେବେ । ବନ୍ଧୁ, ମିତ୍ର ସହକର୍ମୀ ଭାଗୀଦାରୀଙ୍କ ପାଇଁ ଆକସ୍ମିକ ଧନପ୍ରାପ୍ତି ହେବ । ଯାତ୍ରାଫଳରେ ଉତ୍ସାହିତ ହେବେ । ଗୃହୋପକରଣ କ୍ରୟ କରିବେ । ପ୍ରତିକାର- ନିମ୍ବକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ ।
କର୍କଟ:-
ସାହିତ୍ୟଚର୍ଚ୍ଚା ଓ ସଭାସମିତିରେ ସଫଳତା ମିଳିବ । ବାସ ଗୃହ ଓ ଯାନବାହାନର କେତେକ ସମସ୍ୟାର ସମାଧାନ ହେବ । ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ । ପାରିବାରିକ ଅଶାନ୍ତିକୁ ନିଜରବୁଦ୍ଧି, ବିବେକ ଖଟାଇ ସମାଧାନ କରିପାରିବେ । ବ୍ୟବସାୟ କ୍ଷେତ୍ରରେ ଲାଭବାନ ହେବେ । ଗଚ୍ଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ । ଈର୍ଷାପରାୟଣ ବ୍ୟକ୍ତିମାନେ କଟୁ ବଚନ ଶୁଣେଇବେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।
ସିଂହ:-
ସନ୍ତାନମାନଙ୍କର ଉନ୍ନତି ଓ ସମସ୍ତ କାର୍ଯ୍ୟରେ ଶୁଭଫଳ ପ୍ରାପ୍ତି ହେବ । ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ । ବଡ଼ ବଡ଼ ଉଦ୍ୟୋଗ କରିବାରେ ସଫଳ ହେବେ । ଅଟକି ଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବ । ବ୍ୟବସାୟ କ୍ଷେତ୍ରରେ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ । ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ । ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।
କନ୍ୟା:-
ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କ ସ୍ଥାପିତ ହେବ । ପରିବାରରେ ଆର୍ଥିକ ସମସ୍ୟା ସମାଧାନ ହୋଇଯିବ । ଆଶା କରୁଥିବା କାମଟି ବନ୍ଧୁଙ୍କ ଦ୍ଵାରା ସହଜ ସୁବିଧାରେ ହୋଇଯିବ । ଆଇନ ଅଦାଲତ ତଥା ଲେଖାପଢାରୁ ଶୁଭଫଳ ମିଳିବ । ଦୂରେଇ ଯାଇଥିବା ବନ୍ଧୁ ଅତି ଆପଣାର ହେବେ । ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଖୁସି ରହିବ । ହାତକୁ ନେଇଥିବା କାର୍ଯ୍ୟଟି ପାଇଁ କଠିନ ପରିଶ୍ରମ କରିବାକୁ ପଡିବ । ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।
ତୁଳା:-
ପରୀକ୍ଷା ପ୍ରତି ଯୋଗିତାରେ ଶୁଭଫଳ ମିଳିବ । ଅତି ପ୍ରିୟବନ୍ଧୁ ଆର୍ଥିକ ସାହାଯ୍ୟ କରିବେ । କର୍ମକ୍ଷେତ୍ରରେ ପ୍ରସିଦ୍ଧ ବ୍ୟକ୍ତି ମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ ଓ ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ କ୍ଷାତି ବଢ଼ିବ । କୋର୍ଟ କଚେରୀ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ । ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବା ଫଳରେ ଅର୍ଥ ଲାଭର ସୁଯୋଗ ପାଇବେ । ପରକଥାରେ ପଡି ପରିବାରଲୋକଙ୍କୁ ଭୁଲ୍ ବୁଝନ୍ତୁ ନହିଁ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।
ବିଚ୍ଛା:-
