ଆଜିର ଭାଗ୍ୟଫଳ (ମଙ୍ଗଳବାର,୧୯ /୧୦/୨୦୨୧), ମା’ ମଙ୍ଗଳାଙ୍କ କୃପାରୁ ଏହି ରାଶିଙ୍କୁ ମିଳିବ ଆର୍ଥିକ ସମସ୍ୟାରୁ ମୁକ୍ତି
ଆଜି ୨୦୨୧ ଅକ୍ଟୋବର ୧୯ ତାରିଖ । ମଙ୍ଗଳବାର । ତୁଳାମାସ ୩ ଦିନ । ଆଶ୍ଵିନମାସ । ଶୁକ୍ଳପକ୍ଷ । ଚତୁର୍ଦ୍ଦଶୀତିଥି । ଉତ୍ତରଭାଦ୍ରପଦ ନକ୍ଷତ୍ର । ମୀନରାଶିରେ ଚନ୍ଦ୍ର । ବ୍ୟାଘାତଯୋଗ । ଗରକରଣ ସକାଳ ୬ଟା ୩୨ମିନିଟ୍ ଗତେ ବାଣିଜ୍ୟ କରଣ । ମକର ରାଶିର ଘାତବାର । ଧନୁ ରାଶିର ଘାତଚନ୍ଦ୍ର । ବିରି ଜାତୀୟ ଦ୍ରବ୍ୟ ନ ଖାଇଲେ ଭଲ, ସନ୍ଧ୍ୟା ୭ଟା ୩ନିଟ୍ ପରେ ଆମିଷ, ତୈଳ ନ ଖାଇଲେ ଭଲ । ଯୋଗିନୀ- ପଶ୍ଚିମେ ସନ୍ଧ୍ୟା ୭ଟା ୩ନିଟ୍ ପରେ ବାୟବ୍ୟେ ଯାତ୍ରା ନିଷେଧ । ଶ୍ରାଦ୍ଧ ତର୍ପଣ- ଚତୁର୍ଦ୍ଦଶୀର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ ।
ଅଶୁଭସମୟ- ସକାଳ ୭ଟା ୧୨ମିନିଟ୍ ରୁ ୮ଟା ୩୮ମିନିଟ୍, ଦିବା ୧୨ଟା ୫୭ମିନିଟ୍ ରୁ ଦିବା ୨ଟା ୨୪ମିନିଟ୍, ସନ୍ଧ୍ୟା ୬ଟା ୫୦ମିନିଟ୍ ରୁ ରାତ୍ରି ୮ଟା ୨୪ମିନିଟ୍ । ଶୁଭସମୟ- ପ୍ରାତଃ ୫ଟା ୪୭ମିନିଟ୍ ରୁ ୬ଟା ୩୧ମିନିଟ୍, ସକାଳ ୮ଟା ୩୯ମିନିଟ୍ ରୁ ଦିବା ୧୧ଟା ୭ମିନିଟ୍, ସନ୍ଧ୍ୟା ୫ଟା ୧୭ମିନିଟ୍ ରୁ ୬ଟା ୪୯ମିନିଟ୍, ରାତ୍ର ୮ଟା ୨୫ମିନିଟ୍ ରୁ ରାତ୍ର ୮ଟା ୩୫ମିନିଟ୍, ରାତ୍ର ୯ଟା ୨୭ମିନିଟ୍ ରୁ ରାତ୍ର ୧୧ଟା ୫୫ମିନିଟ୍, ରାତ୍ର ୧ଟା ୩୭ମିନିଟ୍ ରୁ ରାତ୍ର ୩ଟା ୧୫ମିନିଟ୍, ରାତ୍ର ୪ଟା ୭ମିନିଟ୍ ରୁ ୫ଟା ୪୫ମିନିଟ୍ ।
ମେଷ:-
ବାଦବିବାଦ, ମାଲିମୋକଦ୍ଦମା ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀ ହେବେ । କର୍ମପାଇଁ ଦୂରଯାତ୍ରାରେ ସଫଳ ହେବେ । ଧର୍ମ କାର୍ଯ୍ୟରେ ଯୋଗଦେଇ ଦେବଦର୍ଶନ କରିବେ । ଆର୍ଥିକସ୍ଥିତି ସୁଧାରିବାକୁ ଚେଷ୍ଟା କରିବେ । ପାରିବାରିକ କ୍ଷେତ୍ରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ । ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବ । ବିଦ୍ୟାର୍ଥୀଙ୍କର ବିଦ୍ୟାରେ ଉନ୍ନତି ହେବାରୁ ମନ ଖୁସି ରହିବ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।
ବୃଷ:-
