ଦେଶରେ ଆଉ ୧୮,୪୫୪ କରୋନା ସଂକ୍ରମିତ ଚିହ୍ନଟ ଓ ୧୬୦ ମୃତ
ନୂଆଦିଲ୍ଲୀ : ଦେଶରେ ଦିନକୁ ଦିନ ଅଧିକ ନମୁନା ପରୀକ୍ଷଣ ସତ୍ତ୍ୱେ ସେହି ଅନୁସାରେ କମ୍ ସଂକ୍ରମିତ ଚିହ୍ନଟ ହେବା ମଧ୍ୟ ଆଶ୍ବସ୍ତିକର ବିଷୟ ହୋଇଛି । ଭାରତରେ କରୋନା ମହାମାରୀର ୨ୟ ଲହର ଦିନକୁ ଦିନ ଦୁର୍ବଳ ହେବାରେ ଲାଗିଛି । ଦେଶରେ ଗତ କିଛି ଦିନ ହେଲାଣି ସଂକ୍ରମଣ ୨୦ରୁ ୪୦ହଜାର ଭିତରେ ରହୁଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨୦ ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଦୈନିକ ମୃତ୍ୟୁ ସଂଖ୍ୟା ୨ ଶହରୁ କମ୍ ରହିଛି । ଦେଶରେ ବର୍ତ୍ତମାନ ସୁଦ୍ଧା ମୃତ୍ୟୁ ହାର ୧.୩୩%। ସେହିପରି ଆରୋଗ୍ୟହାର ୯୮.୧୫% ଓ ସକ୍ରିୟ ଆକ୍ରାନ୍ତ ହାର ୦.୫୨%। ସେହିପରି ଦିନକରେ ଆଉ ୧୨,୪୭,୫୦୬ ନମୁନା ପରୀକ୍ଷା କରାଯାଇଥିବା ବେଳେ ମୋଟ ୫୯,୫୭,୪୨,୨୧୮ ନମୁନା ପରୀକ୍ଷା କରାଯାଇଛି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳାୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।
ଗୁରୁବାର ଗତ ୨୪ଘଣ୍ଟାରେ ୧୮ହଜାର ୪୫୪ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୬୦ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି । ସେହିପରି ଦିନକରେ ୧୭ହଜାର ୫୬୧ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩କୋଟି ୪୧ଲକ୍ଷ ୨୭ହଜାର ୪୫୦କୁ ବୃଦ୍ଧି ପାଇ ଥିବାବେଳେ ମୋଟ ମୃତ୍ୟୁ ସଂଖ୍ୟା ୪ଲକ୍ଷ ୫୨ହଜାର ୮୧୧ରେ ପହଞ୍ଚିଛି । ଅନ୍ୟପକ୍ଷରେ ୩କୋଟି ୩୪ଲକ୍ଷ ୯୫ହଜାର ୮୦୮ ଜଣ ସୁସ୍ଥ ହୋଇଥିବା ବେଳେ ୧ଲକ୍ଷ ୭୮ହଜାର ୮୩୧ ଜଣ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ରହିଛନ୍ତି । ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଦେଶରେ ୧୦୦କୋଟି ଟପିଛି କରୋନା ଟିକାକରଣ। ଦେଶରେ ଟିକାକରଣ ଅଭିଯାନ ଜାନୁଆରି ମାସରେ ଆରମ୍ଭ ହୋଇଥିଲା। ଏହି ଅଭିଯାନ ଆରମ୍ଭ ହେବାର ୯ ମାସ ପରେ ଭାରତ ପ୍ରଥମ ଥର ପାଇଁ ୧୦୦ କୋଟି ଟିକାର ମାଇଲଖୁଣ୍ଟ ହାସଲ କରିଛି।
