ଆଜିର ଭାଗ୍ୟଫଳ (ରବିବାର,୧୭ /୧୦/୨୦୨୧), ସୂର୍ଯ୍ୟଦେବଙ୍କ କୃପାରୁ ଏହି ରାଶିଙ୍କୁ ମିଳିବ ଆକସ୍ମିକ ଧନ
ଆଜି ୨୦୨୧ ଅକ୍ଟୋବର ୧୭ ତାରିଖ । ରବିବାର । ତୁଳାମାସ ୧ ଦିନ । ଆଶ୍ଵିନମାସ । ଶୁକ୍ଳପକ୍ଷ । ଦ୍ଵାଦଶୀତିଥି । ଶତଭିଷା ନକ୍ଷତ୍ର । ସକାଳ ୯ଟା ୫୩ମିନିଟ୍ ଗତେ ପୂର୍ବଭାଦ୍ରପଦ ନକ୍ଷତ୍ର । କୁମ୍ଭରାଶିରେ ଚନ୍ଦ୍ର । ବୃଦ୍ଧିଯୋଗ । ବାଳବ କରଣ ସନ୍ଧ୍ୟା ୫ଟା ୩୯ମିନିଟ୍ ଗତେ କୌଳବ କରଣ । ମେଷ ରାଶିର ଘାତବାର । ମିଥୁନ, ମୀନ ରାଶିର ଘାତଚନ୍ଦ୍ର । ପୋଇ, ମସୁରଡାଲି ନ ଖାଇଲେ ଭଲ, ସନ୍ଧ୍ୟା ୫ଟା ୩୯ନିଟ୍ ପରେ ବାଇଗଣ ନ ଖାଇଲେ ଭଲ । ଯୋଗିନୀ- ନୈଋତେ ସନ୍ଧ୍ୟା ୫ଟା ୩୯ମିନିଟ୍ ପରେ ଦକ୍ଷିଣେ ଯାତ୍ରା ନିଷେଧ ।
ଶ୍ରାଦ୍ଧ ତର୍ପଣ- ଦ୍ଵାଦଶୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ । ଅଶୁଭସମୟ- ଦିବା ୧୦ଟା ୫ମିନିଟ୍ ରୁ ଦିବା୧୧ଟା ୩୧ମିନିଟ୍, ଦିବା ୧୧ଟା ୩୧ମିନିଟ୍ ରୁ ଦିବା ୧୨ଟା ୫୮ମିନିଟ୍, ରାତ୍ରି ୧ଟା ୫ମିନିଟ୍ ରୁ ରାତ୍ରି ୨ଟା ୩୮ମିନିଟ୍ । ଶୁଭସମୟ- ସକାଳ ୬ଟା ୩୨ମିନିଟ୍ ରୁ ୮ଟା ୪୯ମିନିଟ୍, ଦିବା ୧୨ଟା ୫୯ମିନିଟ୍ ରୁ ୨ଟା ୫୮ମିନିଟ୍, ଦିବା ୩ଟା ୪୬ମିନିଟ୍ ରୁ ୩ଟା ୫୦ମିନିଟ୍, ରାତ୍ର ୭ଟା ୪୮ମିନିଟ୍ ରୁ ରାତ୍ର ୯ଟା ୨୬ମିନିଟ୍, ରାତ୍ର ୧୧ଟା ୫୭ମିନିଟ୍ ରୁ ୧ଟା ୪ମିନିଟ୍, ରାତ୍ର ୨ଟା ୩୯ମିନିଟ୍ ରୁ ୫ଟା ୪୪ମିନିଟ୍ । ପର୍ବଦିନ- ଜଳବିଷୁବ ତୁଳା ସଂକ୍ରାନ୍ତି, ଗର୍ଭଣା ସଂକ୍ରାନ୍ତି ।
ମେଷ:-
ଉଚ୍ଚ ସମ୍ଭବନାର ଆଶା ଓ ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ । ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ । ପାରିବାରିକ ସୁଖଶାନ୍ତି ବୃଦ୍ଧି ହେବ । ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବ । ଭବିଷ୍ୟତକୁ ଧ୍ୟାନରେ ରଖି ସନ୍ତୁଳିତ ବଜେଟ ତିଆରି କରିବେ । ପିଲାମାନଙ୍କ ପାଠପଢା ନେଇ ବହୁ ଦିଗରୁ ମନୋବଳ ଓ ସାମର୍ଥ୍ୟ ବୃଦ୍ଧି ପାଇବ । ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳିବା ଉଚିତ୍ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।
ବୃଷ:-