ସୁସମ୍ବାଦ ପ୍ରାପ୍ତି ହେବ ଓ ଯାନବାହାନ ବ୍ୟବସାୟରେ ତଥା ଭ୍ରମଣ ସଙ୍କ୍ରାନ୍ତିୟ ବ୍ୟବସାୟରେ ଲାଭ ପାଇବେ । ଶତ୍ରୁମାନେ ପରାଜିତ ହୋଇ ବ୍ୟବସାୟ କ୍ଷେତ୍ରରେ ଆୟ ଉତ୍ତମ ହେବ । ସାମାଜିକ ପ୍ରତିଷ୍ଠା ମାନ ସମ୍ମାନରେ ଶୁଭ ଫଳ ପାଇବା ସହ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆସିବ । ଦୂରଯାତ୍ରାରେ ସଫଳତା ପ୍ରାପ୍ତି ହେବ । ଅନେକ କ୍ଷେତ୍ରରେ ପୂର୍ବ ଯୋଜନାରେ ସଫଳତା ମିଳିବା ଫଳରେ ଉତ୍ସାହ ଉଦ୍ଦୀପନା ବୃଦ୍ଧିପାଇବ । ପ୍ରତିକାର- ଧଳା ରୁମାଲ ଟିଏ ପାଖରେ ରଖନ୍ତୁ ।
ମିଥୁନ:-
ସହଯୋଗୀ ମାନଙ୍କ ଯୋଗୁ ଶାନ୍ତି ପାଇବେ ଓ ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ ପୁରାତନ ରୋଗର ଉପଶମହୋଇ ଶରୀରସୁସ୍ଥ ରହିବ । ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ । ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବା ସହ ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳ ହେବେ ସମସ୍ତ ପ୍ରକାର ବ୍ୟବସାୟରେ ଲାଭବାନ୍ ହେବା ସହ ଅର୍ଥ ପ୍ରାପ୍ତିର ସୁଯୋଗ ଆସିବ । ପ୍ରତିକାର:-ମୟୁର ଚନ୍ଦ୍ରିକାଟିଏ ସର୍ବଦା ପାଖରେ ରଖନ୍ତୁ ।
କର୍କଟ:-
ଶିକ୍ଷାକ୍ଷେତ୍ରରେ ସଫଳତା ମିଳିବା ସହ ଶତୃ ପରାଜିତ ହେବେ । ବ୍ୟବସାୟରେ ସାମାନ୍ୟ ଚେଷ୍ଟା କଲେ ପୁରୁଣାପ୍ରାପ୍ୟ ଆଦାୟ ହୋଇ ଯିବ । ବନ୍ଧୁ, ମିତ୍ର ଏବଂ ସହକର୍ମୀମାନଙ୍କ ସାହାଯ୍ୟ ସହଯୋଗ ମିଳିବା ଦ୍ୱାରା ଲାଭବାନ୍ ହେବେ । ବନ୍ଧୁ ବାନ୍ଧବଙ୍କ ସହ ମନୋମାଳିନ୍ୟ ମେଣ୍ଟିଯାଇ ଦାମ୍ପତ୍ୟ ସୁଖରେ ଆନନ୍ଦ ପାଇବେ । ପଡୋଶୀଙ୍କ ସହିତ ମଧୁର ସଂପର୍କ ସ୍ଥାପନ ହୋଇ ମହତ୍ ଉଦ୍ଦେଶ୍ୟ ଓ ଉଚ୍ଚ ଆକାଂକ୍ଷା ପୂର୍ଣ୍ଣ ହେବ । ପ୍ରତିକାର- ମସ୍ତକରେ ଶ୍ଵେତଚନ୍ଦନରେ କର୍ପୁର ମିଶେଇ ଟିକା ଲଗାନ୍ତୁ ।
ସିଂହ:-
ବ୍ୟବହାର କୁଶଳତାକୁ ଆଧାରକରୀ ନିମ୍ନବର୍ଗଙ୍କ ସହାୟତା ପ୍ରାପ୍ତିହେବ । ସମସ୍ତ ବାଧାବିଘ୍ନକୁ ଭ୍ରୂକ୍ଷେପ ନକରି ସମସ୍ତଙ୍କ ମେଳରେ ରହି ସୁଖ-ସନ୍ତୋଷରେ ସମୟ କଟିବ । ଅଧିକ ଭାଗ୍ୟବାଦୀ ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ । ଅତ୍ୟଧିକ କଠିନ ପରିଶ୍ରମ କରିବା ଫଳରେ ବ୍ୟବସାୟରେ ଅର୍ଥ ପ୍ରାପ୍ତିର ସୁଯୋଗ ଆସିବ । ଗୁପ୍ତଶତୃଙ୍କ ଚକ୍ରାନ୍ତରେ ପଡ଼ିଲେ ମଧ୍ୟ ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନ ବୃଦ୍ଧି ହେବ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।
