ଆଜିର ଭାଗ୍ୟଫଳ (ଶନିବାର, ୨୩/୧୦/୨୦୨୧), ଶନିଦେବଙ୍କ କୃପାରୁ ଏହି ରାଶିଙ୍କୁ ମିଳିବ ଆକସ୍ମିକ ଅର୍ଥ ଲାଭ
ଆଜି ୨୦୨୧ ଅକ୍ଟୋବର ୨୩ ତାରିଖ । ଶନିବାର । ତୁଳାମାସ ୭ ଦିନ । କାର୍ତ୍ତିକମାସ । କୃଷ୍ଣପକ୍ଷ । ତୃତୀୟାତିଥି । କୃତ୍ତିକା ନକ୍ଷତ୍ର । ବୃଷରାଶିରେ ଚନ୍ଦ୍ର । ବ୍ୟତିପାତ ଯୋଗ । ବାଣିଜ୍ୟ କରଣ ଦିବା ୧ଟା ୪୪ମିନିଟ୍ ଗତେ ବିଷ୍ଟି କରଣ । ବୃଷ, ସିଂହ, କନ୍ୟା ରାଶିର ଘାତବାର । ବିଛା ରାଶିର ଘାତଚନ୍ଦ୍ର । ପୋଟଳ ନ ଖାଇଲେ ଭଲ । ଯୋଗିନୀ- ଆଗ୍ନେୟେ ରାତି ୩ଟା ୧ମିନିଟ୍ ପରେ ନୈଋତେ ଯାତ୍ରା ନିଷେଧ । ଶ୍ରାଦ୍ଧ ତର୍ପଣ- ତୃତୀୟାର ଏକୋଦ୍ଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ ।
ଅଶୁଭସମୟ- ପ୍ରାତଃ ୫ଟା ୪୭ମିନିଟ୍ ରୁ ୭ଟା ୧୩ମିନିଟ୍, ଦିବା ୧୨ଟା ୫୬ମିନିଟ୍ ରୁ ଦିବା ୨ଟା ୨୨ମିନିଟ୍, ଦିବା ୩ଟା ୪୮ମିନିଟ୍ ରୁ ୫ଟା ୧୪ମିନିଟ୍, ସନ୍ଧ୍ୟା ୫ଟା ୧୪ମିନିଟ୍ ରୁ ୬ଟା ୪୮ମିନିଟ୍, ରାତ୍ରି ୪ଟା ୧୩ମିନିଟ୍ ରୁ ୫ଟା ୪୮ମିନିଟ୍ । ଶୁଭସମୟ- ସକାଳ ୭ଟା ୨୦ମିନିଟ୍ ରୁ ସକାଳ ୮ଟା ୩୮ମିନିଟ୍, ଦିବା ୧୧ଟା ୫୪ମିନିଟ୍ ରୁ ୧୨ଟା ୫୫ମିନିଟ୍, ଦିବା ୨ଟା ୨୩ମିନିଟ୍ ରୁ ୨ଟା ୫୫ମିନିଟ୍, ଦିବା ୩ଟା ୪୩ମିନିଟ୍ ରୁ ୩ଟା ୪୭ମିନିଟ୍, ରାତ୍ର ୨ଟା ୨୭ମିନିଟ୍ ରୁ ରାତ୍ର ୩ଟା ୧୬ମିନିଟ୍ ।
ମେଷ:-
ସାମ୍ବାଦିକ ମାନେ ଅନେକ ସମସ୍ୟାର ସମାଧାନ କରି ପ୍ରଶଂସିତ ହେବେ । କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ । କର୍ମକ୍ଷେତ୍ରରେ ଦକ୍ଷତା ପ୍ରତିଭା ପ୍ରଦର୍ଶନ ଜନିତ ଯଶ ମାନ ପ୍ରତିଷ୍ଠା ପ୍ରାପ୍ତି ହେବ । ମନୋକାମନା ପୂରଣ ହେବା ସହ ଆତ୍ମ ବିଶ୍ୱାସ ବୃଦ୍ଧି ପାଇବ । ଦୁଃସାହସିକ ପଦକ୍ଷେପ ନେଇ ଯଥା ସମ୍ଭବ ପ୍ରକୃତିସ୍ଥ ରହି ଅଳ୍ପ ପରିଶ୍ରମରେ ଅଧିକ ଲାଭର ଉପଭୋକ୍ତା ହେବେ । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।
ବୃଷ:-
କୌଣସି ପ୍ରିୟମିତ୍ରଙ୍କ ଯୋଗେ ବ୍ୟବସାୟରେ ବିଶେଷ ଲାଭବାନ୍ ହେବେ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ପରିବାର ଜନଙ୍କ ଉନ୍ନତିରେ ଆନନ୍ଦିତ ହୋଇ ପାରିବାରିକ ଜୀବନ ସୁଖମୟ ହେବ । ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖା ଦେବ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।