ସ୍ୱାସ୍ଥ୍ୟ ଉତ୍ତମ ରହିବ । ଉଚ୍ଚଶିକ୍ଷା ପାଇଁ ବିଦେଶଯାତ୍ରା କରିପାରିବେ । ଆର୍ଥିକ ଦିଗରୁ ଉନ୍ନତି ଓ ପାରିବାରିକ ସମ୍ପର୍କରେ ଉନ୍ନତି ହେବ । ପେଶା, ବ୍ୟବସାୟ, ଭାଗୀଦାରି ଓ ବନ୍ଧୁମିତ୍ରଙ୍କ ଦ୍ୱାରା ଲାଭବାନ ହେବେ । ପଦସ୍ଥ ବ୍ୟକ୍ତିଙ୍କ ସହ ମନୋମାଳିନ୍ୟ ମେଣ୍ଟିଯିବା ଫଳରେ ଚିନ୍ତା କରିଥିବା କାର୍ଯ୍ୟ ଠିକ୍ ସମୟରେ ପୂରଣ ହୋଇ ପାରିବ । ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ । ପ୍ରତିକାର- ଦହି ମିଠା ଖାଇ ଘରୁ ବାହାରନ୍ତୁ ।
ଧନୁ:-
ଅଫିସ୍ ରେ ଅଟକି ରହିଥିବା କାମଗୁଡ଼ିକ ସୁରୁଖୁରୁରେ ସମ୍ପନ୍ନ ହେବ । ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ । ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ । କର୍ମକ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ । ବ୍ୟବସାୟ ପାଇଁ ଦୂରଯାତ୍ରା କରି ମନ ଖୁସି ରହିବ । ପାରିବାରିକ କ୍ଷେତ୍ରରେ କେତେକ କର୍ମରେ ସଫଳତା ପ୍ରାପ୍ତି ହେବ । ନୂତନ ଦ୍ରବ୍ୟ କ୍ରୟ କରିବେ । ପ୍ରତିକାର- କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ ।
ମକର:-
ରାଜନୀତିରେ ବିବେକ ବୁଦ୍ଧି ଖଟେଇ ଉଚିତ୍ମାର୍ଗରେ ଗତିକରିବାର କ୍ଷମତା ଜନ୍ମହେବ । ବନ୍ଧୁ ମିତ୍ରଙ୍କଠାରୁ ଉପହାର ପ୍ରାପ୍ତି ହେବ । ତୀର୍ଥାଟନ କରି ଯାତ୍ରା କାଳରେ ସୁଖ ସମ୍ପଦ ପ୍ରାପ୍ତି ହେବ । ଆମୋଦ, ପ୍ରମୋଦ, ମନୋରଞ୍ଜନ, ଦୀର୍ଘ ଯାତ୍ରା, ଛୋଟ ବଡ଼ ମିଟିଂରେ ଯୋଗଦେବେ । କାମଗୁଡ଼ିକ ସୁରୁଖୁରୁରେ ସମ୍ପନ୍ନ ହେବ । ସବୁଭଲ ଥିଲେ ମଧ୍ୟ ଆର୍ଥିକ ଅନାଟନ କାର୍ଯ୍ୟକ୍ଷେତ୍ରରେ ଅନ୍ତରାୟ ସୃଷ୍ଟି କରି ପାରେ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।
କୁମ୍ଭ:-
ସନ୍ତାନମାନଙ୍କର ଉନ୍ନତି, ସମସ୍ତ କାର୍ଯ୍ୟରେ ଶୁଭଫଳ ପ୍ରାପ୍ତି ହେବ । ବ୍ୟବସାୟରେ ଭାଗିଦାରୀମାନଙ୍କଠାରୁ ସାହାଯ୍ୟ ପାଇବେ । ପରିବାରରେ ମହତ୍ୱପୂର୍ଣ୍ଣ କାର୍ଯ୍ୟକରି ପ୍ରଶଂସିତ ହେବେ । ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ । ବିବେକ ବୁଦ୍ଧି ଖଟେଇ ଉଚିତ୍ମାର୍ଗରେ ଗତିକରିବାର କ୍ଷମତା ଜନ୍ମହେବ । ସଙ୍ଗୀତ, କଳା, ସାହିତ୍ୟ, କ୍ରୀଡ଼ା ଓ ଚଳଚ୍ଚିତ୍ର କ୍ଷେତ୍ରରେ ଉନ୍ନତି କରିବେ । ଈର୍ଷାପରାୟଣ ବ୍ୟକ୍ତିମାନେ କଟୁ ବଚନ ଶୁଣେଇବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।
ମୀନ:-
ନୂତନ କର୍ମସ୍ଥିର ହେବା ଫଳରେ ଖୁସି ହେବେ । ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ଠିକ୍ ସମୟରେ ପୂରଣ ହୋଇପାରିବ । ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ । ବହୁତ ଦିନରୁ ଅଟକିଥିବା ବକେୟା ଟଙ୍କା ମିଳିବ । ଛାତ୍ରଛାତ୍ରୀମାନେ ବିଦ୍ୟାରେ ସଫଳ ହୋଇ ପ୍ରତିଯୋଗୀତା ମୁଳକ କ୍ଷେତ୍ରକୁ ସାହସର ସହିତ ଲମ୍ଫ ଦେବେ । ରାଜନୀତି କ୍ଷେତ୍ରରେ ସାଧାରଣ ଲୋକ ସମ୍ପର୍କକୁ ଅତିକ୍ରମ କରି ନିଜକୁ ପ୍ରତିଷ୍ଠିତ କରିପାରିବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।