ସମ୍ପତ୍ତି ସମ୍ବନ୍ଧିତ ଶୁଭ ସମାଚାର ଶୁଣିବାକୁ ମିଳିବ । ନୂତନ ବସ୍ତୁ କ୍ରୟ କରିପାରିବେ । ନିଜର କ୍ଷମତା ଓ ଯୋଗ୍ୟତାକୁ ବହୁତ ଉପଯୋଗ କରିବେ । ସ୍ୱାସ୍ଥ୍ୟ ଭଲ ରହିବ । ଗୁରୁଜନଙ୍କ ଆଶୀର୍ବାଦ ପ୍ରାପ୍ତ ହେବ । ପିକନିକ୍, ପାର୍ଟି ଆଦିର ପୋଗ୍ରାମ୍ କରିବେ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରି ପାରିବେ । ରାଜନୀତିରେ ଉନ୍ନତି ହେବ । ମିତ୍ରଙ୍କ ଦ୍ଵାରା ସହାୟତା ମିଳିବ । ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ । ପ୍ରତିକାର:- ମଥାରେ ଶ୍ଵେତ ଚନ୍ଦନ ର ଟିକା ନିଶ୍ଚିନ୍ତ ଲଗାନ୍ତୁ ।
ମିଥୁନ:-
ସନ୍ତାନ ଯୋଗେ ଚିନ୍ତିତ ରହିବେ । ପ୍ରତିଯୋଗୀତା କ୍ଷେତ୍ରକୁ ମୁହାଁଇଲେ ବାଧାବିଘ୍ନକୁ ପଛରେ ପକାଇ ଅଗ୍ରଗତିର ବେଗ ବଢିଯିବ । ବ୍ୟାପାର ଓ କାରବାରରେ ସୁଧାର ଆସିବ । ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ । ଅର୍ଥ ସମ୍ପର୍କିତ ଚୁକ୍ତିପତ୍ର କଲେ କ୍ଷତିରେ ପଡିବେ । ବାକ୍ୟ ସଂଯମତା ନରଖିଲେ ମାଲିମୋକଦ୍ଦମାର ଭୟ ରହିବ । ଖାଇବା ପିଇବାରେ ଅବହେଳା କରିବାରୁ ସ୍ଵାସ୍ଥ୍ୟ ଖରାପ ହେବ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।
କର୍କଟ:-
ସମ୍ପର୍କୀୟ ବନ୍ଧୁ ସାହାଯ୍ୟ ସହଯୋଗ କରିବେ । ବାଣିଜ୍ୟ କ୍ଷେତ୍ରରେ ଯାହା ଚିନ୍ତା କରିବେ ତାହା ପୂରଣ ହେବ । ପାରିବାରିକସ୍ତର ହସ ଖୁସିରେ କଟିବ । ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ । ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ । ଯୁକ୍ତି-ତର୍କରେ ଦକ୍ଷତା ସହ ବ୍ୟବହାରିକ ବିଜ୍ଞାନ ଓ ଦର୍ଶନର ଗଭୀରତା ଭିତରକୁ ଟାଣିହୋଇ ଯିବେ । କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସ୍ଵନାମ ଅର୍ଜନ କରିବେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।
ସିଂହ:-
ସନ୍ତାନ ସନ୍ତତିଙ୍କ ତରଫରୁ ଆଶାବାଦୀ ହେବେ । ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ । ନୂତନ କାର୍ଯ୍ୟଆରମ୍ଭ କରିପାରିବେ । କେତେକ କ୍ଷେତ୍ରରେ ଉଚ୍ଚାକାଂକ୍ଷ । ପୂର୍ତ୍ତି ନିମନ୍ତେ କଠିନ ପରିଶ୍ରମ କରିବାକୁ ପଡିବ । ବନ୍ଧୁ ମିତ୍ରମାନଙ୍କର ଓ ବରିଷ୍ଠ କର୍ମୀଙ୍କ ପ୍ରିୟପାତ୍ର ହେବେ । ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ । ସ୍ଥଗିତଥିବା କର୍ମଟି ପୂରଣ ହେବାପାଇଁ ଆର୍ଥିକ ସଙ୍କଟ ଦୂରେଇ ଯିବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।