କନ୍ୟା:-
ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ହେବା ସହ ପ୍ରବଳ ଶତୃମାନେ ଦୁର୍ବଳ ହେବେ । ପରିବାରରେ ଶାନ୍ତିର ବାତାବରଣ ଦେଖା ଦେବା ସହ ଦାମ୍ପତ୍ୟ ସୁଖରେ ଆନନ୍ଦିତ ହେବେ । ପୂର୍ବରୁ ଥିବା ପାରିବାରିକ ସମସ୍ୟା ଗୁଡ଼ିକ ସମାଧାନ ହୋଇ ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ । ପ୍ରତିକାର-ହରିଡା ଚନ୍ଦନ ମୁଣ୍ଡରେ ଲଗାନ୍ତୁ ।
ତୁଳା:-
ସେୟାର ବଜାରରେ ପୁଞ୍ଜି ନିବେଶ କରିଲେ ବହୁତ ଧନ ପ୍ରାପ୍ତ ହେବ । ବ୍ୟବସାୟ ବାଣିଜ୍ୟ ସମ୍ପର୍କୀୟ କୌଣସି ଘଟଣା ଯୋଗୁ ବିଶେଷ ବ୍ୟସ୍ତ ରହି ଲାଭବାନ ହେବେ । ଜମିବାଡି ଜନିତ କେତେକ ସମସ୍ୟା ସମାଧାନ ହେବ । ଆର୍ଥିକ ଦିଗରୁ ଉନ୍ନତି ଓ ସ୍ୱାସ୍ଥ୍ୟ ଠିକ୍ ରହିବ । ପାରିବାରିକ ଜୀବନରେ ସୁଖଶାନ୍ତି ଲାଭ ଓ ଆତ୍ମୀୟବର୍ଗରେ ଉନ୍ନତି ତଥା ଉତ୍ତମ ବୁଝାମଣା ଜନିତ ଉତ୍ସାହ-ଉଦ୍ଦୀପନାଯୁକ୍ତ ହେବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।
ବିଚ୍ଛା:-
ବ୍ୟବସାୟରେ ଭାଗୀଦାରୀମାନଙ୍କ ସହ ମତାନ୍ତର ମନାନ୍ତର ଦୂରେଇ ଯିବ । କାରବାରରେ ଉତ୍ଥାନ ହେବାଫଳରେ ବ୍ୟବସାୟ ବୃଦ୍ଧି କରିବାର ଇଚ୍ଛା ଜାଗ୍ରତ ହେବ । ଭାଇ ଭଉଣୀ ବନ୍ଧୁବାନ୍ଧବଙ୍କ ସହ ଉତ୍ତମ ସମ୍ପର୍କ ରହିବା ଫଳରେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ପାଇବେ । କର୍ମକ୍ଷେତ୍ରରେ ଶତୃମାନେ ଦୂରେଇ ଯିବା ଫଳରେ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ ଓ ମାନସିକ ଶାନ୍ତି ପାଇବେ । ପ୍ରତିକାର-ଲାଲଚନ୍ଦନ ବା ସିନ୍ଦୁର ଟିକେ ମସ୍ତକରେ ଲଗେଇ ଦିଅନ୍ତୁ ।
ଧନୁ:-
