ଭୁବନେଶ୍ୱର : ୨୩୧ ପଜିଟିଭ୍, ୧୭୨ ସୁସ୍ଥ
ଭୁବନେଶ୍ୱର : ଭୁବନେଶ୍ୱର ମହାନଗର ନିଗମ (ବିଏମସି) ଅଂଚଳରୁ ଶୁକ୍ରବାର ଦିନ ଆଉ ୨୩୧ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୬୭ ଜଣ କ୍ୱାରେଂଟାଇନ୍ ରୁ ଚିହ୍ନଟ ହୋଇଥିବା ବେଳେ ୧୬୪ ଜଣ ଲୋକାଲ ମାମଲା ରହିଛନ୍ତି । ସେହିପରି ଗତ ୨୪ ଘଂଟାରେ ଆଉ ୧୭୨ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ବିଏମସି ପକ୍ଷରୁ ଟୁଇଟ୍ କରି ଏହି ସୂଚନା ଦିଆଯାଇଛି ।
ଏଥିସହ ଭୁବନେଶ୍ୱରରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୧୬୯୨୦ରେ ପହଂଚିଛି । ସେମାନଙ୍କ ମଧ୍ୟରୁ ୧୧୨୨୨୦ ଜଣ ସୁସ୍ଥ ହୋଇଥିବା ବେଳେ ୩୬୩୩ ସକ୍ରିୟ ମାମଲା ରହିଛି । ସେହିପରି ମୃତକଙ୍କ ସଂଖ୍ୟା ୧୦୪୬ ରହିଛି ।
