ଦେଶରେ ଆଉ ୧୫,୯୮୧ କରୋନା ସଂକ୍ରମିତ ଚିହ୍ନଟ ଓ ୧୬୬ ମୃତ
ନୂଆଦିଲ୍ଲୀ : ଦେଶରେ ଦିନକୁ ଦିନ ଅଧିକ ନମୁନା ପରୀକ୍ଷଣ ସତ୍ତ୍ୱେ ସେହି ଅନୁସାରେ କମ୍ ସଂକ୍ରମିତ ଚିହ୍ନଟ ହେବା ମଧ୍ୟ ଆଶ୍ବସ୍ତିକର ବିଷୟ ହୋଇଛି । ଭାରତରେ କରୋନା ମହାମାରୀର ୨ୟ ଲହର ଦିନକୁ ଦିନ ଦୁର୍ବଳ ହେବାରେ ଲାଗିଛି । ଦେଶରେ ଗତ କିଛି ଦିନ ହେଲାଣି ସଂକ୍ରମଣ ୨୦ରୁ ୪୦ହଜାର ଭିତରେ ରହୁଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨୦ ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଦୈନିକ ମୃତ୍ୟୁ ସଂଖ୍ୟା ୨୦୦ରୁ କମ୍ ରହିଛି।
ମଙ୍ଗଳବାର ଗତ ୨୪ଘଣ୍ଟାରେ ୧୫ହଜାର ୯୮୧ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୬୬ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି । ସେହିପରି ଦିନକରେ ୧୭ହଜାର ୮୬୧ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩କୋଟି ୪୦ଲକ୍ଷ ୫୩ହଜାର ୫୭୩କୁ ବୃଦ୍ଧି ପାଇ ଥିବାବେଳେ ମୋଟ ମୃତ୍ୟୁ ସଂଖ୍ୟା ୪ଲକ୍ଷ ୫୧ହଜାର ୯୮୦ରେ ପହଞ୍ଚିଛି । ଅନ୍ୟପକ୍ଷରେ ୩କୋଟି ୩୩ଲକ୍ଷ ୯୯ହଜାର ୯୬୧ ଜଣ ସୁସ୍ଥ ହୋଇଥିବା ବେଳେ ୨ଲକ୍ଷ ୦୧ହଜାର ୬୩୨ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ରହିଛନ୍ତି । ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଶୁକ୍ରବାର ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୯୭,୨୩,୭୭,୦୪୫ ହିତାଧିକାରୀଙ୍କୁ ଟିକା ଦିଆଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ୮,୩୬,୧୧୮ ଟିକା। ‘ଆଇସିଏମ୍ଆର୍’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ଅକ୍ଟୋବର ୧୫ ତାରିଖ ସୁଦ୍ଧା ସମୁଦାୟ ୫୮,୯୮,୩୫, ୨୫୮ ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା ହୋଇଛି ୯,୨୩,୦୦୩।