ମିଥୁନ:-
ଶିକ୍ଷା କ୍ଷେତ୍ରରେ ଆନ୍ତରିକ ମୂଲ୍ୟାଙ୍କନର ଅନୁଭୂତି ଜାଗ୍ରତହେବ । କର୍ମକ୍ଷେତ୍ରରେ ଗଠନମୂଳକ ପ୍ରସ୍ତାବ ଦେଇ ପ୍ରଶଂସିତ ହେବେ । ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ମିଳିବା ଯୋଗେ ଦୃଢ଼ ଆତ୍ମ ବିଶ୍ୱାସ ଦ୍ୱାରା ଆଗକୁ ବଢ଼ି ପାରିବେ । କଠିନ ପରିଶ୍ରମ ହେତୁ ସାମାଜିକ ପତିଆରା ଅମଳିନ ରହିବ । ବନ୍ଧୁ ମିତ୍ରଙ୍କର ସହଯୋଗ ଓ ଆର୍ଥିକ ସହାୟତା ମିଳିଯିବା ଫଳରେ ଆଶା କରିଥିବା କାମଟି ସମ୍ପନ୍ନ କରିପାରିବେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।
କର୍କଟ:-
ସମସ୍ତ ଜରୁରୀ କାର୍ଯ୍ୟ ସୂଚାରୁ ରୂପେ ସମ୍ପାଦିତ କରି ପାରିବେ । ନୂତନ ବ୍ୟବସାୟ ଆରମ୍ଭ, ବ୍ୟବସାୟ ବିସ୍ତାର କଲେ ଆଶାତିତ ଲାଭବାନ୍ ହେବେ । ଜାଗାଜମି, ଗୃହ ବାହନ ଜନିତ ସମସ୍ୟାର ସମାଧାନ କରି ପାରିବେ । ପରୋକ୍ଷ ଶତୃଙ୍କୁ ପ୍ରତିହତ କରି ବହୁତ ଦିନରୁ ବାକି ରହିଥିବା ଟଙ୍କା ମିଳିଯିବ । ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହୋଇ କରଜର ମାତ୍ରା ହ୍ରାସ ପାଇବ । ଛାତ୍ରଛାତ୍ରୀ ମାନେ ଶିକ୍ଷାକୁ ଉଚିତ୍ ମନେକରି ପାଠ ପଢାରେ ମନଯୋଗ ଦେବେ । ପ୍ରତିକାର- ଧଳା ରୁମାଲ ଟିଏ ପାଖରେ ରଖନ୍ତୁ ।
ସିଂହ:-
କର୍ମକ୍ଷେତ୍ରରେ ସୁସ୍ଥ ବାତାବରଣ ସୃଷ୍ଟିହେବା ଫଳରେ ମାନସିକ ସ୍ଥିରତା ଦେଖାଦେବ । ବ୍ୟବସାୟିକ ପ୍ରତିଦ୍ୱନ୍ଦ୍ୱିତାରେ ସଫଳ ହେବେ ଓ କମ ପରିଶ୍ରମ କରି ଅଧିକ ଲାଭ ପାଇବେ । ପତିପତ୍ନିଙ୍କ ମଧ୍ୟରେ ଥିବା ମତାନ୍ତର ମନାନ୍ତର ଦୂରେଇ ଯିବ । ପ୍ରିୟଜନ ମାନଙ୍କୁ ଆର୍ଥିକ ଓ ଭାବନାତ୍ମକ ସାହାଯ୍ୟ କରି ପାରନ୍ତି । କୌଣସି ଯୋଜନା କରିବା ପୂର୍ବରୁ ଗଭୀରଚିନ୍ତା କରିବା ନିହାତି ଆବଶ୍ୟକ । ଯାନବାହାନ ସମ୍ବନ୍ଧୀୟ ସମସ୍ୟା ଦେଖାଦେଇ ପାରେ । ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।
କନ୍ୟା:-