ସନ୍ତାନର ଖୁସି ଓ ସୁରକ୍ଷିତ ଅନୁଭବ କରିବେ । ପ୍ରେମୀକ ପ୍ରେମିକାଙ୍କ ମିଳନ ହେବ ଓ ସଫଳତା ମିଳିବ । ପ୍ରିୟଜନମାନଙ୍କୁ ଆର୍ଥିକ ଓ ଭାବନାତ୍ମକ ସାହାଯ୍ୟ କରିବେ । ଜନସେବାରେ ନିଜକୁ ନିୟୋଜିତ କରିବେ ଓ ଅନ୍ୟର ଦୁଃଖ ଦୁର୍ଦଶା ଦୂର କରିବାକୁ ପ୍ରୟାସରତ ହେବେ । ଗୁରୁଜନ ଓ ବୃଦ୍ଧଜନଙ୍କ ସେବା କଲେ ଅନେକ ଆଶୀର୍ବାଦ ପାଇବେ । ରାଜନୈତିକ କ୍ଷେତ୍ରର ସାବଧାନତା ପୂର୍ବକ ପାଦ ବଢେଇବା ବୁଦ୍ଧିମତାପୂର୍ଣ୍ଣ ହେବ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।
ମକର:-
ସହକର୍ମୀମାନଙ୍କ ସହ ବାଦବିବାଦର ଅବସାନ ଘଟିବ । ବାଦବିବାଦ, ପ୍ରତିଯୋଗୀତା ପରୀକ୍ଷା ଓ ମାଲିମୋକଦ୍ଦମାର ସମାଧାନ ହେବ । ଉଚ୍ଚ ଶିକ୍ଷା ହାସିଲ କରିବା ପାଇଁ ପ୍ରୟାସରତ ରହିବେ । ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବ ନାହିଁ । ଶତୃମାନେ ପରାଜିତ ହେବେ । ଆତ୍ମୀୟ ସ୍ଵଜନଙ୍କ ପାଇଁ ଭୋଗ ବିଳାସଦ୍ରବ୍ୟ ଓ ଗୃହୋପକାରଣ କ୍ରୟକରିବେ । ଗୃହାରମ୍ଭ, ଦୁରଯାତ୍ରା, ଯାନବାହାନ କିଣନ୍ତୁ ନାହିଁ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।
କୁମ୍ଭ:-
ଶୀଘ୍ର ଯାତ୍ରା କରିବାକୁ ପଡିପାରେ । ନୂତନ ବ୍ୟବସାୟ ଯୋଜନାର ଶିଳାନ୍ୟାସ କଲେ, ତାହା ଦୀର୍ଘ ସ୍ଥାୟୀହେବ ଓ ବହୁବିଧ ଲାଭ ମିଳିବ । ନୂଆ ସମ୍ପର୍କରେ ଉନ୍ନତି ହେବ ଓ ଅଧାଥିବା କାର୍ଯ୍ୟ ପୂରଣ ହେବ । ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ । କର୍ମକ୍ଷେତ୍ରରେ କ୍ଷମତା ଓ ଶକ୍ତି ବଳରେ ନିଜର ସମୟ ବିତାଇବେ । ସାଧୁ, ସତ୍ୟବାଦୀ, ଧର୍ମାତ୍ମା, ଗୁରୁବ୍ରାହ୍ମଣଙ୍କ ସହ ସମ୍ପର୍କ ସ୍ଥାପନହେବ । ବନ୍ଧୁ ପରିବାରଙ୍କ ଠାରୁ ସୁଖ ମିଳିବ । ପ୍ରତିକାର-ମାଦକଦ୍ରବ୍ୟ ସେବନ କରନ୍ତୁ ନାହିଁ ।
ମୀନ:-
ଶତୃମାନଙ୍କ ଠାରୁ ଉପସମ ମିଳିବ ଓ ସମସ୍ତ କର୍ମ ବହୁତ ସହଜରେ ହିଁ ସମ୍ପନ୍ନ ହେବ । ନିଜ ଆତ୍ମୀୟ ଲୋକଙ୍କ ସହ ସାକ୍ଷାତ ହୋଇ ବିଭିନ୍ନ ଦିଗରୁ ସାହାଯ୍ୟ ସହଯୋଗ ମିଳିବ । ଆୟର ପନ୍ଥା ସହଜ ହୋଇ ଆର୍ଥିକ ଚିନ୍ତା ଦୁରହେବ ଓ ବାପାଙ୍କ ସ୍ୱାସ୍ଥ୍ୟରେ ଉନ୍ନତି ଦେଖାଦେବ । ନୂତନ କର୍ମ ନିଯୁକ୍ତି ପାଇଁ ପ୍ରତିଯୋଗିତା ପରୀକ୍ଷାରେ ଓ ସାକ୍ଷାତକାରରେ ଉତ୍ତିର୍ଣ୍ଣ ହେବେ । ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା, ପ୍ରତିପତ୍ତି ମାନସମ୍ମାନ କ୍ଷାତି ବଢିବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।