କନ୍ୟା:-
ଶତ୍ରୁନାଶ, ଧନପ୍ରାପ୍ତି, ମିତ୍ରଲାଭ, ଉଚ୍ଚ ସମ୍ମାନ ପାଇବେ । ମାନସିକ ଦୁଶ୍ଚିନ୍ତା, ଶତୃବାଧା ଦୂରେଇ ଯିବ । ଆୟବୃଦ୍ଧି, ଋଣମୁକ୍ତି, କାର୍ଯ୍ୟକ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧି ହେବ । କୌଣସି ନୂତନ କର୍ମ କରୁଥିଲେ ସେଥିରେ ବିଜୟୀ ହେବେ । ନିଜର ଯୋଗ୍ୟତା, ଦକ୍ଷତା ଓ କ୍ଷମତାର ସଦୁପୋଯୋଗ କରିବା ଫଳରେ ବହୁତ ଲାଭ ମିଳିବ । ଆୟକୁ ବଢାଇବା ପାଇଁ ବହୁତ ପ୍ରୟାସ କରିବେ, ଶୁଭ ପରିଣାମ ମଧ୍ୟ ସାମ୍ନାକୁ ଆସିବ । ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ ।
ତୁଳା:-
ଶିକ୍ଷା କ୍ଷେତ୍ରରେ ସଫଳତା ଅର୍ଜନ କରିବା ସହ ଶରୀର ଭଲ ରହିବ । ଆୟ ବୃଦ୍ଧି ପାଇବା ଦ୍ଵାରା ଅଟକିଥିବା କାର୍ଯ୍ୟ ପୁନରାୟ ଚାଲୁ କରିବେ । ନୂତନ ବନ୍ଧୁଙ୍କ ସାହାଯ୍ୟରେ ନୂତନ ଯୋଜନା ପ୍ରସ୍ତୁତ କରି ଲାଭବାନ୍ ହେବେ । ସନ୍ତାନଙ୍କର ଉନ୍ନତିରେ ଖୁସିହେବେ । ଆର୍ଥିକ ପରିସ୍ଥିତିରେ ଉନ୍ନତି ହେବା ଫଳରେ ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ । ସମସ୍ତ ପ୍ରକାର ଅଭିଳାଷ ପୂରଣ କରିବାକୁ ଚେଷ୍ଟା କରିବେ । ପ୍ରତିକାର- ଧଳା ରୁମାଲ ଟିଏ ପାଖରେ ରଖନ୍ତୁ ।
ବିଚ୍ଛା:-
ଭୋଗବିଳାସ ଓ ଆନନ୍ଦମୟ ମୁହୂର୍ତ୍ତ ସାଙ୍ଗକୁ ସ୍ୱାସ୍ଥ୍ୟକର ପରିବେଶ ଓ ସମ୍ମାନଜନକ ଘଟଣା ଘଟିବ । ନୂତନ ସମ୍ପତ୍ତି କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରନ୍ତି । ବ୍ୟବସାୟରେ ପୂର୍ବ ସମସ୍ୟାର ସମାଧାନ ହୋଇ ପୂର୍ଣ୍ଣ ସଫଳତା ପାଇବେ । ବ୍ୟବସାୟରେ ଅଟକିଥିବା ଧନ ସହଜରେ ପ୍ରାପ୍ତ ହୋଇ ବିଶେଷ ଲାଭବାନ୍ ହେବେ । ଦୂରେଇ ଯାଇଥିବା ବନ୍ଧୁ ମିତ୍ରମାନଙ୍କ ସହ ସୁସମ୍ପର୍କ ସ୍ଥାପନ ହେବ । ପ୍ରତିକାର- ଅସହାୟକୁ ନିରାଶ କରିବେ ନାହିଁ ।
ଧନୁ:-
ଶାରିରୀକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖା ଦେବ । ଅଭାବ ଅନାଟନ ଦୂର ହୋଇ ଆର୍ଥିକ ସ୍ଥିତି ସନ୍ତୋଷ ପ୍ରଦ ହେବ । ଜାଗାଜମି, ଗୃହ ଉପକରଣ କ୍ରୟ କରିବେ ଓ ବ୍ୟବସାୟରେ ପ୍ରଚୁର ଲାଭ ହେବ । ଋଣମୁକ୍ତ ଓ ଋଣପ୍ରାପ୍ତି ହେବା ଯୋଗେ ନୂତନ ସଂସ୍ଥାର ଆୟୋଜନ କରି ପାରନ୍ତି । ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ । ଦୂରଯାତ୍ରାର ସୁଯୋଗ ପାଇବେ । ଗୁରୁତ୍ୱପୂର୍ଣ୍ଣ ବିଭାଗର ଦାୟିତ୍ୱ ନେଇ ପାରନ୍ତି । ପ୍ରତିକାର:-ଗଙ୍ଗାଜଳ ଟିକେ ସେବନ କରନ୍ତୁ ।
ମକର:-
ସ୍ଵାସ୍ଥ୍ୟରେ ଉନ୍ନତି ଦେଖାଦେବା ସହ ପରିବହନ ବ୍ୟବସାୟରେ ବିଶେଷ ଲାଭବାନ ହେବେ । ଉଚ୍ଚ ସମ୍ଭାବନାର ଆଶା ଓ ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ । ପାରିବାରିକ ସମସ୍ୟା ଗୁଡ଼ିକୁ ସୁଧାରି ନେବା ଫଳରେ ଅନେକ ପ୍ରକାର ଉଲ୍ଲେଖନୀୟ ପରିବର୍ତ୍ତନ ଆସିବ ଓ ଧନ ଲାଭର ମାର୍ଗ ଖୋଲିଯିବ । ରାଜନୀତିରେ ଉଚ୍ଚପ୍ରଶଂସିତ ହେବେ । ଦେହମନ ଭଲ ରହିବା ଫଳରେ ପଢ଼ାପଢ଼ିରେ ମାନସିକ ଶାନ୍ତି ଦେଖା ଦେବ । ପ୍ରତିକାର-ମାଦକଦ୍ରବ୍ୟ ସେବନ କରନ୍ତୁ ନାହିଁ ।
କୁମ୍ଭ:-
ଶାରୀରିକ ସୁସ୍ଥତା ଅନୁଭବ କରିବେ । କୌଣସି ମହାପୁରୁଷଙ୍କ ଆଦର୍ଶ ଓ ସିଦ୍ଧାନ୍ତ ଅନୁସାରେ କର୍ମକ୍ଷେତ୍ରରେ ଆଗେଇବେ । ସମସ୍ତ କାର୍ଯ୍ୟ ମନଇଛା ଅନୁସାରେ ସମ୍ପନ୍ନ ହୋଇ ଧନ ଲାଭର ମାର୍ଗ ଖୋଲିଯିବ । ପେଶା, ବ୍ୟବସାୟ, ଭାଗୀଦାରି ଓ ବନ୍ଧୁମିତ୍ରଙ୍କ ଦ୍ୱାରା ଲାଭବାନ ହେବେ । ଶିକ୍ଷାକ୍ଷେତ୍ରରେ ଚଳଚଞ୍ଚଳ ହୋଇ ଲକ୍ଷ୍ୟସ୍ଥଳରେ ପହଁଞ୍ଚିବାକୁ ଚେଷ୍ଟା କରିବେ । ଶତୃମାନେ ବିପଦରେ ପକେଇବାକୁ ଚେଷ୍ଟା କରି ବିଫଳ ହେବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।
ମୀନ:-
ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବେ । ଭାଇ ଭଉଣୀ ମାନଙ୍କ ସହିତ ଉତ୍ତମ ସମ୍ପର୍କ ରହିବା ଫଳରେ ପାରିବାରିକ ଜୀବନରେ ଶାନ୍ତି ଅନୁଭବ କରିବେ । ବ୍ୟବସାୟରେ ପ୍ରତିଦ୍ୱନ୍ଦିତା ସତ୍ତ୍ୱେ ଆୟ ବଢ଼ିବ ଓ ଆଶାତୀତ ଲାଭ ପାଇବେ । ସହଯୋଗୀଙ୍କ ଠାରୁ ଆଶାତୀତ ସହଯୋଗ ପାଇ ଶିକ୍ଷାକ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ । ବନ୍ଧୁମିତ୍ର ମାନଙ୍କ ଠାରୁ ପୂର୍ଣ୍ଣ ସହଯୋଗ ପାଇ ପୂର୍ବ କଳହର ସମାଧାନ ହେବ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।