ବ୍ୟବସାୟ କ୍ଷେତ୍ରରେ ପରୋକ୍ଷ ଶତୃଙ୍କୁ ପ୍ରତିହତ କରି ଆଶାତୀତ ଉନ୍ନତି ହେବ । ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ । ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଯୋଗେ ଚାକିରୀ କ୍ଷେତ୍ରରେ ଉନ୍ନତିର ସୂଚନା ପାଇବେ । ସାମାଜିକ କ୍ଷେତ୍ରରେ ସଫଳତା ପାଇବା ପାଇଁ ଅଧିକ ଧାଁ ଦଉଡ଼ କରିବାକୁ ପଡ଼ିବ । ଯାହାର ବେଶି ଉପକାର କରିଥିବେ ତାହାଦ୍ୱାରା ବେଶି ଆଘାତ ପାଇବେ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।
ତୁଳା:-
ଶିକ୍ଷା କ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ । କୌଣସି ପ୍ରିୟମିତ୍ରଙ୍କ ଯୋଗେ ବ୍ୟବସାୟରେ ବିଶେଷ ଲାଭବାନ୍ ହେବେ । ବନ୍ଧୁ ମିତ୍ରଙ୍କର ସହଯୋଗରେ ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହେବ । କର୍ମକ୍ଷେତ୍ରରେ ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବାପାଇଁ ସମର୍ଥ ହେବେ । ଗୁରୁଜନଙ୍କ ପରାମର୍ଶରେ ଭୌତିକ ଓ ଆଧ୍ୟାତ୍ମିକ ମାମଲାରେ ବ୍ୟସ୍ତ ରହିବେ । ସାଙ୍ଗସାଥିମାନେ ସାହାଯ୍ୟ କରିବେ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।
ବିଚ୍ଛା:-
ସାଂଗଠନିକ କାର୍ଯ୍ୟରେ ଅଂଶ ଗ୍ରହଣ କରି ଦେଇଥିବା କଥା କାର୍ଯ୍ୟରେ ପୂରଣ କରିବେ । ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ । ଅବହେଳିତ ଲୋକଙ୍କସହ ମିଳାମିଶା କରି କୌଣସି ଜରୁରୀ କାର୍ଯ୍ୟକୁ ମନୋଯୋଗ ଦେଇ ପୂର୍ଣ୍ଣକରିବେ । ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ ଓ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ପରିବାରର ଆବଶ୍ୟକତା ପୂରଣ ଦିଗରେ ବହୁତ ଖର୍ଚ୍ଚାନ୍ତ ହୋଇ ପାରନ୍ତି । ପ୍ରତିକାର:- କୁଆ ପାରାଙ୍କୁ ଚାଉଳ ଖାଇବାକୁ ଦିଅନ୍ତୁ ।
ଧନୁ:-
ସାମାଜିକ କାର୍ଯ୍ୟରେ ସଫଳତା ପାଇବା ସହ ଶରୀର ସୁସ୍ଥ ରହିବ । ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ଭ୍ରାତୃବିବାଦ, ପଡ଼ୋଶୀ କଳହର ସମାଧାନ ହୋଇ ପାରିବ । ବାଣିଜ୍ୟ କ୍ଷେତ୍ରରେ ଦୁଃସାହସିକ ପଦକ୍ଷେପ ନେଇ ବନ୍ଦ ହୋଇଥିବା ବେପାର ପୁଣି ଚାଲୁ କରି ପାରିବେ । ପାରିବାରିକ ସମସ୍ୟା ସହଜ ସରଳରେ ସମାଧାନ ହୋଇଯିବା ଫଳରେ ମନ ଶାନ୍ତି ହେବ । ସମ୍ମାନର ସହିତ ଦିନଚର୍ଯ୍ୟା କରି ଚଳିବାରେ ବାଧା ଉପୁଜିବ ନାହିଁ । ପ୍ରତିକାର:-ଗଙ୍ଗାଜଳ ସେବନ କରନ୍ତୁ ।
