ରାଜ୍ୟରେ ଆଉ ୪୪୧ କରୋନା ସଂକ୍ରମିତ ଚିହ୍ନଟ
- ଗତ ୨୪ ଘଣ୍ଟାରେ ୦ରୁ ୧୮ ବର୍ଷର ୭୫ ଜଣ ପଜିଟିଭ ଚିହ୍ନଟ
ଭୁବନେଶ୍ୱର : ରାଜ୍ୟରେ ଉପରତଳ ହେଉଛି ମହାମାରୀ କରୋନା ଗ୍ରାଫ୍ । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ତଳକୁ ଖସୁଛି । ସେପ୍ଟେମ୍ବର ପରେ ଅକ୍ଟୋବର ବି ଆଣିଦେଉଛି ଆଶ୍ୱସ୍ତିକର ଖବର । ଏହାରି ମଧ୍ୟରେ ଶନିବାର ୨୬ଟି ଜିଲା ଏବଂ ରାଜ୍ୟ ପୁଲରୁ ଗତ ୨୪ ଘଣ୍ଟା ମଧ୍ୟରେ ୪୪୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୨୫୩ ଓ ସ୍ଥାନୀୟ ଅଞ୍ଚଳରୁ ୧୮୮ ଜଣ ଚିହ୍ନଟ ହୋଇଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୭୫ ଜଣ ପଜିଟିଭ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ଲକ୍ଷ ୩୭ହଜାର ୦୫୬କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲାରୁ ୩ ଜଣ ଥିବାବେଳେ ବାଲେଶ୍ୱରରୁ ୬ଜଣ, ବରଗଡ଼ରୁ ୫ଜଣ, ଭଦ୍ରକରୁ ୧୩ଜଣ, ବଲାଙ୍ଗୀରରୁ ୨ଜଣ, ବୌଦ୍ଧରୁ ୪ଜଣ, କଟକରୁ ୩୭ଜଣ, ଦେଓଗଡ଼ରୁ ୩ଜଣ, ଢେଙ୍କାନାଳରୁ ଜଣେ, ଗଜପତିରୁ ୬ଜଣ, ଜଗତସିଂହପୁରରୁ ୧୬ଜଣ, ଯାଜପୁରରୁ ୧୩ଜଣ, କନ୍ଧମାଳରୁ ଜଣେ, କେନ୍ଦ୍ରାପଡ଼ାରୁ ୫ଜଣ, କେନ୍ଦୁଝରରୁ ଜଣେ, ଖୋର୍ଦ୍ଧାରୁ ୨୦୫ଜଣ, କୋରାପୁଟରୁ ୪ଜଣ, ମାଲକାନଗିରିରୁ ଜଣେ, ମୟୁରଭଞ୍ଜରୁ ୧୦ଜଣ, ନବରଙ୍ଗପୁରରୁ ଜଣେ, ନୟାଗଡ଼ରୁ ୨ଜଣ, ନୂଆପଡ଼ାରୁ ୩ଜଣ, ପୁରୀରୁ ୭ଜଣ, ରାୟଗଡ଼ାରୁ ୧୦ଜଣ, ସମ୍ବଲପୁରରୁ ୧୮ଜଣ, ସୁନ୍ଦରଗଡ଼ରୁ ୧୪ଜଣ ଓ ରାଜ୍ୟ ପୁଲରୁ ୫୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସୂଚନା ଯେ, ରାଜ୍ୟରେ ବର୍ତମାନ ସୁଦ୍ଧା ମୋଟ୍ ୧୦ଲକ୍ଷ ୩୭ହଜାର ୯୬୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୧୦ଲକ୍ଷ ୨୫ହଜାର ୦୨୫ ଜଣ ସୁସ୍ଥ ହୋଇଥିବା ବେଳେ ୪ହଜାର ୫୮୧ ଜଣ ସକ୍ରିୟ ମାମଲା ରହିଛି । ଏବେ ସୁଦ୍ଧା ରାଜ୍ୟରେ ୨,୧୪,୫୧,୨୬୩ ସାମ୍ପୁଲ ଟେଷ୍ଟ୍ ହୋଇଛି ।