ମକର:-
ସାମାଜିକ କ୍ଷେତ୍ରରେ ସଫଳତା ପାଇବା ପାଇଁ ଅଧିକ ଧାଁ ଦଉଡ଼ କରିବାକୁ ପଡ଼ିବ । କର୍ମଚରୀମାନେ ନିଜର କର୍ତ୍ତବ୍ୟ ପ୍ରତିପାଦିତ କରିବା ଫଳରେ ପ୍ରଶଂସିତ ହେବେ । ଭୁଲ୍ ବୁଝିଥିବା ଲୋକମାନେ ନିଜର ତ୍ରୁଟି ଜାଣି ପାରିବେ । ଧର୍ମକାର୍ଯ୍ୟପ୍ରତି ମନବଳାଇ ବହୁତ ଶାନ୍ତି ଲଭିବେ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ତରବରିଆ ହିସାବରେ କୌଣସି କାର୍ଯ୍ୟ ନକରି ସବୁଆଡକୁ ନଜର ଦେଇ କାମ କରିବା ଉଚିତ୍ । ପ୍ରତିକାର:- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।
କୁମ୍ଭ:-
ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ । ନୂତନ ଦିଗ୍ଦର୍ଶନପାଇ ବ୍ୟବସାୟରେ ସଫଳତା ଅର୍ଜନ କରିବେ । ଧନ ଉପାର୍ଜ୍ଜନ କରିବା ପାଇଁ ନୂତନ ଯୋଜନା ପ୍ରସ୍ତୁତ କରି ପାରନ୍ତି । ଭାଇବନ୍ଧୁ ମିତ୍ରମାନଙ୍କର ସାହାଯ୍ୟ ସହଯୋଗ ପାଇ ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ । ଦୀର୍ଘଦିନ ଧରି ଲାଗି ରହିଥିବା ସମସ୍ୟାର ସମାଧାନ ହୋଇଯିବ । ବିଦ୍ୟାର୍ଥି ମାନଙ୍କର ମନଅନୁକୂଳ ଫଳପ୍ରାପ୍ତି ହେବା ଫଳରେ ଚିନ୍ତା ଭାବନା ଦୂର ହୋଇଯିବ । ପ୍ରତିକାର- ଅସହାୟଙ୍କୁ ସାହାଯ୍ୟ କରନ୍ତୁ ।
ମୀନ:-
ଶାରୀରିକ ସୁସ୍ଥତା ଅନୁଭବ କରିବେ । ବନ୍ଧୁମିତ୍ରଙ୍କ ଆର୍ଥିକ ସହାୟତାରେ ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ହୋଇପାରୁ ନଥିବା କାମକୁ ଧୈର୍ଯ୍ୟ ଓ ସାହସ ଦ୍ଵାରା କରି ପାରିବେ ଓ ସୁଖ ସମୃଦ୍ଧି ବୃଦ୍ଧିହେବ । ଆୟ ଊତ୍ତମ ସ୍ଥଳେ ସାଧାରଣ ପରିବର୍ତ୍ତନ ଘଟି ଆଶା ଆକାଂକ୍ଷା ପୂର୍ତ୍ତି ଘଟିବା ଯୋଗେ ଖୁସି ହେବେ । ସରକାରୀ କ୍ଷେତ୍ରରେ ସମ୍ପର୍କ ବୃଦ୍ଧି ହେବା ଫଳରେ ଭବିଷ୍ୟତରେ ଅତ୍ୟନ୍ତ ଲାଭଦାୟକ ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।
